ଲଟାବୁଦାରେ ଭର୍ତ୍ତି ହୋଇଛି ଗାଁ ଶ୍ମଶାନ, ସଫେଇ ପାଇଁ ଏକାଠି ହେଲେ ଯୁବବର୍ଗ, ଅଧାପନ୍ତରିଆ ହୋଇଥିବା…

ଦାରିଙ୍ଗବାଡ଼ି,୨୦ା୯(ଅରୁଣ ସାହୁ): ସରକାରଙ୍କ ପକ୍ଷରୁ ଶ୍ମଶାନ ଗୃହ ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ଅନୁଦାନ ଖର୍ଚ୍ଚ କରାଯାଇ ସ୍ବଚ୍ଛତା ଓ ସୌନ୍ଦର୍ଯ୍ୟ ପାଇଁ ପଦକ୍ଷେପ ନିଆଯାଉଛି। କିନ୍ତୁ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପଞ୍ଚାୟତ ଡବେରୀ ଗ୍ରାମର ଶ୍ମଶାନ ଲଟାବୁଦାରେ ଭର୍ତ୍ତି ହୋଇ ଦୂଷିତ ପରିବେଶ ମଧ୍ୟରେ ରହିଛି। ଏହାର ସଫେଇ କାର୍ଯ୍ୟ ପାଇଁ ଅଣ୍ଟା ଭିଡ଼ିଥିବା କହିଛନ୍ତି ଡବେରୀ ଗ୍ରାମର ବିର୍ସାମୁଣ୍ଡା ଯୁବକ ସଂଘର ସଭାପତି ଦୀପକ ପ୍ରଧାନ।

ଦୀପକଙ୍କ ନେତୃତ୍ୱରେ ଗାଁର ଶତାଧିକ ଯୁବକ ଡବେରୀ ଶ୍ମଶାନରେ ଏକାଠି ହୋଇଥିଲେ। ତାଙ୍କୁ ଗାଁର ଛୋଟ ପିଲାଙ୍କଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ ସହାୟତା କରିଥିଲେ। ସମସ୍ତେ ମିଶି ଗାଁ ଶ୍ମଶାନରେ ହୋଇଥିବା ଅନାବନା ଗଛ, ଲଟାବୁଦାକୁ କାଟି ସଫା କରିଥିଲେ। ସେମାନଙ୍କ ଗୋଟିଏ ଦାବି ତାଙ୍କ ଶ୍ମଶାନରେ ହୋଇଥିବା ଅଧାପନ୍ତରିଆ ଗୃହକୁ ସମ୍ପୂର୍ଣ୍ଣ କରିବା। ଏହି ଅଧାପନ୍ତରିଆ ଶ୍ମଶାନ ଗୃହ ମଧ୍ୟ ଭାଙ୍ଗି ନଷ୍ଟ ହୋଇଗଲାଣି। ତେଣୁ ସ୍ଥାନୀୟ ପ୍ରଶାସନ ଓ ଜିଲାପ୍ରଶାସନ ଏହାକୁ ଦୃଷ୍ଟିରେ ରଖି ନୂତନ ଶ୍ମଶାନ ଗୃହ ନିର୍ମାଣ ପାଇଁ ଅନୁଦାନ ଦେଇ ସେଠାରେ ମୌଳିକ ଆବଶ୍ୟକ ସୁବିଧା ଯୋଗାଇ ଦେବାକୁ ଯୁବକ ସଂଘ ଦାବି ଜଣାଇଛି।

ଗାଁ କମିଟିର ସଭାପତି ସଭାପତି ରାଜୁ ପ୍ରଧାନ, ପୂର୍ବତନ ସଭାପତି କୃଷ୍ଣଚନ୍ଦ୍ର ପ୍ରଧାନ, ପୂର୍ବତନ ସମ୍ପାଦକ ସୁଶାନ୍ତ ମଲିକ, ଓ୍ବାର୍ଡସଭ୍ୟା ଅର୍ପା ପ୍ରଧାନ, ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ପକ୍ଷରୁ ଦାବି କରାଯାଇଛି। ଶେଷରେ ବୃକ୍ଷରୋପଣ କରାଯାଇଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀଗୁଣ୍ଡିଚା ମନ୍ଦିର ପରିଦର୍ଶନ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟ ପ୍ରଶାସକ

ପୁରୀ,୨୦ା୯(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟସ୍ଥିତ ସମ୍ମିଳନୀ କକ୍ଷରେ ମୁଖ୍ୟ ପ୍ରଶାସକ ଡ. ଅରବିନ୍ଦ କୁମାର ପାଢ଼ୀଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ…

ସେପ୍ଟେମ୍ୱର ଶେଷ ସପ୍ତାହରେ ଗୋଟିଏ ଦିନ ଖୋଲା ରହିବ ବ୍ୟାଙ୍କ୍‌, ଜରୁରୀ କାମ ଥିଲେ…

ନୂଆଦିଲ୍ଲୀ,୨୦।୯: ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (RBI)ର ଛୁଟି ତାଲିକା (ହଲିଡେ କ୍ୟାଲେଣ୍ଡର) ଦେଖିଲେ ମନେହେଉଛି ଯେ ଆସନ୍ତା ସପ୍ତାହରେ ବ୍ୟାଙ୍କ କେବଳ ଗୋଟିଏ ଦିନ ହିଁ…

ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀଙ୍କୁ ହତ୍ୟାପରେ, ସ୍ୱାମୀଙ୍କ ଆତ୍ମହତ୍ୟା

ପରଜଙ୍ଗ, ୨୦/୯ (ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅଧୀନ ଦଦରାଘାଟି ଫାଣ୍ଡି ଅଞ୍ଚଳର ଆଖୁଆପାଳ ପଞ୍ଚାୟତ ଅନ୍ତର୍ଗତ ୩ ନମ୍ବର କଲୋନୀରେ ପାରିବାରିକ କଳହକୁ…

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?