ଗାଁ ପାଲଟିଲା ଶ୍ମଶାନ: ଆଖିବୁଜା ଗୁଳି ମାଡ଼ରେ ୧୩୭ ମୃତ

ନିଆମେ,୨୩।୩: ପଶ୍ଚିମ ଆଫ୍ରିକୀୟ ଦେଶ ନାଇଜରର ମାଲି ସୀମାରେ ଥିବା ତାହୁଆ ଅଞ୍ଚଳରେ କେତେକ ଅଜଣା ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳିମାଡ଼ରେ ୧୩୭ ଜଣ ସାଧାରଣ ଲୋକଙ୍କ ମୃତ୍ୟୁ ଘଟିଛି। ବାଇକରେ ଆସି ବନ୍ଧୁକଧାରୀମାନେ ଏକାଧିକ ଗାଁରେ ପଶି ଲୋକଙ୍କ ଉପରେ ଗୁଳି ଚାଳନା କରିଛନ୍ତି। ସେମାନେ ୩ ଘଣ୍ଟା ଧରି ଗୁଳି ଚାଳନା କରିଥିଲେ। ଏହାଯୋଗୁ କେତେକ ଗାଁ ଏବେ ଶ୍ମଶାନରେ ପରିଣତ ହୋଇଛି। ତେବେ ଏହି ନରସଂହାର ପଛରେ କାହାର ହାତ ରହିଛି ତାହାର ସୂଚନା ସରକାରଙ୍କୁ ମିଳି ପାରିନାହିଁ। ବର୍ତ୍ତମାନ ସୁଦ୍ଧା କୌଣସି ଆତଙ୍କବାଦୀ ସଂଗଠନ ଏଥି ପାଇଁ ନିଜକୁ ଦାୟୀ ମଧ୍ୟ କରି ନ ଥିବା ସରକାର କହିଛନ୍ତି। ଏହି ଅଞ୍ଚଳରେ କିଛି ଆତଙ୍କବାଦୀ ସଂଗଠନ ସକ୍ରିୟ ରହିଛନ୍ତି। ସେଥିମଧ୍ୟରୁ ଇସଲାମିକ୍‌ ଷ୍ଟେଟ୍‌ ପ୍ରତି କିଛି ସଂଗଠନ ନିଜର ଆନୁଗତ୍ୟ ପ୍ରକାଶ କରିଥିବାବେଳେ ଅନ୍ୟ ସଂଗଠନଗୁଡ଼ିକ ଅଲକାଇଦା ସହିତ ଜଡ଼ିତ ରହିଥିବା ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ପୂର୍ବରୁ ଏହି ଘଟଣାରେ ୬୦ ଜଣଙ୍କ ମୃତ୍ୟୁ ଘଟିଥିବା ତାହୁଆ ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ତେବେ ଏବେ ସରକାରୀ ଭାବେ ମୃତ୍ୟୁ ସଂଖ୍ୟା ୧୩୭ ବୋଲି ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri