ଅନୁଗୋଳ ଅଫିସ, ୨୭।୬ – ଲକ୍ଡାଉନ ବେଳେ ସିଲ୍ ହୋଇଥିବା ଅନୁଗୋଳ କରଡାଗାଡିଆସ୍ଥିତ ମଦ ଭାଟିରେ ଚୋରା କାରବାର ଅଭିଯୋଗରେ ଗତ ଏପ୍ରିଲ୍ ୨୩ ବିଳମ୍ବିତ ରାତିରେ ଗିରଫ ହୋଇଥିବା ସହରର ଜଣାଶୁଣା ମଦ ବ୍ୟବସାୟୀ ବିକ୍ରମ କେଶରୀ ସାହୁଙ୍କ ଲାଇସେନ୍ସ ରଦ୍ଦ ହୋଇଛି। ଚୋରା କାରବାର ଘଟଣାର ତଦନ୍ତ ରିପୋର୍ଟ ଆଧାରରେ ରାଜ୍ୟ ଅବକାରୀ କମିଶନରଙ୍କ ପକ୍ଷରୁ ସାହୁଙ୍କ ଲାଇସେନ୍ସକୁ ରଦ୍ଦ କରାଯିବା ସହ ଜିଲା ପ୍ରଶାସନକୁ ମଧ୍ୟ ଏ ନେଇ ଅବଗତ କରାଯାଇଥିବା ଜଣାପଡ଼ିଛି।
ପ୍ରକାଶ ଯେ, ସରକାରଙ୍କ ନିର୍ଦ୍ଦେଶନାମାକୁ ଅବମାନନା କରିଥିବା ବିକ୍ରମଙ୍କ ଲାଇସେନ୍ସ ରଦ୍ଦ କରିବାକୁ ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ଗତ ମେ ୩୦ ତାରିଖରେ କଟକସ୍ଥିତ ଅବକାରୀ କମିଶନରଙ୍କଟଠାରୁ ଅନୁମତି (ଚିଠି ନଂ. ୨୭୪୯) ମଗାଯାଇଥିଲା। ଅବକାରୀ ନିୟମ ୨୦୦୮ର ୪୭(ସି), ୫୮ ଏବଂ ୬୬ ଓ କୋଭିଡ ନିୟମ ଉଲ୍ଲଂଘନ ଯୋଗୁ ଲାଇସେନ୍ସ ରଦ୍ଦ କରିହେବ ବୋଲି କମିଶନରଙ୍କ ପକ୍ଷରୁ ଜିଲାପାଳଙ୍କୁ ଅବଗତ କରାଯାଇଥିଲା। ଏହାପରେ ଜୁନ୍ ୧୦ ତାରିଖରେ ଜିଲା ଅବକାରୀ ବିଭାଗ ପକ୍ଷରୁ ଜେଲରେ ଥିବା ବିକ୍ରମଙ୍କୁ ନୋଟିସ ପଠାଯାଇଥିଲା। ଉତ୍ତର ଦେବାକୁ ୧୪ ଦିନ ସମୟ ମଧ୍ୟ ଦିଆଯାଇଥିଲା। କିନ୍ତୁ ଉତ୍ତର ସନ୍ତୋଷଜନକ ହୋଇ ନ ଥିବାରୁ ବିକ୍ରମଙ୍କ ଲାଇସେନ୍ସକୁ ରଦ୍ଦ କରାଯାଇଥିବା ସୂଚନା ମିଳିଛି। ଏ ନେଇ ଜିଲାପାଳ ମନୋଜ କୁମାର ମହାନ୍ତି କହିଛନ୍ତି, ବିକ୍ରମଙ୍କ ନାମରେ ଥିବା ୫ଟି ଦେଶୀ ଭାଟି ଓ ଗୋଟିଏ ଠିପି ଖୋଲା ମଦ ଦୋକାନର ଲାଇସେନ୍ସ ରଦ୍ଦ ହୋଇଛି। ଅନୁଗୋଳ ଅବକାରୀ ଏସ୍ପି କ୍ରିଷ୍ଣା ନାୟକ କହିଛନ୍ତି, ଠିପି ଖୋଲା ବିଦେଶୀ ମଦ ଦୋକାନ ସହ କରାଡ଼ାଗାଡ଼ିଆ ଭାଟି, ବଅଁରପାଳ, ଆଠମଲ୍ଲିକର ବଜ୍ରକୋଟ, ବଇଣ୍ଡା ଓ ଘୋଷରରେ ଥିବା ଦେଶୀ ମଦ ଭାଟିର ଲାଇସେନ୍ସ ରଦ୍ଦ କରାଯାଇଛି।
Posted inଅନୁଗୋଳ, ଆମ ଜିଲା ଖବର View All
ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…
ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ…
ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ
ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ…
ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି
ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର…
ସନତ ସଭାପତି, ଉମାକାନ୍ତ ସାଧାରଣ ସମ୍ପାଦକ ନିର୍ବାଚିତ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ହାବିଲଦାର, କନେଷ୍ଟବଲ ଆସୋସିଏଶନ ନିର୍ବାଚନ ଫଳାଫଳ ରବିବାର ଘୋଷଣା ହୋଇଛି। ଏଥିରେ ସଭାପତି ସନତ କୁମାର ହୋତା ସଭାପତି ନିର୍ବାଚିତ ହୋଇଛନ୍ତି।…
ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଏନସିଏସ୍କେର ଉପାଧ୍ୟକ୍ଷ, ସଫେଇ କର୍ମଚାରୀଙ୍କ ସହ କଲେ ଆଲୋଚନା
ଜୁନାଗଡ଼,୧୩।୯(ଅଂଶୁମାନ ଯୋଶୀ): ଜାତୀୟ ସଫେଇ କର୍ମଚାରୀ ଆୟୋଗ(ଏନସିଏସକେ) ଉପାଧ୍ୟକ୍ଷ କୈଶବ ବିହାରୀ ରବିବାର ଜୁନାଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ସ୍ବସ୍ଥ୍ୟକେନ୍ଦ୍ରର ବିଭିନ୍ନ…
ନୂଆଖାଇ ପୂର୍ବରୁ ନିଆରା କାର୍ଯ୍ୟକ୍ରମ, ଅସହାୟଙ୍କୁ ଅଢିଆ ପ୍ରଦାନ
ବରଗଡ଼,୧୩।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ ଗାନ୍ଧୀ ପାଠାଗାରରେ ସମ୍ବିଧାନ ସୁରକ୍ଷା ମଞ୍ଚ ତରଫରୁ ରବିବାର ନୂଆଁଖାଇ ଜୋଟଜାଟ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ମହାନ କୃଷିଭିତ୍ତିକ ଗଣ…
ଋଷିକୁଲ୍ୟା ରୟତ ମହାସଭାର ବଡ଼ ଦାବି
ଛତ୍ରପୁର,୧୩ା୯(ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ଭାଗଚାଷୀଙ୍କ ସ୍ବାର୍ଥରକ୍ଷା ପାଇଁ ସ୍ବତନ୍ତ୍ର ଭାଗଚାଷୀ ଆଇନ ପ୍ରଣୟନ ସହ ଭୂ-ବନ୍ଦୋବସ୍ତ ପ୍ରକ୍ରିୟା ତୁରନ୍ତ କାର୍ଯ୍ୟକାରୀ କରିବାକୁ ଋଷିକୁଲ୍ୟା ରୟତ ମହାସଭା ପକ୍ଷରୁ…
ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍ କରି ପରିବାର ଲୋକଙ୍କୁ ଜଣାଇବାରୁ…
ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

