ଅଭିନୟରୁ ସନ୍ନ୍ୟାସ ନେଇ ଘୋଷଣା କରି ଚମକାଇଲେ ଅଭିନେତା ବିକ୍ରାନ୍ତ ମେସି, ୨୦ ବର୍ଷ କ୍ୟାରିୟରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ବମ୍ବେ: ଅଭିନୟରୁ ସନ୍ନ୍ୟାସ ଘୋଷଣା କଲେ ଚର୍ଚ୍ଚିତ ବଲିଉଡ୍‌ କଳାକାର ବିକ୍ରାନ୍ତ ମେସି। ନିକଟରେ ତାଙ୍କ ଫିଲ୍ମ ‘ଦ ସାବରମତି ରିପୋର୍ଟ’ ରିଲିଜ ହୋଇଥିଲା। ଏଥିରେ ତାଙ୍କ ଚରିତ୍ର ସମସ୍ତଙ୍କ ହୃଦୟ ଜିତିବାରେ ସଫଳ ହୋଇଥିଲା। ଫିଲ୍ମକୁ ନେଇ ଚର୍ଚ୍ଚା ଥମି ନ ଥିବା ବେଳେ ବିକ୍ରାନ୍ତ ଏଭଳି ଏକ ନିଷ୍ପତ୍ତି ନେଇଛନ୍ତି, ଯାହାକି ପ୍ରଶଂସକଙ୍କ ଆଖିରେ ଲୁହ ଆଣି ଦେଇଛି। ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟରେ ଏକ ପୋଷ୍ଟ ଲେଖି ଅଭିନୟରୁ ବିରତି ନେଉଥିବା ଘୋଷଣା କରିଛନ୍ତି।

୨୦୦୪ରେ ଟେଲି ପରଦାରୁ ନିଜର ଅଭିନୟ ଜୀବନ ଆରମ୍ଭ କରିଥିଲେ ବିକ୍ରାନ୍ତ। ଏବେ ସେ ଅଭିନେତା ନିଜର ପୋଷ୍ଟରେ ଲେଖିଛନ୍ତି, ଗତ କିଛି ବର୍ଷ ସ୍ମରଣୀୟ ଥିଲା। ଆପଣ ସମସ୍ତଙ୍କର ସମର୍ଥନ ଲାଗି ଧନ୍ୟବାଦ। ହେଲେ ଯେମିତି ମୁଁ ଆଗକୁ ବଢ଼ୁଛି, ମୋତେ ଜଣେ ସ୍ବାମୀ, ବାପା, ପୁଅ ଏବଂ ଅଭିନେତା ଭାବେ ଏହା ହେଉଛି ଠିକ୍‌ ସମୟ ପୁଣି ଥରେ ଘରକୁ ଫେରିଯିବାର ବୋଲି ମନେ ହେଉଛି। ୨୦୨୫ରେ ମୁଁ ଆପଣଙ୍କୁ ଶେଷ ଥର ଲାଗି ଭେଟିବି, ଯେବେ ଯାଏ ସଠିକ୍‌ ସମୟ ଆସିନାହିଁ। ଦୁଇ ଶେଷ ଫିଲ୍ମ, ଅଗଣିତ ସ୍ମୃତି, ସମସ୍ତଙ୍କ ନିକଟରେ ଋଣି ରହିବି।

 

 

View this post on Instagram

 

A post shared by Vikrant Massey (@vikrantmassey)

ବିକ୍ରାନ୍ତଙ୍କ ଏଭଳି ପୋଷ୍ଟ ପରେ ପ୍ରଶଂସକମାନେ ଚକିତ ହୋଇଯାଇଛନ୍ତି। କେଉଁ କାରଣରୁ କ୍ୟାରିୟରର ଶୀର୍ଷରେ ଥାଇ ବି ସେ ଏଭଳି ଘୋଷଣା କଲେ ତା ସମସ୍ତେ ଜାଣିବାକୁ ଚାହୁଁଛନ୍ତି।

କହିରଖୁଛୁ, ଗତ ବର୍ଷ ବିକ୍ରାନ୍ତଙ୍କ ଫିଲ୍ମ ‘୧୨ମ ଫେଲ୍‌’ ରିଲିଜ ହୋଇଥିଲା। ଏହାକୁ ଲୋକେ ବହୁତ ପସନ୍ଦ କରିଥିଲେ। ନିକଟରେ ତାଙ୍କର ରିଲିଜ ହୋଇଥିବା ଫିଲ୍ମ ‘ଦ ସାବରମତି ରିପୋର୍ଟ’ ପାଇଁ ତାଙ୍କୁ ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଅଫ୍‌ ଇଣ୍ଡିଆ ୨୦୨୪ରେ ‘ପର୍ସନାଲିଟି ଅଫ୍‌ ଦ ଇୟର’ ପୁରସ୍କାରରେ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?