ବଲାଙ୍ଗୀର ,୧୩।୪(ସୁନୀଲ କୁମାର ମହାନ୍ତି): ଅନୁସୂଚିତ ଜାତି ମୋର୍ଚ୍ଚା ବଲାଙ୍ଗୀର ଜିଲା ସଭାପତି ଭାବରେ ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତା ବିକ୍ରମ ତାଣ୍ଡିଙ୍କୁ ମନୋନୀତ କରାଯାଇଛି। ଏନେଇ ବିକ୍ରମ ତାଣ୍ଡି ରାଜ୍ୟ ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ, ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ ଓ ଜିଲା ସଭାପତି ଶ୍ରୀବତ୍ସ ବେହେରା ମହୋଦୟଙ୍କୁ ଅଶେଷ ଧନ୍ୟବାଦ ଓ କୃତଜ୍ଞତା ଜଣାଇଛନ୍ତି। ଏହି ନିଯୁକ୍ତି ଦ୍ୱାରା ସଂଗଠନ ଆହୁରି ସୁଦୃଢ଼ ହେବ ବୋଲି ସେ କହିଛନ୍ତି।

