ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ ପିଟି ହୋଇ ବିକ୍ରାନ୍ତ ନାମକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଥିଲା। ଏଥିରେ ୧୪ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୨ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ମୋହନା ଡାକ୍ତରଖାନାରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି।
ତେବେ ବସ୍‌ଟି ଗଜପତି ଜିଲା ନୂଆଗଡ଼ ବ୍ଲକ ସମ୍ବଲପୁର ଗାଁରୁୁ ବ୍ରହ୍ମପୁର ଯାଉଥିଲା। ଅନ୍ୟ ଏକ ବସ୍‌କୁ ଓଭରଟେକ୍‌ କରିବାକୁ ଚେଷ୍ଟା କରୁଥିବା ବେଳେ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଫଳରେ ଏଥିରେ ଥିବା ଯାତ୍ରୀମାନେ ଆହତ ହୋଇଥିଲେ। ସମସ୍ତ ଯାତ୍ରୀଙ୍କୁ ଅଗ୍ନିଶମ ବାହିନୀ ସହ ସ୍ଥାନୀୟ ଲୋକେ ଉଦ୍ଧାର କରି ମୋହନା ଡାକ୍ତରଖାନା ସହ ଚନ୍ଦ୍ରଗିରି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ  ଚିିକିତ୍ସା କରାଯାଉଥିବା ବେଳେ ମୋହନା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛି।
Dharitri – Odisha’s No.1 Odia Daily

Share