ଅଭିନେତ୍ରୀ କଙ୍ଗନାଙ୍କୁ ଟକ୍କର ଦେବେ ବିକ୍ରମାଦିତ୍ୟ, ପ୍ରତିଭା ସିଂହ କଲେ ଘୋଷଣା

ନୂଆଦିଲ୍ଲୀ,୧୩।୪: ଲୋକ ସଭା ନିର୍ବାଚନ ପାଇଁ ବାଜି ସାରିଛି ବିଗୁଲ। ୪୦୦ ପାର୍‌ର ନାରା ଦେଇ ଭାଜପା ଦେଶର କୋଣ ଅନୁକୋଣରେ ପ୍ରଚାର ଆରମ୍ଭ କରିଛି। ତେବେ ବଲିଉଡର ବିବାଦୀୟ ଅଭିନେତ୍ରୀ କଙ୍ଗନା ରଣାଓ୍ବତଙ୍କୁ ମଣ୍ଡିରୁ ଭାଜପା ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ଦେବା ପରଠାରୁ ସେ ଚର୍ଚ୍ଚାରେ ରହି ଆସୁଥିଲେ। ଏବେ ତାଙ୍କ ବିରୋଧରେ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।

କଂଗ୍ରେସ ନେତା ବିକ୍ରମାଦିତ୍ୟ ସିଂହ, କଙ୍ଗନାଙ୍କୁ ଟକ୍କର ଦେବାକୁ ଯାଉଛନ୍ତି। ଏନେଇ ହିମାଞ୍ଚଳ ପ୍ରଦେଶ କଂଗ୍ରେସ କମିଟିର ଅଧ୍ୟକ୍ଷ ପ୍ରତିଭା ସିଂହ ଘୋଷଣା କରିଛନ୍ତି। ବର୍ତ୍ତମାନ ମଣ୍ଡିରୁ ଏମପି ଅଛନ୍ତି ପ୍ରତିଭା ସିଂହ। ଚଳିତ ନିର୍ବାଚନରେ ନିଜେ ନ ଲଢି ପ୍ରତିଭା ନିଜ ପୁଅଙ୍କୁ ଏହି ଆସନରୁ ପ୍ରାର୍ଥୀ ଘୋଷଣା କରିଛନ୍ତି। ପ୍ରତିଭା କହିଛନ୍ତି, ପୁଅ ଏହି ଆସନରୁ ଲଢିବା ନେଇ କଂଗ୍ରେସ ଶୀର୍ଷ ନେତୃତ୍ୱଙ୍କୁ ଜଣାଇଛି।

କହିରଖୁଛୁ କି, ବିକ୍ରମାଦତ୍ୟ ମଣ୍ଡିରୁ ଲଢିବା ନେଇ ତାଙ୍କ ମାଆ ଓ ହିମାଞ୍ଚଳ କଂଗ୍ରେସ କମିଟି ପକ୍ଷରୁ ଘୋଷଣା କରାଯାଇଛି। ଏନେଇ କଂଗ୍ରେସ ତରଫରୁ କୌଣସି ସରକାରୀ ସ୍ତରରେ ଘୋଷଣା କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଗେରୁଆ ରଙ୍ଗର ଜର୍ସିକୁ ନେଇ ହକି ଇଣ୍ଡିଆର ସ୍ପଷ୍ଟୀକରଣ, କାହିଁକି ବଛାଗଲା ଏହି ରଙ୍ଗ କହିଲା କାରଣ

ନୂଆଦିଲ୍ଲୀ,୩୦।୭: ଭାରତୀୟ ହକି ଟିମ୍‌ ଉଭୟ ପୁରୁଷ ଓ ମହିଳା ଟିମର ଜର୍ସିର ରଙ୍ଗ ନୀଳରୁ ଗେରୁଆ କରିଛି । ଗେରୁଆ ଜର୍ସିରେ ୨୦୨୬ FIH ହକି…

ଲକ୍ଷ୍ମୀ ଯୋଜନା: ପ୍ରତିମାସରେ ମିଳିବ ୨୫୦୦ଟଙ୍କା, RD ରେ ଜମା କଲେ ସିଧା ୧ ଲକ୍ଷ! ଜାଣନ୍ତୁ ସମ୍ପୂର୍ଣ୍ଣ ହିସାବ…

ନୂଆଦିଲ୍ଲୀ,୩୦।୭: ସାଧାରଣତଃ ଆମକୁ ଟଙ୍କା ମିଳିଲେ ଆମେ ତାହା ଖର୍ଚ୍ଚ କରିଦେଇଥାଉ, କିନ୍ତୁ କିଛି ଟଙ୍କା ଯଦି ଆର.ଡି. (RD) ରେ ନିବେଶ କରାଯାଏ, ତେବେ ଅନେକ…

ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲି ଦେଖିଲେ ଜିଲାପାଳ

ତୁଣ୍ଡଲା,୩୦ା୭(ପିରୋଜ କୁମାର ଦାଶ): ଦୀର୍ଘଦିନରୁ ଲଘୁଚାପ ଜନିତ ଲଗାଣ ବର୍ଷାରେ କଳାହାଣ୍ଡି ଜିଲାର ବିଭିନ୍ନ ଅଞ୍ଚଳ ବନ୍ୟାରେ ପ୍ରଭାବିତ ହୋଇଥିବା ଦେଖିବାକୁ ମିଳିଛି। କେସିଙ୍ଗା ବ୍ଲକର ବେଲଖଣ୍ଡି,…

ପାଇଖାନା ଟାଙ୍କିରେ ପଡ଼ି ଚାଲିଗଲା ଦୁଇ ଭଉଣୀଙ୍କ ଜୀବନ, କାନ୍ଦ ବୋବାଳିରେ ଫାଟି ପଡୁଛି ଗାଁ ଦାଣ୍ଡ

ଟେନସା,୩୦।୭(ସମୀର କୁମାର ପାଢୀ): ସୁନ୍ଦରଗଡ ଜିଲା କୋଇଡା ବ୍ଲକ୍ ଅନ୍ତର୍ଗତ କାଦୋଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ଦ୍ବିପହର ୨ଟା ସମୟରେ ପାଇଖାନା…

‘ବ୍ରାହ୍ମ ମୁହୂର୍ତ୍ତ’ରେ ‘ରାମାୟଣ’ର ଟ୍ରେଲର ରିଲିଜ: ଚର୍ଚ୍ଚା ସାଉଁଟିଲେ ରଣବୀର

ବଲିଉଡ ସୁପରଷ୍ଟାର ରଣବୀର କପୁରଙ୍କ ବହୁଚର୍ଚ୍ଚିତ ଫିଲ୍ମ ‘ରାମାୟଣ’ର ଟ୍ରେଲର ରିଲିଜ ହୋଇଛି। ନିର୍ମାତାମାନେ ଶୁଭ ‘ବ୍ରାହ୍ମ ମୁହୂର୍ତ୍ତ’ରେ ଟ୍ରେଲରକୁ ସାରା ବିଶ୍ୱରେ ଉନ୍ମୋଚନ କରିଛନ୍ତି। ଏହାକୁ…

ତେଲ-ଉତେଇ ନଦୀରେ ବନ୍ୟା:ଲୋକଙ୍କୁ ନଦୀକୁ ଯିବାକୁ ବାରଣ

କର୍ଲାମୁଣ୍ଡା,୩୦।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ହେଉଥିବା ତେଲ ଓ ଉତେଇ ନଦୀରେ ବନ୍ୟା ଆସି ନିକଟସ୍ଥ ଅଞ୍ଚଳକୁ ମାଡି…

ମୋଦିଙ୍କ ଅଧ୍ୟକ୍ଷତାରେ ବସିଲା CCSର ବଡ଼ ବୈଠକ; ସାମିଲ ହେଲେ NSA ଡୋଭାଲ, କ’ଣ ରହିଛି ପ୍ଲାନ

ନୂଆଦିଲ୍ଲୀ,୩୦।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ସଂସଦ ଭବନ ପରିସରରେ ଥିବା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରେ CCSର ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଛି । ଏହି ବୈଠକରେ ଜାତୀୟ…

‘CJPରେ ଯୋଗଦିଅ,୫୦ ହଜାର ମାସକୁ ପାଅ’! ସିନିୟର ମେମ୍ବର ହେବାକୁ…

ନୂଆଦିଲ୍ଲୀ,୩୦।୭: ‘କକ୍ରୋଚ୍ ଜନତା ପାର୍ଟି’ (CJP) ନାମରେ ସୋସିଆଲ ମିଡିଆରେ ଚାଲିଥିବା ଏକ କଥିତ ନକଲି ଅଭିଯାନ ସାମ୍ନାକୁ ଆସିଛି । ଯାହା ଗୁଇନ୍ଦା ସଂସ୍ଥାଗୁଡ଼ିକୁ ସତର୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri