ଜବରଦସ୍ତ ଆକ୍ସନ୍‌ରେ ଭରପୂର ଫିଲ୍ମ ‘ବିକ୍ରମ’

ଅଭିନେତା କମଲ ହାସନ ଆଜିକାଲି ଫିଲ୍ମ ‘ବିକ୍ରମ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଚାରି ବର୍ଷ ପରେ ଏହି ଫିଲ୍ମ ମାଧ୍ୟମରେ ସେ ପରଦାକୁ ପ୍ରତ୍ୟାବର୍ତ୍ତନ କରୁଛନ୍ତି। ପ୍ରଶଂସକମାନେ ତାଙ୍କ ଫିଲ୍ମ ପାଇଁ ବହୁତ ଉତ୍ସାହିତ ଅଛନ୍ତି। ଆଜି ଫିଲ୍ମ ‘ବିକ୍ରମ’ ଟ୍ରେଲର ରିଲିଜ୍‌ ହୋଇଯାଇଛି। ଟ୍ରେଲରେ କମଲ ହାସନଙ୍କ ଦମ୍‌ଦାର ଅଭିନୟ ଦେଖିବାକୁ ମିଳିଛି।
ଏହି ଫିଲ୍ମ ଆକ୍ସନରେ ପରିପୂର୍ଣ୍ଣ, ଯାହାର ଝଲକ ଟ୍ରେଲରରେ ଦେଖିବାକୁ ମିଳିଛି। ୨ ମିନିଟ ୩୮ ସେକେଣ୍ଡର ଏହି ଟ୍ରେଲରରେ କମଲ ହାସନ ସମସ୍ତଙ୍କୁ ବହୁତ ଦୃଢ଼ ଭାବରେ ସାମ୍ନା କରୁଛନ୍ତି। ଟ୍ରେଲର ଅବଶ୍ୟ କମଲ ହାସନଙ୍କ ଠାରୁ ଆରମ୍ଭ ହୋଇନାହିଁ, କିନ୍ତୁ ଶେଷରେ ସେ ହିଁ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିବାରେ ସଫଳ ହୋଇଛନ୍ତି। ଯିଏ ତାଙ୍କ ସାମ୍ନାକୁ ଆସୁଛି ତାଙ୍କୁ ହତ୍ୟା କରାଯାଉଛି।
ତାମିଲ ଭାଷାରେ ଫିଲ୍ମ ‘ବିକ୍ରମ’ ଟ୍ରେଲର ରିଲିଜ୍‌ ହେବା ସହିତ ଅଡିଓ ମଧ୍ୟ ରିଲିଜ ହୋଇଛି। ଫିଲ୍ମର ନିର୍ମାତା ଦୁବାଇରେ ଆୟୋଜିତ ହେବାକୁ ଥିବା କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଫିଲ୍ମର ଟ୍ରେଲର ଏବଂ ଅଡିଓ ରିଲିଜ କରିବାକୁ ଯୋଜନା କରିଥିଲେ, କିନ୍ତୁ ଏବେ ଚେନ୍ନାଇର ନେହେରୁ ଇନଡୋର ଷ୍ଟାଡିୟମରେ ଫିଲ୍ମର ଟ୍ରେଲର ଏବଂ ଅଡିଓ ସମାରୋହ ଅନୁଷ୍ଠିତ ହୋଇଥିଲା।
‘ବିକ୍ରମ’ ଏକ ଆକ୍ସନ ଥ୍ରୀଲର ଫିଲ୍ମ। ଏହାର ନିର୍ଦ୍ଦେଶନା ଦେଇଛନ୍ତି ଲୋକେଶ କାନାଗରାଜ। ଏହି ଫିଲ୍ମଟି ରାଜ କମଲଙ୍କ ‘ରାଜ କମଲ ଫିଲ୍ମ ଇଣ୍ଟରନ୍ୟାସନାଲ’ର ବ୍ୟାନରରେ ନିର୍ମିତ ହେଉଛି। ଏହି ଫିଲ୍ମରେ ବିଜୟ ସେତୁପତି, ଫାହଦ ଫାସିଲଙ୍କ ପରି ଅଭିନେତା କମଲ ହାସନଙ୍କ ସହ ନଜର ଆସିବେ। ଏହି ଫିଲ୍ମଟି ଏପ୍ରିଲରେ ରିଲିଜ ହେବାର ଥିଲା କିନ୍ତୁ ଏବେଏହା ଜୁନ ୩ରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ସୁପ୍ରିମକୋର୍ଟଙ୍କ ହସ୍ତକ୍ଷେପ,୨୫ରେ …

ନୂଆଦିଲ୍ଲୀ,୨୩ା୫: ଗଣମାଧ୍ୟମ ରିପୋର୍ଟକୁ ଆଧାର କରି ସୁପ୍ରିମକୋର୍ଟ ଅଭିନେତ୍ରୀ ତଥା ମଡେଲ ଟ୍ବିଶା ଶର୍ମା ମୃତ୍ୟୁ ମାମଲାକୁ ନିଜଆଡ଼ୁ ବିଚାର ପାଇଁ ଗ୍ରହଣ କରିଛନ୍ତି। ପ୍ରଧାନ ବିଚାରପତି…

ଦ୍ରୁତଗତିରେ ଆସି ଗ୍ୟାରେଜ୍‌ରେ ପଶିଗଲା ଥାର୍‌, ଆଉ ତା’ପରେ..

ଭୁବନେଶ୍ୱର,୨୩ା୫: ରାଜଧାନୀ ଭୁବନେଶ୍ୱରରେ ପୁଣି ଥାର୍‌ ଆତଙ୍କ। ଦ୍ରୁତଗତିରେ ଏକ ଥାର୍‌ ଆସି ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ଗ୍ୟାରେଜ ଭିତରକୁ ପଶିଯାଇଥିଲା। ଫଳରେ ଗ୍ୟାରେଜ…

ମେ ୩୧ରେ BEd ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର,୨୩ା୫: ଆସନ୍ତା ୩୧ ତାରିଖରେ ଦୁଇବର୍ଷିଆ ବି.ଏଡ୍‌(BEd)ପାଠ୍ୟକ୍ରମର ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ୧୨ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ। ସେହିପରି ବି.ଏଚ୍‌.ଏଡ଼ (ହିନ୍ଦୀ) ଓ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ରଣେନ୍ଦ୍ର ପ୍ରତାପଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ବିରୋଧରେ…

ଭୁବନେଶ୍ୱର,୨୩।୫(ସୁନିତ୍‌ ମିଶ୍ର): ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ(ରାଜା)ଙ୍କ ଉପରେ ଗତ ଶୁକ୍ରବାର ହୋଇଥିବା ଆକ୍ରମଣକୁ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ…

ଗାଁରେ ମଦ ବିକିବା ପଡିଲା ମହଙ୍ଗା

କୋକସରା,୨୩ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ଅବକାରୀ ଥାନା ପକ୍ଷରୁ ଶନିବାର ମହାଜନଗୁଡା ଗ୍ରାମରେ ଚଢ଼ାଉ କରାଯାଇ ଦେଶୀ ଓ ବିଦେଶୀ ମଦ ଜବତ ସହ ୨ ଜଣଙ୍କୁ…

ଗଣ୍ଡ ସମାଜର ସାଙ୍ଗଠନିକ ସଭା

କୋକସରା,୨୩ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖପ୍ରାମାଲ ଗ୍ରାମର ଆମ୍ବପଡ଼ା ମହାଭାରତ ଆମ୍ବତୋଟାଠାରେ ବ୍ଲକ ଗଣ୍ଡ ସମାଜର ସାଙ୍ଗଠନିକ ସଭା ଶନିବାର ଅନୁଷ୍ଠିତ…

ଅଂଶୁଘାତ ନେଲା ୧୬ ଜୀବନ

ହାଇଦ୍ରାବାଦ,୨୩ା୫: ତେଲଙ୍ଗାନାରେ ପ୍ରବଳ ଗ୍ରୀଷ୍ମଲହରି ଜାରି ରହିଥିବାବେଳେ ଅଂଶୁଘାତରେ ୧୬ ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ରାଜସ୍ବ ମନ୍ତ୍ରୀ ପୋଙ୍ଗୁଲେଟି ଶ୍ରୀନିବାସ ରେଡ୍ଡୀ ଶନିବାର ପ୍ରକାଶ କରିଛନ୍ତି।…

ସମର୍ଥଙ୍କୁ ୭ ଦିନିଆ ରିମାଣ୍ଡରେ ନେଲା ପୋଲିସ

ଭୋପାଳ,୨୩ା୫: ଟ୍ବିଶା ଶର୍ମା ମୃତ୍ୟୁ ମାମଲାରେ ୧୦ ଦିନ ହେଲା ଫେରାର ଥିବା ସ୍ବାମୀ ସମର୍ଥ ସିଂଙ୍କୁ ପୋଲିସ ଶୁକ୍ରବାର ଜବଲପୁରରୁ ଗିରଫ କରିବା ପରେ ଶନିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri