ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ରାସ୍ତାରେ ସ୍କୁଟିରୁ ପଡି ଆଖିବୁଜିଲେ ଗ୍ରାମରକ୍ଷୀ: କାନ୍ଦବୋବାଳିରେ ଫାଟିପଡୁଛି…

ଦିଗପହଣ୍ଡି,୧୨।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗାଁ ର ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିବା ରଙ୍କ ନାଇକ(୭୦)ରବିବାର ସକାଳେ ସ୍କୁଟିରୁ ଖସିପଡ଼ି ମୃତ୍ୟୁବରଣ କରିଛନ୍ତି। କୌଣସି କାମରେ ରଙ୍କ ତାଙ୍କ ସମ୍ପର୍କୀୟ ଚଳାଉଥିବା ସ୍କୁଟି ପଛରେ ବସି ଯାଉଥିବା ବେଳେ ଗାଁ ରେ ଥିବା ମା ’ ବାଙ୍କେଶ୍ୱରୀ ମନ୍ଦିର ନିକଟ ପୋଖରୀ ସମ୍ମୁଖ ରାସ୍ତାରେ ସ୍କୁଟିର ପଛ ଚକା ଲିକ୍‌ ହୋଇଯିବାରୁ ସ୍କୁଟି ଚାଳକ ନିୟନ୍ତ୍ରଣ ହରାଇ ପଡ଼ିଯାଇଥିଲେ। ରଙ୍କଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିବାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ପ୍ରାଥମିକ ଚିକିତ୍ସା ପରେ ମଧ୍ୟ ଚେତା ନ ଫେରିବାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ବ୍ରହ୍ମପୁର ବଡ଼ ଡାକ୍ତରଖାନା ନିଆଯାଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏ ନେଇ ଏତଲା ହେବାପରେ ପୋଲିସ ମାମଲା ରୁଜୁ କରିଛନ୍ତି। ମୃତଦେହ ବ୍ୟବଚ୍ଛେଦ କରାଯିବା ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶୋକାକୁଳ ପରିବେଶ ମଧ୍ୟରେ ଗାଁ ଶ୍ମଶାନରେ ତାଙ୍କ ଶେଷକୃତ୍ୟ କରାଯାଇଛି। ତାଙ୍କ ୨ ପୁଅ ଓ ଗୋଟିଏ ଝିଅ ଅଛନ୍ତି। ରଙ୍କ ଗ୍ରାମରକ୍ଷୀ ଭାବେ କାର୍ଯ୍ୟକରୁଥିଲେ ମଧ୍ୟ ଗାଁର ବିଭିନ୍ନ ସମସ୍ୟା, ଯାନି ଯାତ୍ରାରେ ତାଙ୍କୁ ଲୋଡା ଯାଉଥିଲା। ସେ ତାଙ୍କ ଜାତିକୁଳ ସଭାର କାର୍ଯ୍ୟକର୍ତ୍ତା ଭାବେ ମଧ୍ୟ ଦାୟିତ୍ୱ ତୁଲାଉଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନର ମଧ୍ୟସ୍ଥତା ଫେଲ ମାରିବା ପରେ ରାଗରେ ଇରାନ ଉପରେ ଖପ୍ପା ହେଲେଣି ଟ୍ରମ୍ପ!

ଓ୍ବାଶିଂଟନ,୧୨।୪: ଇସଲାମାବାଦରେ ଆମେରିକା-ଇରାନ ଆଲୋଚନା ବିଫଳ ହେବା ପରେ, ପୁଣି ଥରେ ଯୁଦ୍ଧ ଆରମ୍ଭ ହେବାକୁ ଯାଉଛି କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଯାଉଛି। ଏହା…

କେନ୍ଦ୍ରାପଡ଼ା ଜିଲାର ଏହି ବ୍ଲକରେ ବିଜେଡିରୁ ସମସ୍ତେ ଦେଇଦେଲେ ଇସ୍ତଫା

ପାଟକୁରା,୧୨ା୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡା ଜିଲା ପାଟକୁରା ନିର୍ବାଚନ ମଣ୍ଡଳୀ ଗରଦପୁର ବ୍ଲକ ବିଜେଡି ସମର୍ଥିତ ତଥା ବିଧାୟକ ଅରବିନ୍ଦ ମହାପାତ୍ରଙ୍କ ଅନୁଗତମାନେ ବିଜେଡିରୁ ସମୂହ ଇସ୍ତଫା…

ଜିଲାପାଳଙ୍କ ତଦାରଖ ପରେ ଫେରିଘାଟ ବନ୍ଦ ନିର୍ଦ୍ଦେଶ, ଡଙ୍ଗା ଇଞ୍ଜିନ ଚାବି ଜବତ କରି…

ମହାକାଳପଡ଼ା,୧୨ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପଞ୍ଚାୟତ ବାହାକୁଦ-ମୂଷଡିଆ ମହାନଦୀ ଫେରିଘାଟରେ ଲାଇଫ ଜ୍ୟାକେଟ, ସିସିଟିଭି ଆଦି ବ୍ୟବାହର ହେଉ ନ ଥିବା…

PF ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଚାହୁଁଛନ୍ତି କି? ଜାଣନ୍ତୁ ଅନ୍‌ଲାଇନ୍‌ ଏବଂ ଅଫଲାଇନ୍‌ ଉଠାଣର ଷ୍ଟେପ୍‌ ବାଇ ଷ୍ଟେପ୍‌ ପ୍ରକ୍ରିୟା…

ନୂଆଦିଲ୍ଲୀ,୧୨।୪: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (EPFO) ନିଜର କୋଟି କୋଟି ଅଂଶଧାରକଙ୍କ ପାଇଁ ପିଏଫ (PF) ଟଙ୍କା ଉଠାଣ ପ୍ରକ୍ରିୟାକୁ ପୂର୍ବ ଅପେକ୍ଷା ଅଧିକ ସହଜ…

ମହିଳା ସଂରକ୍ଷଣ ବିଲ୍‌କୁ ନେଇ ପ୍ରଭାତୀ ପରିଡ଼ାଙ୍କ ବଡ଼ ଅପଡେଟ୍‌, କହିଲେ ଦେଶକୁ ଏକ ନୂଆ…

ଭୁବନେଶ୍ୱର,୧୨ା୪: ମହିଳା ସଂରକ୍ଷଣ ବିଲ୍‌ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ ଏକ ପ୍ରେସ୍‌ମିଟ୍‌ରେ କହିଛନ୍ତି, ୩୩% ମହିଳା ସଂରକ୍ଷଣ…

IPL 2026 ରେ ପ୍ରଥମ ବିଜୟ ପରେ ମଧ୍ୟ କାହିଁକି ଲକ୍ଷ ଲକ୍ଷ ଟଙ୍କାର କ୍ଷତି ସହିଲେ ଋତୁରାଜ ଗାୟକୱାଡ? ଜାଣନ୍ତୁ କିଏ ଲଗାଇଲା ଜରିମାନା

ନୂଆଦିଲ୍ଲୀ,୧୨।୪: ଶନିବାର ଅନୁଷ୍ଠିତ ଏକ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗ୍ସ ଦିଲ୍ଲୀ କ୍ୟାପିଟାଲ୍ସକୁ ୨୩ ରନରେ ପରାସ୍ତ କରିଛି। ଏହା ଆଇପିଏଲ ୨୦୨୬ରେ ସିଏସକେର ପ୍ରଥମ ବିଜୟ;…

ଧନୀ-ଦରିଦ୍ର ରାଷ୍ଟ୍ର ମଧ୍ୟରେ ବଢୁଛି ବ୍ୟବଧାନ: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ଜାତିସଂଘ,୧୨ା୪:ଧନୀ ଓ ଦରିଦ୍ର ଦେଶଗୁଡ଼ିକ ମଧ୍ୟରେ ବ୍ୟବଧାନ ଅଧିକ ପ୍ରଶସ୍ତ ହେଉଥିବା ଜାତିସଂଘ ରିପୋର୍ଟରୁ ଜଣାପଡ଼ିଛି। ବ୍ୟବଧାନ କମାଇବା ଦିଗରେ କାର୍ଯ୍ୟ କରିବା ପାଇଁ ବୃହତ୍‌ ବୈଶ୍ୱିକ…

ଆରମ୍ଭ ହେଲା ପାକିସ୍ତାନର ଖରାପ ସମୟ, ଇସଲାମାବାଦରେ ମାଡ଼ ହେବ ମିଶାଇଲ!

ଇସଲାମାବାଦ,୧୨।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧବିରତି ଆଲୋଚନା ଭାଙ୍ଗିବା କେବଳ ପଶ୍ଚିମ ଏସିଆରେ କ୍ଷେପଣାସ୍ତ୍ର ଏବଂ ବୋମା ଆକ୍ରମଣ ପୁନରାବୃତ୍ତିର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri