ଅଙ୍ଗନଓ୍ବାଡି କର୍ମୀଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇପାରିବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୨ା୫ (ବ୍ୟୁରୋ): କେବଳ ଛୋଟପିଲା ଓ ଗର୍ଭବତୀ ମା’ଙ୍କ ପୋଷଣ ତଥା ସ୍ବାସ୍ଥ୍ୟରକ୍ଷା ପାଇଁ ନୁହେଁ, ବରଂ କୋଭିଡ୍‌ ପରିସ୍ଥିତି ମଧ୍ୟରେ ଗତ ଏକ ବର୍ଷରୁ ଅଧିକ ସମୟ ଧରି ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତାମାନେ ଆଗଧାଡିର ଯୋଦ୍ଧା ଭାବେ କାର୍ଯ୍ୟ କରି ଚାଲିଛନ୍ତି। ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ହେଉ ଅବା ଗୃହ ପୃଥକବାସ କିମ୍ବା କ୍ୱାରାଣ୍ଟାଇନ୍‌ ପରିଚାଳନା, ସବୁଥିରେ ସେମାନେ ଖୁବ୍‌ ଭଲ କାମ କରୁଛନ୍ତି। ଆସନ୍ତା ୨୪ ତାରିଖରୁ ଅଙ୍ଗନଓ୍ବାଡ଼ି କର୍ମୀ ଘରକୁ ଘର ବୁଲି କୋଭିଡ୍‌ ଲକ୍ଷଣ ଓ ଗୁରୁତର ରୋଗ ଥିବା ବ୍ୟକ୍ତିଙ୍କୁ ଚିହ୍ନଟ କାର୍ଯ୍ୟ ଆରମ୍ଭ କରିବେ। ଏଥିରେ ମଧ୍ୟ ସେମାନେ ନିଶ୍ଚିତ ଭାବେ ସଫଳ ହେବେ। ସେମାନଙ୍କ ମାଧ୍ୟମରେ ଗାଁକୁ ସଂକ୍ରମଣମୁକ୍ତ କରାଯାଇ ପାରିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। କୋଭିଡ୍‌ ଦ୍ୱିତୀୟ ଲହର ପରିପ୍ରେକ୍ଷୀରେ ମହିଳା ଓ ଶିଶୁ ବିକାଶ ଏବଂ ମିଶନ ଶକ୍ତି ବିଭାଗର ଆଗଧାଡିର କାର୍ଯ୍ୟକର୍ତ୍ତାଙ୍କ ପାଇଁ ଶୁକ୍ରବାର ଭର୍ଚୁଆଲରେ ଦକ୍ଷତା ବୃଦ୍ଧି ଓ୍ବେବିନାର୍‌ ଅନୁଷ୍ଠିତ ହୋଇଥିଲା। ଏଥିରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପଟ୍ଟନାୟକ ରାଜ୍ୟର ୭୦ହଜାରରୁ ଊର୍ଦ୍ଧ୍ୱ ଆଇସିଡିଏସ୍‌ କର୍ମକର୍ତ୍ତାଙ୍କୁ ଉଦ୍‌ବୋଧନ ଦେଇଥିଲେ। ମହାମାରୀ ସମୟରେ ଅଙ୍ଗନଓ୍ବାଡ଼ି କାର୍ଯ୍ୟକର୍ତ୍ତାଙ୍କ କ୍ରମାଗତ ପରିଶ୍ରମ ଓ ନିଷ୍ଠାପର ଉଦ୍ୟମକୁ ପ୍ରଶଂସା କରିବା ସହ ନିଜେ ସୁରକ୍ଷିତ ରହି ଗାଁକୁ ସୁରକ୍ଷା ଦେବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି।
ବିଭାଗୀୟ ମନ୍ତ୍ରୀ ଟୁକୁନି ସାହୁ କହିଲେ, ବର୍ତ୍ତମାନ ପ୍ରତ୍ୟେକ ମୂଲ୍ୟବାନ ଜୀବନକୁ ସୁରକ୍ଷିତ ରଖିବା ଆମ ପାଇଁ ବଡ଼ ଆହ୍ବାନ। କରୋନା ମୁକାବିଲା ଦିଗରେ ଆଇସିଡିଏସ୍‌ କାର୍ଯ୍ୟକର୍ତ୍ତା ଓ ଅଙ୍ଗନଓ୍ବାଡି କର୍ମୀ ପ୍ରମୁଖ ଭୂମିକା ନେଉଛନ୍ତି। ବିଭାଗୀୟ ଶାସନ ସଚିବ ଅନୁ ଗର୍ଗ କହିଲେ, କରୋନାର ତୃତୀୟ ଲହରରେ ଶିଶୁମାନେ ଅଧିକ ପ୍ରଭାବିତ ହୋଇପାରନ୍ତି ବୋଲି ଆଶଙ୍କା କରାଯାଉଛି। ତେଣୁ ଏବେଠାରୁ ଲୋକଙ୍କ ନିକଟରେ କୋଭିଡ୍‌ ସମ୍ପର୍କରେ ଠିକ୍‌ ତଥ୍ୟ ପହଞ୍ଚାଇବା, ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ଶିଶୁ ଓ ମା’ମାନଙ୍କ ପୁଷ୍ଟିସାଧନକୁ ସୁନିଶ୍ଚିତ କରିବା ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତାଙ୍କ ଗୁରୁଦାୟିତ୍ୱ ବୋଲି ସେ ମତ ଦେଇଥିଲେ।
ଏହି ଅବସରରେ ଅଙ୍ଗନଓ୍ବାଡି କାର୍ଯ୍ୟକର୍ତ୍ତା କିପରି ସ୍ବାସ୍ଥ୍ୟ ସମ୍ବନ୍ଧୀୟ ସତକର୍ତ୍ତା, ପୁଷ୍ଟିସାଧନ ଓ ଶିଶୁ ସୁରକ୍ଷା ଉପରେ ସର୍ଭେ କରିବେ ତାହା ଉପରେ ବିଶେଷଜ୍ଞ ଏବଂ ଯୋଗାଯୋଗ ବିଶାରଦମାନେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଓ୍ବେବିନାରରେ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରତିଷ୍ଠାନର ନିର୍ଦ୍ଦେଶକ ଅମରେନ୍ଦ୍ରନାଥ ମହାନ୍ତି, ସମାଜ କଲ୍ୟାଣ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ, ବିଭାଗୀୟ ଯୁଗ୍ମ ଶାସନ ସଚିବ (ପୁଷ୍ଟିସାଧନ), ୟୁନିସେଫ୍‌ ନ୍ୟୁଟ୍ରିଶନ ବିଶେଷଜ୍ଞ ପ୍ରମୁଖ ଯୋଗଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri