ଗାଁ ମଝିରେ ପିଟାପିଟି, ଚାଷ ଜମିକୁ ନେଇ ୨ ଗୋଷ୍ଠୀ ମୁହାଁମୁହିଁ

ବଲାଙ୍ଗୀର,୨୬/୮( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ତୁଷୁରା ବାହାଲ ପଂଚାୟତ ଡ଼ଙ୍ଗାଘାଟ ଗାଁରେ ଚାଷ ଜମିକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସଂଘର୍ଷ ହୋଇଛି। ଏଥିରେ ୩ ଜଣ ଗୁରୁତର ହୋଇଥିବା ବେଳେ ୫ ଜଣ ଆହାତ ହେଇଛନ୍ତି l ଚାଷ ଜମିକୁ ନେଇ ସଂଘର୍ଷ ହୋଇଥିବା ଗାଁରେ ଆଲୋଚନା ହେଉଛି । ଦୁଇ ଗୋଷ୍ଠୀ ପୂର୍ବରୁ ଶତ୍ରୁତା ରହିଥିବା ବେଳେ ବିଭିନ୍ନ ସମୟରେ ଝଗଡା ହୋଇଆସୁଥୁଲା l ଆଜି କିନ୍ତୁ ଝଗଡ଼ା ହାତାହାତି ହୋଇ ଦୁଇ ପକ୍ଷରୁ ଗାଁ ମଝି ରାସ୍ତାରେ ଠେଙ୍ଗାରେ ମାଡ଼ ପିଟ ହୋଇଥିଲେ । ଗାଁ ମଝି ରଣକ୍ଷେତ୍ର ପାଲଟିଥିବା ବେଳେ ଗ୍ରାମବାସୀ ଦେଖଣା ହାରି ହୋଇଥିଲେ । ସଂଘର୍ଷ ହେବା ଫଳରେ ୮ ଜଣ ଆହତ ହେଇଛନ୍ତି । ସମସ୍ତଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲକୁ ଅଣାଯାଇଛି । ଗାଁରେ ସଦର ପୋଲିସ ଟିମ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଜଣାପଡିଛି । ପୂର୍ବ ଶତ୍ରୁତା ନେଇ ଗୋଷ୍ଠୀ ସଙ୍ଘର୍ଷ ହୋଇଥିବା ପୋଲିସ ଅନୁମାନ କରୁଛି । ଗାଁରେ ଏବେ ଗୋଷ୍ଠୀ ସଂଘର୍ଷକୁ ନେଇ ଉତ୍ତେଜନା ଲାଗି ରହିଥିବା ବେଳେ ପୋଲିସ ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାକୁ ପଦକ୍ଷେପ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରତିଷ୍ଟା ଉତ୍ସବରେ ଯୋଗଦେଲେ ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା

ଗଞ୍ଜାମ,୨୩।୩(ବିଦ୍ୟାଧର ସାହୁ): ରାଜ୍ୟ ଶିଶୁ ସୁରକ୍ଷା ଅଧ୍ୟକ୍ଷା ବବିତା ପାତ୍ର ଗଞ୍ଜାମ ଜଲାର ଗ୍ରସ୍ତ କରି ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ନିମନ୍ତ୍ରଣକ୍ରମେ ଗଞ୍ଜାମ ବ୍ଲକ ଅନ୍ତର୍ଗତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri