ବିସିଏ ସେମିଷ୍ଟର ପରୀକ୍ଷାରେ ବିକାଶର ସଫଳତା: ଶ୍ରେଷ୍ଠ ୧୦ ତାଲିକାରେ ବିଶ୍ୱବିଦ୍ୟାଳୟର ୨୫ ଛାତ୍ରୀଛାତ୍ର

ବରଗଡ଼,୭।୬(ପ୍ରେମାନନ୍ଦ ଖମାରୀ):ଚଳିତବର୍ଷର ବିସିଏ ଷଷ୍ଠ ସେମିଷ୍ଟର-୨୦୨୫ ବିଶ୍ୱବିଦ୍ୟାଳୟ ପରୀକ୍ଷାରେ ବରଗଡ଼ସ୍ଥିତ ବିକାଶ ସ୍କୁଲ ଅଫ୍‌ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟ କଲେଜର ବିସିଏ ବିଭାଗର ୨୫ଜଣ ଛାତ୍ରୀଛାତ୍ର ବିଶ୍ୱବିଦ୍ୟାଳୟର ଶ୍ରେଷ୍ଠ ଦଶ ତାଲିକାରେ ସ୍ଥାନ ପାଇଛନ୍ତି। ଉକ୍ତ ଶିକ୍ଷାନୁଷ୍ଠାନର ଭୂପେଶ ପାଣିଗ୍ରାହୀ ଏବଂ ସ୍ବସ୍ତି ଦାଶ ୧୦ ଏସ୍‌ଜିପିଏ ସହିତ ପ୍ରଥମ ର଼୍ୟାଙ୍କ ରଖିଛନ୍ତି। ସେହିପରି ଆକାଂକ୍ଷା ଗିରି, ଦେବ ପ୍ରସନ୍ନ ନାୟକ, ବିକାଶ ବହିଦାର, ଶିବମ୍‌ ସାହୁ ୯.୭୫ ଏସ୍‌ଜିପିଏ ରଖି ଦ୍ୱିତୀୟ ଏବଂ ସ୍ବାଗତ ପ୍ରଧାନ ୯.୫ ଏସ୍‌ଜିପିଏ ରଖି ତୃତୀୟ ସ୍ଥାନରେ ରହିଛନ୍ତି। ଅନ୍ୟ ଛାତ୍ରୀଛାତ୍ର ମଧ୍ୟ ଚତୁର୍ଥରୁ ଦଶମ ସ୍ଥାନ ମଧ୍ୟରେ ଅଛନ୍ତି। ଛାତ୍ରୀଛାତ୍ରଙ୍କ ଏଭଳି ସଫଳତାରେ ବିକାଶ ହାୟର ଏଜୁକେଶନାଲ ଇନଷ୍ଟିଚ୍ୟୁସନ୍ସର ଚେୟାରମ୍ୟାନ ଡି. ନାଗେଶ୍ୱର ରାଓ, ଶିକ୍ଷାନୁଷ୍ଠାନର ଅଧ୍ୟକ୍ଷ ଡ. କ୍ଷୀରୋଦ କୁମାର ପ୍ରଧାନ, ଉପାଧ୍ୟକ୍ଷ ଦୀପକ କୁମାର ନାୟକ ଛାତ୍ରୀଛାତ୍ରଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଛାତ୍ରୀଛାତ୍ରଙ୍କ ଏଭଳି କୃତିତ୍ୱ ନେଇ ସେ ଖୁସି ପ୍ରକଟ କରିବା ସହିତ ବିଜିନେସ୍‌ ମ୍ୟାନେଜମେଣ୍ଟ କଲେଜର ଉଚ୍ଚମାନର ଶିକ୍ଷା ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଏହି ଅନନ୍ୟ ସଫଳତାରେ ଅନୁଷ୍ଠାନର ଅଧ୍ୟକ୍ଷ ଡ. ପ୍ରଧାନ ସମସ୍ତ କୃତୀ ଛାତ୍ରୀଛାତ୍ର, ଅଧ୍ୟାପିକା, ଅଧ୍ୟାପକମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା

ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍‌ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ…

କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ

ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ…

ତୈଳ ସଙ୍କଟ ମଧ୍ୟରେ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ପେଟ୍ରୋଲ ଉପରେ ପ୍ରଥମ ଥର ପାଇଁ ଲାଗିବ…

ନୂଆଦିଲ୍ଲୀ,୧୬।୫: କେନ୍ଦ୍ର ସରକାର ପେଟ୍ରୋଲ, ଡିଜେଲ ଏବଂ ବିମାନ ଇନ୍ଧନ (ATF) ରପ୍ତାନି ଉପରେ ଲାଗୁ ହେଉଥିବା ସ୍ପେଶାଲ ଆଡିସନାଲ ଏକ୍ସାଇଜ ଡ୍ୟୁଟି (SAED) ର ଦରରେ…

ବିବାହିତ ମହିଳାଙ୍କୁ ପ୍ରେମ କରୁଥିଲେ ୨ ଯୁବକ, ଜଣାପଡିବା ପରେ ଖଣ୍ଡାଯୁଦ୍ଧ, ପୂରା ଘଟଣା ଜାଣିଲେ…

ଦିଗପହଣ୍ଡି,୧୬।୫(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ…

ଭୋଜଶାଳାରେ ସରସ୍ବତୀ ମନ୍ଦିର ଥିଲା: ହାଇକୋର୍ଟ

ଇନ୍ଦୋର,୧୬ା୫: ମଧ୍ୟପ୍ରଦେଶ ଧାର ଜିଲାରେ ଥିବା ବିବାଦୀୟ ଭୋଜଶାଳା କମ୍ପ୍ଲେକ୍ସ ଦେବୀ ସରସ୍ବତୀଙ୍କୁ ସମର୍ଥତ୍ତ ଏକ ମନ୍ଦିର ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଶୁକ୍ରବାର ଘୋଷଣା କରିଛନ୍ତି। ମସ୍‌ଜିଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri