ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପ୍ରତି ଏତିକି କୋଟି ଟଙ୍କା ଦାବି କଲେ ଗ୍ରାମବାସୀ

ପାଟଣା,୨୮ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ରବିବାର ପୂର୍ବାହ୍ନରେ ଯମୁନା ପଶି ପଞ୍ଚାୟତ ବରୁ ଗ୍ରାମର ସ୍କୁଲ ପଡ଼ିଆରେ ଦଶମ ଗ୍ରାମସଭା ଅନୁଷ୍ଠିତ ହୋଇଛି।

ପ୍ରସ୍ତାବିତ ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପାଇଁ ଗ୍ରାମର ୨୧୯.୮୦ ଏକର ଘରୋଇ ଜମି ଅଧିଗ୍ରହଣ ପ୍ରସ୍ତାବ ଉପରେ ଆୟୋଜିତ ଗ୍ରାମସଭାରେ ଜନସାଧାରଣଙ୍କଠାରୁ ମତାମତ ଗ୍ରହଣ କରାଯାଇଥିଲା। ଆୟୋଜିତ ଗ୍ରାମସଭା ଯମୁନାପଶି ସରପଞ୍ଚ ଶଶୀଭୂଷଣ ନାଏକଙ୍କ ଅଧ୍ୟକ୍ଷତାରେ ଅତିରିକ୍ତ ଜିଲାପାଳ ତଥା ସ୍ବତନ୍ତ୍ର ଭୂଅର୍ଜନ ଅଧିକାରୀ ରବୀନ୍ଦ୍ର କୁମାର ପ୍ରଧାନ, ପାଟଣା ବିଡିଓ ମାନସ ରଞ୍ଜନ ଦଣ୍ଡପାଟ, ତହସିଲଦାର ଅଶ୍ବିନୀ କୁମାର ନାଏକ, ଇଡ୍‌କୋର ଜମି ଅଧିଗ୍ରହଣ ଅଧିକାରୀ ଜୟକିଶୋର ପାତ୍ର ପ୍ରମୁଖ ଉପସ୍ଥିତ ରହି ଲୋକଙ୍କଠାରୁ ମତାମତ ଗ୍ରହଣ କରିଥିଲେ।

ଗ୍ରାମବାସୀଙ୍କ ପକ୍ଷରୁ କ୍ଷତିପୂରଣ ବାବଦରେ ଏକର ପ୍ରତି ୨୦ କୋଟି ଟଙ୍କା ଦାବି କାରାଯିବା ସହ ୪୪ ସର୍ତ୍ତ ସମ୍ବଳିତ ଦାବିପତ୍ର ପ୍ରଶାସନ ନିକଟରେ ଉପସ୍ଥାପନ କରାଯାଇଥିଲା। ଗ୍ରାମର ପାରିପାଶର୍‌ବିକ ଉନ୍ନତି ସହ ପାନୀୟ ଜଳ ସମସ୍ୟା ଶିକ୍ଷା ସ୍ବାସ୍ଥ୍ୟ, ଗମନାଗମନ, ନିଯୁକ୍ତି ଆଦି ଦାବି କରିଥିଲେ। ଦାବି ପୂରଣ ନ ହେଲେ ରକ୍ତ ଦେବୁ ପଛେ ଭିଟାମାଟି ଛାଡ଼ିବୁ ନାହିଁ ବୋଲି ପ୍ରଶାସନ ନିକଟରେ ଚରମ ବାଣୀ ଶୁଣାଇଥିଲେ। ଶାନ୍ତିଶୃଙ୍ଖଳା ପାଇଁ ଅତିରିକ୍ତ ଏସ୍‌ପି ସ୍ନେହାଶିଷ ସାହୁ, ପ୍ରବାଧାନ, ଚମ୍ପୁଆ ଏସ୍‌ଡିପିଓ ରଶ୍ମିରଞ୍ଜନ ସାହୁ, ପ୍ରଶାନ୍ତ କୁମାର ବେହେରା, ବିଜୟ କୁମାର ବିହାରୀ, ଜୟଦୀପ ମହାନ୍ତି ତୁରୁମୁଙ୍ଗା ଥାନା ଅଧିକାରୀ ଦୀପ୍ତିରଞ୍ଜନ ସାହୁ, ବଡ଼ବିଲ ଥାନା ଅଧିକାରୀ ଅଶୋକ ନାଏକ, ଟାଉନ ଥାନା ଅଧିକାରୀ ଶ୍ରୀକାନ୍ତ ସାହୁ, ବାମେବାରୀ ଥାନା ଅଧିକାରୀ ଯଶକେତନ ଭୋଇ, ନନ୍ଦିପଦା ଥାନା ଅଧିକାରୀ ଧର୍ମେନ୍ଦ୍ର ଶାନ୍ତିଙ୍କ ସମେତ ବ୍ୟାପକ ପୋଲିସ ଫୋର୍ସ ମୁତୟନ ହୋଇଥିଲେ। ବ୍ଲକ ସ୍ତରୀୟ ସମସ୍ତ ଅଧିକାରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri