Posted inଜାତୀୟ

କଂଗ୍ରେସ କଶ୍ମୀରବାସୀଙ୍କ ଭାବନାକୁ ବୁଝି ପାରୁନାହିଁ: ବିକ୍ରମାଦିତ୍ୟ ସିଂ

ନୂଆଦିଲ୍ଲୀ,୨୩ ।୩: ଦେଶ ସ୍ୱାଧିନତା ସମୟରେ ଜମ୍ମୁ-କଶ୍ମୀରର ମହାରାଜା ଥିବା ହରି ସିଂଙ୍କ ନାତି ବିକ୍ରମାଦିତ୍ୟ ସିଂ ମଙ୍ଗଳବାର କଂଗ୍ରେସରୁ ଇସ୍ତଫା ଦେଇଛନ୍ତି । ତାଙ୍କ ପିତା କର୍ନ ସିଂ କଂଗ୍ରେସର ଜଣେ ବରିଷ୍ଠ ନେତା । ବିକ୍ରମାଦିତ୍ୟ ସିଂ ମଙ୍ଗଳବାର ସୋସିଆଲ ମିଡିଆ ମାଧ୍ୟମରେ ଜଣାଇଥିଲେ କି ସେ କଂଗ୍ରେସରୁ ଇସ୍ତଫା ଦେଉଛନ୍ତି । ସେ କଂଗ୍ରେସର ଅସ୍ଥାୟୀ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଏକ ପତ୍ର ଲେଖି କହିଛନ୍ତି ଦଳ ଜମ୍ମୁ-କଶ୍ମୀର ଲୋକଙ୍କ ଭାବନାକୁ ବୁଝିବାକୁ ଅସମର୍ଥ । ମୁଁ ‘ଦ କଶ୍ମୀର ଫାଇଲ୍ସ’ ଦେଖିନାହିଁ ହେଲେ ୧୯୮୯ ପର୍ଯ୍ୟନ୍ତ ଶ୍ରୀନଗରରେ ରହିଛି । ଏହା ଦୁର୍ଭାଗ୍ୟପୂର୍ଣ୍ଣ ଯେ କଂଗ୍ରେସ ଏବେବି କହୁଛି କଶ୍ମୀରରେ ନରସଂହାର ହୋଇନାହିଁ । ବିକ୍ରମାଦିତ୍ୟ ଫେସବୁକରେ ଲେଖିଛନ୍ତି, ମୁଁ ଭାରତୀୟ ଜାତୀୟ କଂଗ୍ରେସରୁ ଇସ୍ତଫା ଦେଉଛି । ଜମ୍ମୁ-କଶ୍ମୀରର ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ରାଷ୍ଟ୍ରହିତକୁ ନେଇ ମୋର ସ୍ଥିତି କଂଗ୍ରେସ ସହ ମେଳ ଖାଉ ନାହିଁ । ଦଳ ମୂଳ ବିଷୟରୁ ଦୂରେଇ ଯାଇଛି ।
ବିକ୍ରମାଦିତ୍ୟ ଏକ ପତ୍ରରେ ସୋନିଆ ଗାନ୍ଧୀଙ୍କୁ ଲେଖିଛନ୍ତି, ମୁଁ କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଉଛି । ମୁଁ ଭାବୁଛି କଂଗ୍ରେସ ଜମ୍ମୁ ଓ କଶ୍ମୀର ଲୋକଙ୍କ ଭାବନା ଓ ଆକାଂକ୍ଷାକୁ ବୁଝିବାକୁ ଓ ଉପସ୍ଥାପନ କରିବାକୁ ଅସମର୍ଥ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri