ଯୁବକଙ୍କ ମୃତ୍ୟୁକୁ ନେଇ ଗାଁରେ ଉତ୍ତେଜନା

ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର-ଦିଗପହଣ୍ଡି ୩୨୬ ନମ୍ବର ଜାତୀୟ ରାଜପଥର ସନ୍ଥ ନିରଙ୍କାରି ସତସଙ୍ଗ ଭବନ ନିକଟରେ ଘଟିଥିବା ଦୁର୍ଘଟଣାରେ ଗୁରୁତର ହୋଇ ଚିକିତ୍ସାଧୀନ ଥିବା ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମ ନୂଆସାହିର ଶଙ୍କର ପାତ୍ର (୨୧) । ଏହାକୁ ନେଇ ଗାଁରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ସହ ଆଲୋଚନା ପରେ ପରିସ୍ଥିତି ଶାନ୍ତ ପଡିଥିଲା।

ଖବରରୁ ଜଣାପଡିଛି, ବୁଧବାର ସନ୍ଧ୍ୟାରେ ଶଙ୍କରଙ୍କ ପେଟରେ ଯନ୍ତ୍ରଣା ହେବାରୁ ସେ ବାଇକ୍‌ରେ ଦିଗପହଣ୍ଡି ଗୋଷ୍ଠୀ ସ୍ବସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଯାଉଥିଲେ। ରାସ୍ତା ପ୍ରଶସ୍ତୀକରଣ ଚାଲିଥିବା ବେଳେ ଠିକାଦାର ସତର୍କ ସୂଚନା ଫଳକ ଲଗାଇ ନ ଥିବାରୁ ଶଙ୍କର ଜାଣି ନ ପାରି ରାସ୍ତାର ର଼୍ୟାମ୍ପକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏଥିରେ ଶଙ୍କର ଗୁରୁତର ହୋଇଥିଲେ। ତାଙ୍କୁ ପ୍ରଥମେ ଦିଗପହଣ୍ଡି ପରେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ନିଆଯାଇଥିଲା। ସେଠାରେ ଅବସ୍ଥାରେ ସୁଧାର ନ ଆସିବାରୁ ଶଙ୍କରଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ଶଙ୍କରଙ୍କ ମୃତ୍ୟୁ ଘଟିଛି।

ରବିବାର ସନ୍ଧ୍ୟାରେ ମୃତଦେହ ଗାଁରେ ପହଞ୍ଚିବା ପରେ ଘଟଣାକୁ ନେଇ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ଗ୍ରାମବାସୀ ପାଟପୁର ଥାନାରେ ଆଇଆଇସି ଦୀପ୍ତି ରଞ୍ଜନ ବେହେରାଙ୍କ ସହ ଆଲୋଚନା କରିଥିଲେ। ସୋମବାର ଏନେଇ ସମ୍ପୃକ୍ତ ଠିକାଦାରଙ୍କ ସହ କଥା ହୋଇ କ୍ଷତିପୂରଣ ବ୍ୟବସ୍ଥା କରିବେ ବୋଲି ପୋଲିସଠାରୁ ପ୍ରତିଶ୍ରୁତି ପାଇ ଗ୍ରାମବାସୀ ଗାଁକୁ ଫେରି ଶଙ୍କରଙ୍କ ଅନ୍ତିମ ସଂସ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଳଦେବଜୀଉ ମନ୍ଦିରକୁ ବୋମାରେ ଉଡାଇବାକୁ ଧମକ, କାର୍ଯ୍ୟାନୁଷ୍ଠାନ ପାଇଁ ଏସ୍‌ପିଙ୍କୁ…

କେନ୍ଦ୍ରାପଡ଼ା, ୨୦ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡା ସହରର ଇଚ୍ଛାପୁରସ୍ଥ ବଳଦେବଜୀଉ ମନ୍ଦିରକୁ ଖୁବ ଶୀଘ୍ର ବୋମାରେ ଉଡାଇ ଦିଆଯିବ। ଏପ୍ରକାର ଏକ ପୋଷ୍ଟ ସାମାଜିକ ଗଣମାଧ୍ୟମରେ ସୋମବାର...

‘ଇତିହାସରେ ଲିପିବଦ୍ଧ ହେବ ତାଙ୍କ ନାମ’: ଗ୍ରୀନଲାଣ୍ଡ ପ୍ରତି ଟ୍ରମ୍ପଙ୍କ ଧମକ ଉପରେ ପ୍ରତିକ୍ରିୟା ରଖିଲା ରୁଷିଆ, ରାଗୁଛି ଚାଇନା

ଓ୍ବାଶିଂଟନ,୨୦।୧: ଗ୍ରୀନଲାଣ୍ଡର ମିଶ୍ରଣ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବୟାନ ଉପରେ ଏବେ ରୁଷିଆ ଏବଂ ଚାଇନା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ରୁଷିଆ କହିଛି...

ଗୌତମ ଗମ୍ଭୀର ହାଏ ହାଏ ସ୍ଲୋଗାନ ଶୁଣି ଏମିତି ପ୍ରତିକ୍ରିୟା ଦେଲେ ବିରାଟ କୋହଲି: Video ଦେଖିଲେ ହୋଇଯିବେ ଆଶ୍ଚର୍ଯ୍ୟ

ଇନ୍ଦୋର,୨୦।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଦିନିକିଆ ସିରିଜ ଶେଷ ହୋଇଛି। ନ୍ୟୁଜିଲାଣ୍ଡ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜକୁ ୧-୨ରେ ଜିତିଛି। ସିରିଜର ତୃତୀୟ...

ପୂଜାର୍ଚ୍ଚନା ପରେ ଦାୟିତ୍ୱ ସମ୍ଭାଳିବେ ନୀତିନ ନବୀନ

ନୂଦିଲ୍ଲୀ,୨୦।୧: ଭାରତୀୟ ଜନତା ପାର୍ଟିର କାର୍ଯ୍ୟକାରୀ ସଭାପତି ନୀତିନ ନବୀନ ଏବେ ଦଳର ଦ୍ୱାଦଶ ରାଷ୍ଟ୍ରୀୟ ଅଧ୍ୟକ୍ଷ ହେବେ। ଏହି ପଦ ଗ୍ରହଣ କରିବା ପୂର୍ବରୁ...

ହାଇକୋର୍ଟଙ୍କ ନିର୍ଦ୍ଦେଶ, ୧୫ ଦିନ ଭିତରେ ଅଙ୍ଗନବାଡ଼ି କର୍ମୀଙ୍କୁ ବକେୟା ଦରମା…

କଟକ,୨୦।୧: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ । ଅଙ୍ଗନବାଡିକର୍ମୀଙ୍କ ବକେୟା ଦରମା ୧୫ ଦିନ ଭିତରେ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ନହେଲେ ସୁଧ ଦେବା...

ସମୁଦ୍ର କୁଳ ଲଙ୍ଗିବା ପ୍ରସଙ୍ଗ: ଏନଆଇଓଟି ଟିମର ସର୍ଭେ ଆରମ୍ଭ

ଛତ୍ରପୁର,୨୦।୧(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଆର୍ଯ୍ୟପଲ୍ଲୀ ଗାଁ ସମୁଦ୍ର କୂଳନିକଟରେ ରହିଥିବା ଯୋଗୁ ସମୁଦ୍ର ଧିରେ ଧିରେ କୂଳ ଲଙ୍ଘୁଛି ଯାହାଫଳରେ ଭୟଭୀତ...

ଅଶ୍ଳୀଳ ଭିଡିଓ ମାମଲାରେ କର୍ନାଟକ ସରକାରଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ, ଡିଜିପି ରାମଚନ୍ଦ୍ର ରାଓ ନିଲମ୍ବିତ

ବେଙ୍ଗାଲୁରୁ,୨୦।୧: ସୁନା ଚୋରା ଚାଲାଣ ଅଭିଯୁକ୍ତ ରାଣା ରାଓଙ୍କ ପିତା ଏବଂ ଜଣେ ଡିଜିପି-ର଼୍ୟାଙ୍କର ଅଧିକାରୀ ରାମଚନ୍ଦ୍ର ରାଓଙ୍କ କାର୍ଯ୍ୟାଳୟରେ ଅନୁପଯୁକ୍ତ ଆଚରଣ ପ୍ରଦର୍ଶନ କରୁଥିବାର...

ସାଇବର ଠକେଇ ଅଭିଯୋଗରେ ପୋବଳ ଗାଁରେ ପୋଲିସର ଚଢ଼ାଉ, ଲକ୍ଷାଧିକ ଟଙ୍କା ଜବତ ସହ ୩…

ଧର୍ମଶାଳା, ୨୦|୧ (ଶିବ ପ୍ରସାଦ ମହାନ୍ତି):  ଧର୍ମଶାଳା ଥାନା ଅନ୍ତର୍ଗତ ତରଞ୍ଜିଆ ପଞ୍ଚାୟତ ପୋବଳ ଗାଁରେ ରାତି ଅଧିଆ ଚଢ଼ାଉ କଲା ପୋଲିସ । ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri