ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟୁପଡ଼ୁଛି ଗାଁ: ଭୋଗରାଇ ପଳାସିଆରେ ଶୋକାକୁଳ ପରିବେଶ

ଭୋଗରାଇ,୧୫।୭: ଅଧ୍ୟାପକଙ୍କ ଦ୍ୱାରା ଯୌନ ନିର୍ଯାତନାର ଶିକାର ହୋଇ ଆତ୍ମାହୁତି ଉଦ୍ୟମ କରି ଗୁରୁତର ଅବସ୍ଥାରେ ଭୁବନେଶ୍ୱର ଏମ୍‌ସରେ ଚିକିତ୍ସିତ ହେଉଥିବା ବାଲେଶ୍ୱର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଦ୍ୱିତୀୟ ବର୍ଷ ଛାତ୍ରୀଙ୍କ ସୋମବାର ରାତି ୧୧ଟା ୪୬ମିନିଟରେ ମୃତ୍ୟୁ ଘଟିଛି। ସୌମ୍ୟାଶ୍ରୀଙ୍କ ମରଶରୀର ପହଞ୍ଚିବା ପୂର୍ବରୁ କାନ୍ଦ ବୋବାଳିରେ ଫାଟିଛି ଗାଁ। ବାହୁନି ହେଉଛନ୍ତି ପରିବାର ଓ ଜ୍ଞାତି କୁଟୁମ୍ବ ସୌମ୍ୟାଶ୍ରୀଙ୍କ ଏକାଧିକ ପ୍ରତିଭାକୁ ଝୁରୁଛନ୍ତି ଅଞ୍ଚଳବାସୀ। ବାଲେଶ୍ବର ଭୋଗରାଇରେ ସୌମ୍ୟାଶ୍ରୀଙ୍କ ଶେଷକୃତ୍ୟ ହେବ ବୋଲି ଜଣାପଡ଼ିଛି। ଭୁବନେଶ୍ବର ଏମ୍ସରେ ପୋଷ୍ଟମର୍ଟମ ପରେ ସୌମ୍ୟଶ୍ରୀଙ୍କ ମରଶରୀରକୁ ଭୋଗରାଇ ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କ ବ୍ୟକ୍ତିଗତ ‘X’ ଆକାଉଣ୍ଟରେ ସମ୍ପୃକ୍ତା ଛାତ୍ରୀଙ୍କ ମୃତ୍ୟୁ ସମ୍ପର୍କରେ ଜଣାଇବା ସହ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ ଛାତ୍ରୀଙ୍କ ମୃତଦେହକୁ ଏମ୍‌ସର ପଛ ଗେଟ୍‌ ଦେଇ ବାହାରକୁ ନିଆଯିବାବେଳେ ସେଠାରେ ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଥିଲା। ବିଜେଡି ଏବଂ କଂଗ୍ରେସର ଛାତ୍ର ଓ ଯୁବନେତାମାନେ ଆମ୍ବୁଲାନ୍ସ ସମ୍ମୁଖରେ ଶୋଇ ପ୍ରତିବାଦ କରିବା ସହ ପୋଲିସ ଓ ପ୍ରଶାସନ ଲୁଚାଇ କରି ମୃତଶରୀର ନେଇଯାଉଥିବା ଅଭିଯୋଗ କରିଥିଲେ। ଏନେଇ ଡିସିପି ଜଗମୋହନ ମୀନା ଅଭିଯୋଗକୁ ଖଣ୍ଡନ କରି କହିଛନ୍ତି ଯେ, ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ମୃତଦେହକୁ ରାତିରେ ବ୍ୟବଚ୍ଛେଦ ପାଇଁ ନିଷ୍ପତ୍ତି ନିଆଯାଇଥିଲା। ତେଣୁ ମୃତଦେହ ନିଆଯାଉଥିବା ସମୟରେ କେତେକ ଛାତ୍ରଗୋଷ୍ଠୀ ଏହାକୁ ବିରୋଧ କରିଛନ୍ତି।

ଛାତ୍ର କଂଗ୍ରେସର ପୂର୍ବତନ ସଭାପତି ୟାସିର ନଓ୍ବାଜ କହିଛନ୍ତି, ସୋମବାର ଏମ୍‌ସର ସମାବର୍ତ୍ତନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତିଙ୍କ ଯୋଗଦେବାକୁ ଥିବାରୁ ପୀଡ଼ିତାଙ୍କ ମୃତ୍ୟୁକୁ ଲୁଚାଯାଇଥିଲା। ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ସରିବା ପରେ ସରକାର ମୃତ୍ୟୁ ସମ୍ପର୍କରେ ଘୋଷଣା କରିଛନ୍ତି, ଯାହାକି ବିଭିନ୍ନ ମହଲରେ ଆଶଙ୍କା କରାଯାଉଥିଲା ତାହା ସତ ହୋଇଛି। ଭାଜପା ଶାସିତ ଉତ୍ତରପ୍ରଦେଶରେ ମଧ୍ୟ ଏଭଳି ରାତି ଅଧିଆ ଶବ ନେବାର ନଜିର ରହିଥିବା ୟାସିର କହିଛନ୍ତି। ଏହା ସହିତ ଉଭୟ ବିଜେଡି ଏବଂ କଂଗ୍ରେସର ଛାତ୍ର ଓ ଯୁବ ନେତାମାନେ ଏମ୍‌ସର ଶବ ବ୍ୟବଚ୍ଛେଦ ଗୃହ ଆଗରେ ଧାରଣାରେ ବସି ସରକାର ବିରୋଧୀ ନାରା ଦେଇଥିଲେ।

ମହାବିଦ୍ୟାଳୟ ଶିକ୍ଷା ବିଭାଗର ମୁଖ୍ୟ(ଏଚ୍‌ଓଡି) ସମୀର କୁମାର ସାହୁଙ୍କ ଦ୍ୱାରା ପ୍ରାୟ ୬ମାସ ଧରି ପୀଡ଼ିତା ଛାତ୍ରୀ ଶାରୀରିକ ଓ ମାନସିକ ନିର୍ଯାତନା ପାଇ ଆସୁଥିଲେ। ଗତ ଜୁନ୍‌ ୩୦ ତାରିଖରେ ଏସଂକ୍ରାନ୍ତରେ ମହାବିଦ୍ୟାଳୟ ଅଧ୍ୟକ୍ଷ ଦିଲୀପ ଘୋଷଙ୍କ ନିକଟରେ ଲିଖିତ ଭାବେ ଅଭିଯୋଗ କରିଥିଲେ। ଏହାର ପରଦିନ ଅର୍ଥାତ୍‌ ଜୁଲାଇ ୧ରେ ପୀଡ଼ିତା ଏହି ଅଭିଯୋଗ ସଂକ୍ରାନ୍ତରେ ନିଜ ‘X’ ଆକାଉଣ୍ଟରେ ଉଲ୍ଲେଖ କରିବା ସହ ରାଜ୍ୟ ସରକାରଙ୍କ ସମେତ ବିଭିନ୍ନ ଅଧିକାରୀ, ନେତା ଏବଂ କର୍ତ୍ତୃପକ୍ଷଙ୍କୁ ଟ୍ୟାଗ୍‌ କରିଥିଲେ। ହେଲେ କୌଣସି ନ୍ୟାୟ ନ ପାଇ ୧୨ତାରିଖ ଶନିବାର ଛାତ୍ରୀ ଜଣକ ଅଧ୍ୟକ୍ଷଙ୍କ ପ୍ରକୋଷ୍ଠ ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ୍‌ ଢାଳି ନିଅଁା ଲଗାଇ ଦେଇଥିଲେ। ଉପସ୍ଥିତ କେତେଜଣ ଛାତ୍ରଙ୍କ ଦ୍ୱାରା ସେ ଉଦ୍ଧାର ହୋଇଥିଲେ ସୁଦ୍ଧା ତାଙ୍କ ଅବସ୍ଥା ଗୁରୁତର ହୋଇପଡ଼ିଥିଲା। ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟରେ ପ୍ରାଥମିକ ଚିକିତ୍ସା ପରେ ଅପରାହ୍ନରେ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଶରୀରର ପ୍ରାୟ ୯୫% ପୋଡ଼ି ଯାଇଥିବାରୁ ତାଙ୍କୁ ଏମ୍‌ସ ବର୍ନ ୟୁନିଟ୍‌ ଆଇସିୟୁ ଭେଣ୍ଟିଲେଟରରେ ରଖାଯାଇ ଚିକିତ୍ସା କରାଯାଉଥିଲା। ଏପରି କି ଦିଲ୍ଲୀ ଏମ୍‌ସର ଡାକ୍ତରୀ ଦଳଙ୍କ ସହାୟତାରେ ଏଠାକାର ଏକ ସ୍ବତନ୍ତ୍ର ଟିମ୍‌ ତାଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖି ଚିକିତ୍ସା ଚଳାଇଥିଲେ। କିନ୍ତୁ ସମସ୍ତ ପ୍ରଚେଷ୍ଟା ସତ୍ତ୍ୱେ ପୀଡ଼ିତା ସୋମବାର ରାତିରେ ଆଖି ବୁଜିଛନ୍ତି। ବ୍ୟବଚ୍ଛେଦ ହେବା ପରେ ମୃତଦେହକୁ ବାଲେଶ୍ୱର ଜିଲା ଭୋଗରାଇସ୍ଥିତ ବାସଭବନକୁ ନିଆଯିବା ପାଇଁ ପରିବାର ଲୋକ ନିଷ୍ପତ୍ତି ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହାରିଲା ପାକିସ୍ତାନ, ତଥାପି ଇସଲାମାବାଦରେ କାହିଁକି ଉତ୍ସବର ମାହୋଲ! ଭାଇରାଲ୍ ଭିଡିଓକୁ ନେଇ ଚର୍ଚ୍ଚା

ଇସଲାମାବାଦ,୧୫।୯: ଇଂଲଣ୍ଡ ଗସ୍ତରେ ପରାଜିତ ହୋଇ ଫେରିଥିବା ପାକିସ୍ତାନ ଦଳକୁ ଚାରିଆଡୁ କଡ଼ା ସମାଲୋଚନା କରାଯାଉଛି। କିନ୍ତୁ ଏହି ନିରାଶାଜନକ ପ୍ରଦର୍ଶନ ମଧ୍ୟରେ ଦଳର ୨୧ ବର୍ଷୀୟ…

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ଗଣେଶ ପୂଜା ପାଇଁ ଚଳଚଞ୍ଚଳ ଭଞ୍ଜନଗର: ମଣ୍ଡପରେ ଜମୁଛି ଭକ୍ତଙ୍କ ଭିଡ଼, ଉତ୍ସବମୁଖର …

ଭଞ୍ଜନଗର,୧୫।୯(ବାବୁଲା ପ୍ରଧାନ): ପବିତ୍ର ଗଣେଶ ପୂଜା ଅବସରରେ ଭଞ୍ଜନଗର ସହର ସମେତ ଆଖପାଖ ଗ୍ରାମାଞ୍ଚଳରେ ଏକ ଆନନ୍ଦଉଲ୍ଲାସ ଓ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ଗତ ଦୁଇଦିନ…

ପରିବାର ସହ ନୂଆଁଖାଇ ପାଳିଲେ ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର; ନୂଆଁଖାଇ ଜୁହାର ଭେଟ ହୋଇ ଜଣାଇଲେ ଶୁଭେଚ୍ଛା

ବଲାଙ୍ଗୀର,୧୫ା୯ (ବୀରେନ୍ଦ୍ର କୁମାର ଝାଙ୍କର): ପବିତ୍ର ନୂଆଁଖାଇ ଅବସରରେ ପୂର୍ବତନ ଆଇନ ମନ୍ତ୍ରୀ ନରସିଂହ ମିଶ୍ର ନିଜ ପରିବାର ସହ ନବାନ୍ନ ଭକ୍ଷଣ କରିବା ପରେ ନିଜ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ସଜନା ଶାଗ ତୋଳିବା ହେଲା କାଳ: ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଚାଲିଗଲା ୩୦ ବର୍ଷୀୟ ଯୁବକଙ୍କ ଜୀବନ

କୋରାପୁଟ,୧୫।୯(ଅମିତାଭ ବେହେରା): ସଜନା ଶାଗ ତୋଳିବାକୁ ଯାଇଥିଲେ, ହେଲେ ଫେରିଲା ମୃତଦେହ। ଅସାବଧାନତାର ଏକ ମୁହୂର୍ତ୍ତ ଜଣେ ଯୁବକଙ୍କ ଜୀବନରେ କାଳ ସାଜିଛି। ୧୧ କେଭି ବିଦ୍ୟୁତ୍…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

ପ୍ରଫେସର କୃତ୍ତିବାସ ବିଶ୍ୱାଳଙ୍କୁ ‘ଭଞ୍ଜଶ୍ରୀ ଶ୍ରୀଧର ଶତପଥୀ ସ୍ମୃତି ସମ୍ମାନ’

ଭଞ୍ଜନଗର,୧୫।୯ (ବାବୁଲା ପ୍ରଧାନ): ଘୁମୁସର ମାଟିର ବିଶିଷ୍ଟ ଜ୍ୟୋତିଷ, ଭଞ୍ଜ ସାହିତ୍ୟ ଗବେଷକ ତଥା ପ୍ରତିଷ୍ଠିତ ସାହିତ୍ୟିକ ଭଞ୍ଜଶ୍ରୀ ପଣ୍ଡିତ ଶ୍ରୀଧର ଶତପଥୀଙ୍କ ୧୧୩ତମ ଜୟନ୍ତୀ ମଙ୍ଗଳବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?