ଫୋକସ୍‌ରେ ଗାଁ ବିକାଶ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୨(ବ୍ୟୁରୋ): ଚଳିତ ବର୍ଷ ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ୧୦୦ ବର୍ଷ ପାଳନ କରାଯାଇଛି। ମାର୍ଚ୍ଚ ୨୩ ତାରିଖ ୧୯୨୧ରେ ଗାନ୍ଧିଜୀ ପ୍ରଥମେ ଓଡ଼ିଶା ଆସିଥିଲେ। ୧୯୩୮ରେ ସେ ଡେଲାଙ୍ଗର ବେରବୋଇ ଯାଇଥିଲେ। ଏଠାରେ କୃଷି ଓ ଗ୍ରାମଦ୍ୟୋଗ ପ୍ରଦର୍ଶନୀରେ ଭାଗ ନେଇଥିଲେ। ଗାନ୍ଧିଜୀଙ୍କ ଆଦର୍ଶ ସବୁବେଳେ, ବିଶେଷକରି ବର୍ତ୍ତମାନ ସମୟରେ ଆମ ପାଇଁ ବହୁ ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଏହି ଅବସରରେ ସେ ପିପିଲି ଓ ଡେଲାଙ୍ଗର ବିକାଶ ଲାଗି ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ବିଷୟରେ ଘୋଷଣା କରିଛନ୍ତି।
ମୁଖ୍ୟମନ୍ତ୍ରୀ ମଙ୍ଗଳବାର ଭିଡିଓ କନଫରେନ୍ସ ଜରିଆରେ ପିପିଲି-ଡେଲାଙ୍ଗ ଅଞ୍ଚଳର ଜନସାଧାରଣଙ୍କ ସହ ଆଲୋଚନା କରିଛନ୍ତି। ବେରବୋଇରେ ଏକ ଆଦର୍ଶ ବିଦ୍ୟାଳୟ ତଥା ଗାନ୍ଧିଜୀଙ୍କ ସ୍ମୃତିପୀଠରେ ବିକାଶ ପାଇଁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ପିପିଲି-ଡେଲାଙ୍ଗ ନିର୍ବାଚନମଣ୍ଡଳୀର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ୬୮ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଘୋଷଣାକରି କହିଛନ୍ତି, ଏଥିରେ ରାସ୍ତାଘାଟଠାରୁ ଆରମ୍ଭକରି ଜଳସେଚନ, ଷ୍ଟାଡିୟମ, ସେତୁ, ବସ୍‌ଷ୍ଟାଣ୍ଡ ଆଦି ବିଭିନ୍ନ ବିକାଶ କାମ କରାଯିବ। ସବୁବେଳେ ଗାଁର ବିକାଶ ଉପରେ ଦୃଷ୍ଟି ଦିଆଯାଉଛି। ମହିଳା ଓ ଚାଷୀଙ୍କ କଲ୍ୟାଣ ଉପରେ ଫୋକସ କରାଯାଉଛି। ଗରିବଙ୍କ ମୁହଁରେ ହସ ହିଁ ତାଙ୍କୁ ସବୁଠାରୁ ଅଧିକ ସନ୍ତୋଷ ଦେଇଥାଏ। କରୋନା ଲକ୍‌ଡାଉନ ସମୟରେ ମିଶନ ଶକ୍ତି ଓ ଚାଷୀଙ୍କ କାର୍ଯ୍ୟକ୍ରମକୁ ପ୍ରଶଂସାକରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ସମୟରେ ଆମର ମିଶନ ଶକ୍ତିର ମା’ମାନେ ବହୁତ ଭଲ କାମ କରିଛନ୍ତି। ଆମ ଚାଷୀଭାଇମାନେ ମଧ୍ୟ କରୋନାକୁ ଭୟ ନ କରି ନିଜର କାମ ଜାରି ରଖିଥିଲେ। ଚାଷୀଙ୍କ ପରିଶ୍ରମ ଯୋଗୁ ଦେଶର ଅର୍ଥନୀତି ବର୍ତ୍ତମାନ ବଞ୍ଚିରହିଛି। ଏହି ଅବସରରେ ପୂର୍ବତନ ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ମୃତିଚାରଣ କରି ମୁଖ୍ୟମନ୍ତ୍ରୀ କହିଥିଲେ, ଦୁଃଖର କଥା ପ୍ରଦୀପବାବୁ ଆମ ଗହଣରେ ନାହାନ୍ତି। ପିପିଲି-ଡେଲାଙ୍ଗ ବିକାଶ ପାଇଁ ସବୁବେଳେ ସେ କାମ କରିଯାଇଛନ୍ତି। ବିକାଶର ସୁଫଳ ସମସ୍ତଙ୍କ ପାଖରେ ପହଞ୍ଚାଇବା ଏବଂ ସାଧାରଣ ଲୋକକୁ ସେମାନଙ୍କ ହକ୍‌ ଦେବା ଲାଗି କାମ ଚାଲିଛି ଏବଂ ଚାଲିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏହି ଅବସରରେ ଯୋଜନା ବୋର୍ଡ ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମା ଯୋଗଦେଇ ପୁରୀ ଜିଲାରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ କ୍ଷେତ୍ରରେ ନେଇଥିବା ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ପିପିଲି ଓ ଡେଲାଙ୍ଗ ଦୁଇଟି ସ୍ଥାନରେ ସଭାର ଆୟୋଜନ କରାଯାଇଥିଲା। ପିପିଲିଠାରେ ଆୟୋଜିତ ସଭାରେ ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଡେଲାଙ୍ଗରେ ମନ୍ତ୍ରୀ ତୁଷାରିକାନ୍ତି ବେହେରା ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ପ୍ରଶଂସା କରିଛନ୍ତି। ଏହି ଅବସରରେ ପିପିଲିଠାରେ ୧୭୬୧ ଜଣଙ୍କୁ ରାଶନକାର୍ଡ, ୩୦୫୯ ଜଣଙ୍କୁ ଭତ୍ତା ଏବଂ ୨୦ଜଣ ଭିନ୍ନକ୍ଷମଙ୍କୁ ଟ୍ରାଇ ସାଇକେଲ ବଣ୍ଟନ କରାଯାଇଥିଲା। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ(୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ର ସଞ୍ଚାଳନ କରିଥିଲେ। ପୁରୀ ଜିଲାପାଳ ସ୍ବାଗତ ଭାଷଣ ଦେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୁରୀ ଏମ୍‌ପି ପିନାକୀ ମିଶ୍ର, ବିଧାୟକ ପ୍ରଣବ ପ୍ରକାଶ ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri