ପ୍ରସ୍ତାବିତ ଗ୍ୟାସ୍‌ ପାଇପ୍‌ ଲାଇନକୁ ବିରୋଧ

ନୂଆପଡ଼ା, ୧୪।୧ (ମକାରୁ ବେମାଲ): ଛତିଶଗଡ଼ର ରାୟପୁରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଏଚ୍‌ପିସିଏଲ୍‌ ଗ୍ୟାସ୍‌ ପାଇପ୍‌ ଲାଇନ ପ୍ରକଳ୍ପକୁ ନୂଆପଡ଼ା ବ୍ଲକରେ ବିରୋଧ କରାଯାଇଛି। ମଙ୍ଗଳବାର ନୂଆପଡା ମହକୁମା ସାହୁ ସମାଜ ଭବନଠାରେ ସଦର ବ୍ଲକର କ୍ଷତିଗ୍ରସ୍ତ ହେବାକୁ ଥିବା ଚାଷମାନେ ଏକଜୁଟ ହୋଇ ପ୍ରକଳ୍ପକୁ ବିରୋଧ କରିବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଏହି ପ୍ରସ୍ତାବିତ ଗ୍ୟାସ୍‌ ପାଇପ ଲାଇନ ପ୍ରକଳ୍ପର ସର୍ଭେ କାର୍ଯ୍ୟ ଇତିମଧ୍ୟରେ କମ୍ପାନୀ ପକ୍ଷରୁ କରାଯାଇ ଭୂମି ମାଲିକଙ୍କୁ ନୋଟିସ ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆଦିବାସୀ ନେତା ଖାମସିଂ ମାଝିଙ୍କ ନେତୃତ୍ୱରେ କ୍ଷତିଗ୍ରସ୍ତ ହେବାକୁ ଥିବା ଚାଷୀମାନେ ଏକାଠି ହୋଇଥିଲେ। ସେମାନେ ଦର୍ଶାଇଥିଲେ, ସ୍ଥାନୀୟ ରାଜସ୍ବ ନିରୀକ୍ଷକ ଓ ଜମି ମାଲିକଙ୍କୁ ସାଙ୍ଗରେ ନେଇ କମ୍ପାନୀ ସର୍ଭେ କରିବା କଥା। କିନ୍ତୁ କାହାକୁ କିଛି ନ ଜଣାଇ କମ୍ପାନୀ ମନମୁଖି ସର୍ଭେ କରି ନୋଟିସ ଜାରି କରିଛି। ଅନେକ ଚାଷୀ ଏପର୍ଯ୍ୟନ୍ତ କିଛି ଜାଣି ନାହାନ୍ତି। କମ୍ପାନୀ କିଛି ଲୋକଙ୍କ ଅଭିଯୋଗକୁ ଜିଲା ପ୍ରଶାସନ ପାଖରେ ରଖି ତା’ର ସମାଧାନ କରିଦେବାକୁ ଭିତିରିଆ ଚାଲ ଖେଳୁଛି ବୋଲି ସଭାରେ ଖାମସିଂ ଅଭିଯୋଗ କରିଛନ୍ତି। ସେ ଆହୁରି କହିଛନ୍ତି, ପ୍ରଥମେ ଗ୍ରାମସଭା ହେଉ, ନ ହେଲେ ଆମେ ପକଳ୍ପକୁ ବିରୋଧ କରିବୁ। ସମାବେଶରେ ଗୋପାଳ ଚନ୍ଦ୍ର ସାହୁ, ଲଳିତ ସାହୁ, ଭୋଳାନାଥ ସାହୁ, ହୋମସିଂ ମାଝି, ନୀଳକଣ୍ଠ ସାହୁ, ଶୋଭାରାମ ସାହୁ ପ୍ରମୁଖ ମଞ୍ଚାସୀନ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୀରାକୁଦରେ ପୂର୍ବ ଶତ୍ରୁତାରୁ ସଂଘବଦ୍ଧ ଆକ୍ରମଣ, ଯୁବକ ଗୁରୁତର

ସମ୍ବଲପୁର,୩ା୬(ପ୍ରମୋଦ ବହିଦାର): ହୀରାକୁଦରେ ପୂର୍ବ ଶତ୍ରୁତା ଓ ବାରମ୍ବାର ଗଣ୍ଡଗୋଳକୁ କେନ୍ଦ୍ର କରି ସଂଘବଦ୍ଧ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇ ବୁର୍ଲା ଭମ୍‌ସାରରେ ଭର୍ତ୍ତି…

ଆମ୍ବ ତୋଟା ପାଚେରୀରେ ଲାଗିଥିଲା କରେଣ୍ଟ ତାର, ସଂସ୍ପର୍ଶରେ ଆସି ମାଈ ହାତୀର ମୃତ୍ୟୁ

​ସମ୍ବଲପୁର,୩।୬(ପ୍ରମୋଦ ବହିଦାର): ସମ୍ବଲପୁର ସଦର ରେଞ୍ଜ ଅନ୍ତର୍ଗତ ମାନେଶ୍ବରର ଝାଙ୍କରପାଲି ସେକ୍ସନ ଅଧୀନସ୍ଥ ବଦୁଆପାଲି ଗ୍ରାମରେ ବିଦ୍ଯୁତଘାତରେ ଏକ ମାଈ ହାତୀର ମୃତ୍ଯୁ ହୋଇଥିବା ଖବର ମିଳିଛି।…

କଳାବ୍ୟାଜ୍‌ ପିନ୍ଧିଲେ ବରଗଡ଼ କୋଷାଗାର କର୍ମଚାରୀ, ଏହି ଘଟଣାରେ କାର୍ଯ୍ୟାନୁଷ୍ଠାନ…

ବରଗଡ଼,୩।୬(ପ୍ରେମାନନ୍ଦ ଖମାରୀ)- ଯାଜପୁର ଜିଲା କୋଷାଗାର କର୍ମଚାରୀଙ୍କୁ କୋଷାଗାର ଅଧିକାରୀଙ୍କ ଅଶ୍ଳୀଳ ଆଚରଣ ଓ ମାଡ଼ ମାରିବା ଅଭିଯୋଗ ଘଟଣାକୁ ନେଇ ଚାଲିଥିବା ଆନ୍ଦୋଳନର ପ୍ରଭାବ ବରଗଡ଼ରେ…

ନାବାଳିକାଙ୍କୁ ନିଶା ଦେଇ ଚଳନ୍ତା କାରରେ ଗଣବଳାତ୍କାର, ପରେ କଲେ ଏଭଳି କାଣ୍ଡ

ଆସାମ ବିଶ୍ୱନାଥ ଜିଲାର ଚାଲିଆ ଚାପୋରିରୁ ଏକ ଆଶ୍ଚର୍ଯ୍ୟଜନକ ଏବଂ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଏଠାରେ ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ପାଞ୍ଚ ଜଣ ପୁରୁଷ…

ଧାନକଟା ମେଶିନରେ ଚାଲିଥିଲା କଫ୍ ସିରପ୍ ଚାଲାଣ, ଅତାବିରାରୁ ୨ ଗିରଫ

ଅତାବିରା,୩।୬(ଯୁଧିଷ୍ଠିର ମହାପାତ୍ର)-ବରଗଡ଼ ଜିଲା ଅଞ୍ଚଳରେ ଦିନକୁ ଦିନ କଫ୍ ସିରପ୍‌ କାରବାର ବଢ଼ିବାରେ ଲାଗିଛି । ମଙ୍ଗଳବାର ଅତାବିରା ଥାନା ପୋଲିସ ଏହି କାରବାରରେ ୨ ଅଭିଯୁକ୍ତଙ୍କୁ…

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri