ଗାଁ ମଝିରେ ପିଟାପିଟି, ଚାଷ ଜମିକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

ବଲାଙ୍ଗୀର,୨୬/୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତୁଷୁରା ବାହାଲ ପଂଚାୟତ ଡ଼ଙ୍ଗାଘାଟ ଗାଁରେ ଚାଷ ଜମିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ହୋଇଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ଆହାତ ହେଇଛନ୍ତି l ଚାଷ ଜମିକୁ ନେଇ ସଂଘର୍ଷ ହୋଇଥିବା ଗାଁରେ ଆଲୋଚନା ହେଉଛି । ଦୁଇ ଗୋଷ୍ଠୀ ପୂର୍ବରୁ ଶତ୍ରୁତା ରହିଥିବା ବେଳେ ବିଭିନ୍ନ ସମୟରେ ଝଗଡା ହୋଇଆସୁଥୁଲା l ଆଜି କିନ୍ତୁ ଝଗଡ଼ା ହାତାହାତି ହୋଇ ଦୁଇ ପକ୍ଷରୁ ଗାଁ ମଝି ରାସ୍ତାରେ ଠେଙ୍ଗାରେ ମାଡ଼ ପିଟ ହୋଇଥିଲେ । ଗାଁ ମଝି ରଣକ୍ଷେତ୍ର ପାଲଟିଥିବା ବେଳେ ଗ୍ରାମବାସୀ ଦେଖଣା ହାରି ହୋଇଥିଲେ । ସଂଘର୍ଷ ହେବା ଫଳରେ ୮ ଜଣ ଆହତ ହେଇଛନ୍ତି । ସମସ୍ତଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଛି । ଗାଁରେ ସଦର ପୋଲିସ ଟିମ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି । ପୂର୍ବ ଶତ୍ରୁତା ନେଇ ଗୋଷ୍ଠୀ ସଙ୍ଘର୍ଷ ହୋଇଥିବା ପୋଲିସ ଅନୁମାନ କରୁଛି । ଗାଁରେ ଏବେ ଗୋଷ୍ଠୀ ସଂଘର୍ଷକୁ ନେଇ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାକୁ ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏକାଠି ହେଲେ ହଳଦିଆ ତୈଳିକ ବୈଶ୍ୟ ସମାଜ ସଭ୍ୟ, ବିଭିନ୍ନ ସମସ୍ୟା ନେଇ

ଦିଗପହଣ୍ଡି,୮ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଚିକିଟି ଓ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜର ଏକ ଆଲୋଚନା ସଭା ସାନଖେମୁଣ୍ଡି ବ୍ଲକ ଜିଉରା ଗ୍ରାମ...

ଯାଉଥିବାବେଳେ ହଠାତ୍‌ ସାମ୍ନାକୁ ଚାଲିଆସିଲା ଏମିତି ଏକ ଜନ୍ତୁ, ତା’ପରେ…

ଭଞ୍ଜନଗର,୮।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଫୁଲବାଣୀ ମୁଖ୍ୟ ରାସ୍ତାର ସୋରାଦେବୀ ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଅଜଣା ଜନ୍ତୁକୁ ଧକ୍କା ଦେଇ ଜଣେ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଲେ

ଭୁବନେଶ୍ୱର,୧୨।୮: ପାନ ଦୋକନ ଆଗରେ ଯୁବକଙ୍କ ମୁଣ୍ଡକୁ ପଥରରେ ଛେଚିଦେଲେ। ଏଭଳି ଘଟଣା ଘଟିଛି ଭୁବନେଶ୍ୱର ସହିଦ୍‌ନଗରରେ। ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ମରଣାତ୍ମକ ଆକ୍ରମଣ ହୋଇଛି।...

ଭୟାବହ ଅଗ୍ନିକାଣ୍ଡ: କ୍ଷତିପୂରଣ ଦାବିରେ ରାସ୍ତାରୋକୋ କଲେ ଫଳ ଦୋକାନୀ, ତହସିଲଦାର କଲେ ଆଲୋଚନା

ବଲାଙ୍ଗୀର, ୮।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ବସଷ୍ଟାଣ୍ଡ ସମ୍ମୁଖ ତଥା ଜିଲାପାଳ କାର୍ଯ୍ୟାଳୟ ନିକଟ ଫଳ ମାର୍କେଟରେ ସୋମବାର ଅପରାହ୍ନ ପ୍ରାୟ ୩ଟା ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri