ଦିଗପହଣ୍ଡିରେ ‘ବିକାଶର ଧାରା ଓଡ଼ିଶା ସାରା’ କର୍ମଶାଳା: ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ଉପରେ ଚାଷୀଙ୍କୁ …

ଦିଗପହଣ୍ଡି, ୨୦।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି କୃଷି ବିଭାଗ ପକ୍ଷରୁ ଶନିବାର ଦିନ ସ୍ଥାନୀୟ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ‘ବିକାଶର ଧାରା ଓଡ଼ିଶା ସାରା’ କାର୍ଯ୍ୟକ୍ରମ ଆନୁକୁଲ୍ୟରେ ଏକ ବ୍ଲକ ସ୍ତରୀୟ କୃଷକ ସମ୍ବାଦର ‘କ୍ଷେତ ବଚାଓ ଅଭିଯାନ’ ସମ୍ପର୍କିତ ପ୍ରାକୃତିକ ଓ ପ୍ରଗତିଶୀଳ କୃଷି ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି।

ବ୍ଲକ କୃଷି ଅଧିକାରୀ କଲ୍ୟାଣୀ ରାଉତଙ୍କ ସଭାପତିତ୍ୱରେ ଆୟୋଜିତ ଏହି କର୍ମଶାଳାରେ ଦିଗପହଣ୍ଡି ବ୍ଲକ ଭାଜପା କୃଷକ ମୋର୍ଚ୍ଚାର ସଂଯୋଜକ ରଘୁନାଥ ସାମନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ସେ ନିଜ ବକ୍ତବ୍ୟରେ କହିଥିଲେ ଯେ, କେନ୍ଦ୍ର ଓ ରାଜ୍ୟ ସରକାର ଚାଷୀମାନଙ୍କ ଉନ୍ନତି ପାଇଁ ବିଭିନ୍ନ ପ୍ରକାରର କଲ୍ୟାଣକାରୀ ଯୋଜନା ପ୍ରଣୟନ କରିଛନ୍ତି। ଚାଷୀମାନେ ଏହି ସବୁ ସରକାରୀ ଯୋଜନାର ସଫଳ ରୂପାୟନ କରି କିପରି ଅଧିକ ସୁବିଧା ସୁଯୋଗ ନେଇପାରିବେ, ସେ ସମ୍ପର୍କରେ ସେ ପରାମର୍ଶ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ବ୍ଲକ ସହକାରୀ କୃଷି ଅଧିକାରୀ ଶିବାନୀ ପାଢ଼ୀ, ସହକାରୀ ମତ୍ସ୍ୟ ଅଧିକାରୀ ଜୟଦେବ ମହାରଣା, ବ୍ଲକ ପ୍ରକଳ୍ପ ଅଧିକାରୀ ସଂଗୀତା ପଣ୍ଡା, ସହକାରୀ ଉଦ୍ୟାନ ଅଧିକାରୀ ପ୍ରଭାତ ପାତ୍ର, ବିପିସି ଦୁର୍ଯ୍ୟୋଧନ ମଲ୍ଲିକ ପ୍ରମୁଖ  ଉପସ୍ଥିତ  ଚାଷୀମାନଙ୍କୁ ମାର୍ଗଦର୍ଶନ କରିଥିଲେ। ଉପସ୍ଥିତ ଏହି ଅଧିକାରୀମାନେ ଚାଷୀମାନଙ୍କୁ ସରକାରଙ୍କ ବିବିଧ କୃଷି ଯୋଜନା, ଆଧୁନିକ ପ୍ରଣାଳୀ ଏବଂ ପ୍ରାକୃତିକ ଚାଷର ଆବଶ୍ୟକତା ସମ୍ପର୍କରେ ସବିଶେଷ ସୂଚନା ପ୍ରଦାନ କରି ସଚେତନ କରାଇଥିଲେ।

ଦିଗପହଣ୍ଡି କୃଷି କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ବୃନ୍ଦ ଏହି କାର୍ଯ୍ୟକ୍ରମର ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ଏହି ସଚେତନତା ସଭାରେ ବ୍ଲକର ବିଭିନ୍ନ ପଞ୍ଚାୟତ ଅଧୀନରେ ଥିବା ଗ୍ରାମଗୁଡ଼ିକରୁ ବହୁ ସଂଖ୍ୟାରେ ଚାଷୀ ଯୋଗ ଦେଇ କାର୍ଯ୍ୟକ୍ରମକୁ ସଫଳ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାହାଜଲଥା ସ୍କୁଲରେ ଯୋଗଦେଲେ ନୂଆ ଶିକ୍ଷକ: ଖୁସି ବ୍ୟକ୍ତ କଲେ ଛାତ୍ରୀଛାତ୍ର, ଅଭିଭାବକ

ଅମରପାଲି,୫ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ପଞ୍ଚାୟତର ଉପାନ୍ତ ତଥା ଜଙ୍ଗଲଘେରା ସାହାଜଲଥା ଗ୍ରାମ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଦୀର୍ଘଦିନ ଧରି ଲାଗି…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ସାର ପଳାଉଛି ଛତିଶଗଡ଼: ଚାଷୀ ହତାଶ

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ସର୍ବାଧିକ ଧାନ ଫସଲ ହେଉଥିବା ବରଗଡ଼ ଜିଲାରେ ବର୍ତ୍ତମାନ ସାର ସଙ୍କଟ ଚାଷୀମାନଙ୍କୁ ଚିନ୍ତାରେ ପକାଇଦେଇଛି। ଜିଲାରେ ସାର ମହଜୁଦ ଅଛି, ଅଭାବ…

ଘରୁ ଡାକିନେଇ ଯୁକ୍ତ୨ ଛାତ୍ରଙ୍କୁ ବାଡ଼େଇ ମାରିଦେଲେ ୨ ସାଥୀ: ମଦ ପିଆଇ…

ଡେରାବିଶ, ୫ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ଥାନା ଅଞ୍ଚଳର ଜଣେ ଯୁକ୍ତ୨ କଲେଜ ଛାତ୍ରଙ୍କୁ ଘରୁ ଡାକି ନେଇ ତାଙ୍କର ୨ଜଣ ସାଙ୍ଗ ମାଡ଼ମାରି…

ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ: ୯ମ ଶ୍ରେଣୀ ପିଲାଙ୍କୁ ନିସ୍ତୁକ ପିଟିଲେ ୧୦ମ ଛାତ୍ର

କଲ୍ୟାଣସିଂହପୁର/ରାୟଗଡ଼ା, ୫।୮ (ଦୀପକ କୁମାର ପରିଡ଼ା/ କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ଥିବା ଆବାସିକ ବିଦ୍ୟାଳୟରେ ହିଂସାକାଣ୍ଡ ବଢ଼ିବାରେ ଲାଗିଛି। କୋଲନରା ବ୍ଲକ୍‌ ଅନ୍ତର୍ଗତ ରିଭଲକଣାସ୍ଥିତ…

ସୁନାବେଡ଼ା ଅଞ୍ଚଳରେ କଲରାପତରିଆ ବାଘ ଆତଙ୍କ: ଭିଡିଓ ଭାଇରାଲ ହେବା ପରେ…

ନୂଆପଡ଼ା,୫ା୮ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସୁନାବେଡ଼ା ଅଭୟାରଣ୍ୟରେ କଲରାପତରିଆ ବାଘ ଆତଙ୍କ ଦେଖାଦେଇଛି। ବାଘ ରାସ୍ତାରେ ବୁଲୁଥିବା ଭିଡିଓ ସୋସିଆଲ ମିଡିଆରେ…

ଝାରଖଣ୍ଡର ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ: ଜନସାଧାରଣଙ୍କ ପାଇଁ ସୂଚନା ଜାରି କଲା ନନ୍ଦିପଦା ପୋଲିସ

ହାଟଡିହୀ, ୪।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲାରେ ଝାରଖଣ୍ଡର ଏକ ସନ୍ଦିଗ୍ଧ ଡକାୟତ ଗ୍ୟାଙ୍ଗ ସକ୍ରିୟ ଥିବା ନେଇ ସୂଚନା ମିଳିବା ପରେ, ନନ୍ଦିପଦା ପୋଲିସ ପକ୍ଷରୁ ଜନସାଧାରଣଙ୍କ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri