ଗାଁ କମିଟି ବୈଠକ ପାଲଟିଲା ରଣକ୍ଷେତ୍ର: ବୁଲିଲା ଖଣ୍ଡା, ୪ ଗୁରୁତର

ଗଞ୍ଜାମ,୨୫।୪(ଡି.ଏନ୍‌.ଏ.): ଗଞ୍ଜାମ ଥାନା ଅନ୍ତର୍ଗତ ଅଗସ୍ତି ନୂଆ ଗାଁରେ ଗ୍ରାମ କମିଟି ବୈଠକ ଚାଲିଥିବା ବେଳେ ହଠାତ୍‌ ସଙ୍ଘବଦ୍ଧ ଆକ୍ରମଣ ଘଟଣା ଘଟିଛି। ଏଥିରେ ୪ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ପ୍ରଥମେ ଛତ୍ରପୁର ମେଡିକାଲ ଓ ପରେ ବ୍ରହ୍ମପୁର ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, ଶନିବାର ରାତିରେ ଗ୍ରାମ କମିଟି ବୈଠକ ବସିଥିଲା । ଅନ୍ୟ ଏକ ଗୋଷ୍ଠୀର ପ୍ରାୟ ୫ ଯୁବକ ହାତରେ ଖଣ୍ଡା ଧରି ବୈଠକ ସ୍ଥଳରେ ପହଞ୍ଚିି ଅତର୍କିତ ଭାବେ ଖଣ୍ଡାରେ ହାଣିଥିଲେ ।  ଖବରପାଇ ଗଞ୍ଜାମ ଥାନା ଆଇଆଇସି ଦିଲ୍ଲୀପ କୁମାର ସାହୁ, ଏସ୍‌ଆଇ ଅଜିତ ପରିଡ଼ା ପ୍ରମୁଖ ଉକ୍ତ ଗ୍ରାମରେ ପହଞ୍ଚି ଛାନଭିନ୍ନ ଆରମ୍ଭ କରିଥିଲେ। ଉକ୍ତ ଘଟଣାରେ ସମ୍ପୃକ୍ତ ୨ ଜଣଙ୍କୁୁ ଥାନାରେ ଅଟକ ରଖାଯାଇ ତଦନ୍ତ ଚାଲୁଥିବା ଆଇଆଇସି ସାହୁ କହିଛନ୍ତି । ପୂର୍ବ ଶତ୍ରୁତାକୁ ନେଇ ଘଟଣା ଘଟିଥିବା ପୋଲିସ ପ୍ରାଥମିକ ତଦନ୍ତରୁ ଜାଣିପାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଚଳଚଞ୍ଚଳ କ୍ୟାମ୍ପସ  ସରିଲା ନାମାଙ୍କନ, ବୈଧ ପ୍ରାର୍ଥୀ ତାଲିକାକୁ ଅପେକ୍ଷା

ଖୋର୍ଦ୍ଧା,୯।୧୦(ପ୍ରଭାତ ପାଣିଗ୍ରାହୀ): ଛାତ୍ର ସଂସଦ ନିର୍ବାଚନକୁ ନେଇ କଲେଜ କ୍ୟାମ୍ପସ ଚଳଚଞ୍ଚଳ ହୋଇଉଠିଛି। ଦୀର୍ଘ ୮ ବର୍ଷ ପରେ କ୍ୟାମ୍ପସ୍‌ରେ ଛାତ୍ର ସଂସଦନିବାଚନ ହେଉଥିବାରୁ ଛାତ୍ରଛାତ୍ରୀଙ୍କ ମଧ୍ୟରେ…

ଛାତ୍ର ନିର୍ବାଚନରେ ବଢୁଛି ଉତ୍ସାହ: ଅତାବିରା କଲେଜରେ ୨୪ଜଣଙ୍କ ନାମାଙ୍କନ ଦାଖଲ

ଅତାବିରା,୯।୧୦(ଯୁଧିଷ୍ଠିର ମହାପାତ୍ର): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହେଉଥିବା ବେଳେ ଅତାବିରା କଲେଜରେ ନିର୍ବାଚନୀ ଉତ୍ସାହ ଦେଖିବାକୁ ମିଳିଛି। କଲେଜର…

ସୁନା ଜିତିବା ପରେ ଟଙ୍କା ବର୍ଷା: ଏହି ଖେଳାଳିଙ୍କୁ ମିଳିବ କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୯।୧୦: ଏସିଆନ ଗେମ୍ସରେ ସ୍ବର୍ଣ୍ଣ ପଦକ ଜିତିବା ପ୍ରତ୍ୟେକ ଖେଳାଳିଙ୍କ ପାଇଁ ଏକ ବଡ଼ ଉପଲବ୍ଧି। ଏହି ସଫଳତା ସହ ଯଦି ଲକ୍ଷ ଲକ୍ଷ ଟଙ୍କାର ନଗଦ…

ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ନାମାଙ୍କନପତ୍ର ଦାଖଲ: ଶକ୍ତି ପ୍ରଦର୍ଶନ କରି ଛାତ୍ରୀଛାତ୍ର…

ଭବାନୀପାଟଣା,୯ା୧୦(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ନାମାଙ୍କନରେ ଦେଖିବାକୁ ମିଳିଛି ଶକ୍ତି ପ୍ରଦର୍ଶନ। ବିଶାଳ ପଟୁଆରରେ ବିଶ୍ୱବିଦ୍ୟାଳୟକୁ…

ହଠାତ୍‌ ଅନ୍ତର୍ଜାତୀୟ କ୍ରିକେଟ୍‌କୁ ବାଏ ବାଏ କରି ସମସ୍ତଙ୍କୁ ଚମକାଇଦେଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୯।୧୦:ଭାରତରେ ଜନ୍ମିତ ନ୍ୟୁଜିଲାଣ୍ଡ କ୍ରିକେଟର୍‌ ଜିତ ରାଭାଲ ପେସାଦାର କ୍ରିକେଟ୍‌ରୁ ଅବସର ଘୋଷଣା କରିଛନ୍ତି। ୩୮ ବର୍ଷୀୟ ଏହି ଓପନିଂ ବ୍ୟାଟର୍‌ ନିଜ କ୍ୟାରିୟର ଓ ଉପଲବ୍ଧିକୁ…

୮ ବର୍ଷ ପରେ ବାୟାବାବା କଲେଜରେ ନିର୍ବାଚନ ଉଷ୍ଣତା: ବିଜେଡି-ଏବିଭିପି ଜୋର୍‌ଦାର ଲଢ଼େଇ

ମହାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜଲା ମହାକାଳପଡ଼ା ସଦରମହକୁମାଠାରେ ଶ୍ରୀ ଶ୍ରୀ ବାୟାବାବା କଲେଜରେ ୮ ବର୍ଷ ପରେ ରାଜ୍ୟ ସରକାର ଛାତ୍ର ସଂସଦ ନିର୍ବାଚନ ଘୋଷଣା…

ନାନା ପାଟେକରଙ୍କ ମୃତ୍ୟୁ ପରେ ବି ତାଙ୍କୁ ଛାଡ଼ିଲେନି ତନୁଶ୍ରୀ: କହିଦେଲେ ଏମିତି କଥା, ତାତିଲେ ପ୍ରଶଂସକ

ବଲିଉଡ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ଅଭିନେତ୍ରୀ ତନୁଶ୍ରୀ ଦତ୍ତାଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବିବାଦ ସୃଷ୍ଟି ହୋଇଛି। ନାଁ ନ ନେଇ ଇନ୍‌ଷ୍ଟାଗ୍ରାମ…

ବିଶ୍ବରେ ହଲଚଲ! H-1B ଭିସାଧାରୀଙ୍କୁ ଏଭଳି କହିଦେଲା ଆମେରିକା; କଡ଼ା ଜବାବ ଦେଲା ଭାରତ

ନୂଆଦିଲ୍ଲୀ,୯ା୧୦: H-1B ଭିସାଧାରୀଙ୍କୁ ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ‘ଇଣ୍ଡେଞ୍ଚର୍ଡ ଲେବର’ ଅର୍ଥାତ୍‌ ‘ଚୁକ୍ତିବଦ୍ଧ ଶ୍ରମିକ’ ବୋଲି କହିବାକୁ ନେଇ ଭାରତ କଡ଼ା ଆପତ୍ତି ପ୍ରକାଶ କରିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?