ଗାଁ ପାଲଟୁଛି କରୋନା ହଟ୍‌ସ୍ପଟ୍‌: ସଚେତନତା ଅଭାବରୁ ବଢୁଛି ସଂକ୍ରମଣ…

ନୂଆଦିଲ୍ଲୀ,୧୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ସଙ୍କଟ ସୃଷ୍ଟି କରିଛି। ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅସମ୍ଭାଳ ହୋଇଥିବାବେଳେ ଧୀରେଧୀରେ ଏଭଳି ସ୍ଥିତି ଗ୍ରାମାଞ୍ଚଳରେ ଦେଖିବାକୁ ମିଳୁଛି। ସହରରେ କରୋନା ମାର୍ଗଦର୍ଶିକା ପାଳନ ପାଇଁ ପ୍ରଶାସନ ପକ୍ଷରୁ ସଚେତନତା ସୃଷ୍ଟି କରାଯିବା ସହିତ ଅମାନିଆଙ୍କ ଲାଗି ଜରିମାନା ବ୍ୟବସ୍ଥା ମଧ୍ୟ ରହିଛି। ଫଳରେ ସହରଲୋକଙ୍କ ମଧ୍ୟରେ କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ସଚେତନତା ସୃଷ୍ଟି ହୋଇପାରୁଥିବାବେଳେ ଗ୍ରାମାଞ୍ଚଳରେ ଏଭଳି ହୋଇ ପାରୁ ନ ଥିବାରୁ ଗାଁ ଗୁଡ଼ିକ ଏବେ କରୋନା ହଟ୍‌ସ୍ପଟ୍‌ ପାଲଟିବାରେ ଲାଗିଛି। ଫଳରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଲହର ଏବେ ଗାଁ ମୁହାଁ ହେବାଯୋଗୁ କେନ୍ଦ୍ର ସରକାରଙ୍କ ସହିତ ବିଭିନ୍ନ ରାଜ୍ୟ ସରକାରଙ୍କ ଚିନ୍ତା ବୃଦ୍ଧି ପାଇଛି। ରାଜସ୍ଥାନ, ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, କେରଳ, ତାମିଲନାଡ, ଛତିଶଗଡ଼ ଆଦି ରାଜ୍ୟରେ ଗ୍ରାମାଞ୍ଚଳରେ ନୂଆ କରୋନା ଆକ୍ରାନ୍ତଙ୍କ ଚିହ୍ନଟ ସଂଖ୍ୟା ବଢ଼ିବାରେ ଲାଗିଛି। ଉତ୍ତରପ୍ରଦେଶର ଆଗ୍ରା ଜିଲାର ଏତ୍ମାଦ୍‌ପୁର ଏବଂ କୁରଗଓ୍ବାଁ ଗାଁରେ ଗତ ୨୦ ଦିନ ମଧ୍ୟରେ ୬୪ ଜଣଙ୍କ ମୃତ୍ୟୁ କରୋନା ଯୋଗୁ ଘଟିଛିି। ମୃତକମାନଙ୍କୁ ଥଣ୍ଡା,ଜ୍ୱର, କାଶ ହେଉଥିଲା। କେତେକଙ୍କୁ ନିଶ୍ୱାସ ନେବାରେ କଷ୍ଟ ହେଉଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଏଭଳି ଲକ୍ଷଣକୁ ସେମାନେ ଅଣଦେଖା କରିଥିଲେ। ସେମାନେ କରୋନା ଲକ୍ଷଣ ସମ୍ପର୍କରେ ସଚେତନଥିଲେ ହୁଏତ ଏଭଳି ସ୍ଥିତି ସୃଷ୍ଟି ହୋଇ ନଥାନ୍ତା ବୋଲି କୁହାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଏବେ ଗ୍ରାମାଞ୍ଚଳର ବିଭିନ୍ନ ଗାଁକୁ ସାନିଟାଇଜ୍‌ କରାଯିବା ସହିତ ଲୋକଙ୍କୁ ସଚେତନ ରହିବାକୁ ପରାମର୍ଶ ଦିଆଯାଉଛି। ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିର୍ଦ୍ଦିଷ୍ଟ ସମୟ ଅନ୍ତରରେ ହାତ ଧୋଇବା ଉପରେ ଗୁରୁତ୍ୱାରୋପ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

CJP ନେତାଙ୍କୁ ନେଇ ସୋନମ ୱାଙ୍ଗଚୁକ୍‌ଙ୍କ ବଡ଼ ଦାବି, ସେମାନେ ସାଧୁ…

ନୂଆଦିଲ୍ଲୀ,୩୦।୮: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକ ‘କକରୋଚ୍ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତାମାନଙ୍କୁ ନେଇ ବଡ଼ ମତ ରଖିଛନ୍ତି । ତାଙ୍କ ମତରେ CJPର ପ୍ରତିଷ୍ଠାତା ଅଭିଜିତ…

Video: ନେପାଳରେ ଭୟଙ୍କର ବନ୍ୟାର ୩ ଦିନ ପରେ ଜୀବନ୍ତ ଉଦ୍ଧାର ହୋଇ ସମସ୍ତଙ୍କୁ ଚକିତ କରିଦେଲେ ଏହି ଶିଶୁ

କାଠମାଣ୍ଡୁ,୩୦।୮: ନେପାଳର ରାସୁୱା ଜିଲାରେ ଭୟଙ୍କର ବନ୍ୟା ଆସିବାର ତିନି ଦିନ ପରେ, ଜଣେ ୨ ବର୍ଷର ଶିଶୁକୁ କାଦୁଅ ଏବଂ ଭଗ୍ନାବଶେଷ ତଳୁ ଜୀବନ୍ତ ବାହାର…

ବଢୁଛି ଅନଲାଇନ ଓ୍ବେଡିଂ ଟ୍ରେଣ୍ଡ, ଚଳିତ ବର୍ଷ ୩୮% ବିବାହ ଅନଲାଇନରେ ଅନୁଷ୍ଠିତ ହୋଇଛି , ଜାଣନ୍ତୁ ଏହାର କାରଣ କ’ଣ

କ୍ୱିଭ,୩୦।୮: ପ୍ରଚଣ୍ଡ ସୂର୍ଯ୍ୟ ତାପ ମଧ୍ୟରେ, ଟେଟିଆନା – ଏକ ବର ପୋଷାକ ପିନ୍ଧିଥିବା ଏବଂ ଓଲେକଜାଣ୍ଡର – ସାମରିକ ପୋଷାକ ପିନ୍ଧି କ୍ରାମଟୋର୍ସ୍କର କେନ୍ଦ୍ରୀୟ ଶାନ୍ତି…

ଲଘୁଚାପ ଆଣିଲା ଆଶଙ୍କା: ପୁଣି ଭୟଙ୍କର ବର୍ଷା, ଏହି ୩ ଜିଲାକୁ ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ…

ଭୁବନେଶ୍ୱର,୩୦ା୮: ବଙ୍ଗୋପସାଗରରେ ସୃଷ୍ଟି ସକ୍ରିୟ ଲଘୁଚାପ ବଳୟ ପ୍ରଭାବରେ ରାଜ୍ୟରେ ପୁଣି ଆରମ୍ଭ ହୋଇଛି ବର୍ଷାର ତାଣ୍ଡବ। ଅବିଶ୍ରାନ୍ତ ବର୍ଷା ଯୋଗୁ ଉତ୍ତର ଓଡ଼ିଶାର ସ୍ଥିତି ସମ୍ପୂର୍ଣ୍ଣ…

ମୃତ୍ୟୁମୁହଁରୁ ୧୬୪୩ ପିଲାଙ୍କୁ ଟାଣିଆଣିଲେ ଶିକ୍ଷକ; ନେପାଳ ବନ୍ୟାରେ ସାଜିଲେ ହିରୋ, ଚାରିଆଡେ ଚର୍ଚ୍ଚା

କାଠମାଣ୍ଡୁ,୩୦ା୮: ଅଗଷ୍ଟ ୨୬ରେ ନେପାଳରେ ଆସିଥିବା ଭୟଙ୍କର ବନ୍ୟାରେ ଅନେକ ଅଞ୍ଚଳ ଛାରଖାର ହୋଇଯାଇଛି। ହଠାତ୍ ନଦୀର ପାଣି ବସ୍ତି ଓ ରାସ୍ତାରେ ପଶିଯିବାରୁ ଚାରିଆଡ଼େ ଆତଙ୍କ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ସମ୍ମାନ: ଏପର୍ଯ୍ୟନ୍ତ ୩୬ଟି ଦେଶ ଦ୍ୱାରା ସମ୍ମାନିତ ହେଲେଣି…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଉଜବେକିସ୍ତାନର ସର୍ବୋଚ୍ଚ ରାଷ୍ଟ୍ର ସମ୍ମାନ ‘ଓଲି ଦାରାଜଲି ଦୋ’ଷ୍ଟଲିକ’ (ସର୍ବୋଚ୍ଚ ଡିଗ୍ରୀର ବନ୍ଧୁତା କ୍ରମ) ପ୍ରଦାନ କରାଯାଇଥିଲା। ଉଜବେକିସ୍ତାନର ରାଷ୍ଟ୍ରପତି ଶାଭକତ…

ଦୁଲୀପ ଟ୍ରଫି ସେମିଫାଇନାଲରେ କାହିଁକି ବୈଭବ ସୂର୍ଯ୍ୟବଂଶୀଙ୍କୁ ଦିଆଗଲା ଅଧିନାୟକ ଦାୟିତ୍ୱ? ହେଲାଣି ଖୁବ୍‌…

ନୂଆଦିଲ୍ଲୀ,୩୦।୮: ଦୁଲୀପ ଟ୍ରଫିର ପ୍ରଥମ ସେମିଫାଇନାଲ ମ୍ୟାଚ ବର୍ତ୍ତମାନ ସେଣ୍ଟ୍ରାଲ ଜୋନ ଏବଂ ପୂର୍ବ ଜୋନ ମଧ୍ୟରେ ଚାଲିଛି। ବିସିସିଆଇ ସେଣ୍ଟର ଅଫ ଏକ୍ସଲେନ୍ସ ଗ୍ରାଉଣ୍ଡରେ ଖେଳାଯାଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri