ଚାଲିଥିଲା ଗ୍ରାମସଭା: ଗୁପ୍ତାଙ୍ଗ ଦେଖାଇଲେ ଯୁବକ, ଆଉ ତା’ ପରେ ଘଟିଲା…

ନିରାକାରପୁର,୨ା୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଇଲାକାରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଗାଁର ସଭା ଚାଲିଥିବା ବେଳେ ଗ୍ରାମର ଜଣେ ଯୁବକ ସଭା ମଝିରେ ଉପସ୍ଥିତ ଗ୍ରାମବାସୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହିତ ଉଲଗ୍ନ ହୋଇ ନିଜର ଗୁପ୍ତାଙ୍ଗ ଗ୍ରାମବାସୀଙ୍କୁ ଦେଖାଇଥିଲେ। ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଉକ୍ତ ଯୁବକଙ୍କୁ ଘଟଣାସ୍ଥଳରୁ ଉଠାଇ ଆଣି ଥାନାରେ ରଖି ଠିକ୍‌ ରାତି ୯ଟା ୧୦ରେ ଛାଡ଼ିଦେଇଥିଲା। ଖବର ପାଇ ଗ୍ରାମବାସୀ ଥାନାକୁ ଯାଇଥିଲେ ମଧ୍ୟ ଥାନାବାଲା ନ ଶୁଣିବାରୁ ପ୍ରଥମେ ଏସ୍‌ଡିପିଓ ଏବଂ ପରେ ଏସ୍‌ପିଙ୍କୁ ଅଭିଯୋଗ କରିବା ପରେ ତା’ର କୋଣସି ସୁଫଳ ନ ମିଳିବାରୁ ଗ୍ରାମବାସୀଙ୍କ ପକ୍ଷରୁ ଥାନା ଘେରାଉ କରାଯାଇଥିଲା। ପୋଲିସ ଉକ୍ତ ବ୍ୟକ୍ତିଙ୍କୁ ଛାଡି ଏବେ ହରଡ଼ଘଣାରେ ପଡ଼ିଛି।

ରିପୋର୍ଟ ଲେଖା ହେବା ପର୍ଯ୍ୟନ୍ତ ଉକ୍ତ ବ୍ୟକ୍ତି ଜଣଙ୍କ ଧାରା ହୋଇ ନ ଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ଥାନାଧିକାରୀ ପହଞ୍ଚି ଆସନ୍ତାକାଲି ୧୦ଟା ସୁଦ୍ଧା ଗିରଫ ପ୍ରତିଶ୍ରୁତି ଦେବା ପରେ ଗ୍ରାମବାସୀ ଥାନାରୁ ହଟିଥିଲେ। ଏବେ ବି ଘେରାଉ ଜାରି ରହିଛ। ଏଭଳି ଘଟଣା ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ଡିଆ ପଞ୍ଚାୟତ ଭୋଇସାହି ଗ୍ରାମରେ ଦେଖିବାକୁ ମିଳିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରକ୍ତଦାନ, ମହାପୁଣ୍ୟ: ସ୍ବେଚ୍ଛାକୃତ ରକ୍ତଦାନ ଶିବିରରେ ୪୧ ୟୁନିଟ ରକ୍ତ ସଂଗ୍ରହ

ଦିଗପହଣ୍ଡି,୨।୪(ଅଶେଷ ନାଥ ମିଶ୍ର): ଓଡ଼ିଶା ଦିବସ ଅବସରରେ ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ଗଣିଆନାଳ ଛକର ମା’ ପିତାମ୍ବରୀ ବଣିକ ସଂଘ ପକ୍ଷରୁ ସ୍ଥାନୀୟ ପ୍ରାଥମିକ ବିଦ୍ୟାଳୟ…

ଚୋରାରେ ଚାଲିଛି ଗ୍ୟାସ୍‌ କାରବାର, ୯୦ ଘରୋଇ ସିଲିଣ୍ଡର ଜବତ

ମୋହନା,୨ା୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଅଞ୍ଚଳରୁ ଗୋଟିଏ ଗାଁରୁ ୯୦ଟି ଘରୋଇ ସିଲିଣ୍ଡର ଜବତ ହୋଇଛି। ଇରାନ ଓ ଆମେରିକା ଯୁଦ୍ଧ ଲାଗିବା ପରଠାରୁ…

ଓରାକଲ୍‌ରୁ ଆମାଜନ୍‌ ଯାଏ ଛଟେଇ: ନିଯୁକ୍ତି ହରାଇଲେଣି ୧୨୦୦୦ ଭାରତୀୟ

ନୂଆଦିଲ୍ଲୀ , ୨ା୪:ଆଇଟି କ୍ଷେତ୍ରରେ କାର୍ଯ୍ୟ କରୁଥିବା କର୍ମଚାରୀ ଏବଂ ପେସାଦାରଙ୍କ ପାଇଁ ଏବେ କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ସବୁଠୁ ବଡ଼ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ବର୍ତ୍ତମାନ…

ଏଇ ଭାରତରେ

ଦନ୍ତ ଚିକିତ୍ସକ ଡ. ଶାନ୍ତି ତୁମ୍ମାଲା ଚାକିରି ଛାଡ଼ି ବେଙ୍ଗାଲୁରୁରେ ବର୍ଜ୍ୟ ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନେଇଛନ୍ତି। ଥରେ ଜଣେ ମହିଳା ଏକ ଅଳିଆଗଦା ନିକଟରେ…

ତଳ ଅଫିସର

ଆଜିର ଦିନରେ ସବୁଠି ଗହଳଚହଳ ଅଧିକ। ହାଟରେ ଯେମିତି ଘୋ ଘୋ, ନାହିଁ ନ ଥିବା ଭିଡ଼, ଠିକ୍‌ ସେମିତି ଭିଡ଼ ଦେଖାଯାଏ ସବୁଠି। ଟ୍ରେନ୍‌ରେ ଯାତ୍ରୀଙ୍କ…

ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ…

ବିଶ୍ୱ ପାଇଁ ଚେତାବନୀ

ମଣିଷ ବିଜ୍ଞାନ-ସଭ୍ୟତାର ଶୀର୍ଷରେ ପହଞ୍ଚତ୍ଥିଲେ ମଧ୍ୟ ଯୁଦ୍ଧ ଓ ହିଂସାକୁ ଛାଡ଼ିପାରିନାହିଁ। ଏବେ ସମଗ୍ର ବିଶ୍ୱରେ ଯେମିତି ସଂଘର୍ଷ, ହିଂସା, ପ୍ରତିଶୋଧର ବାତାବରଣ ସୃଷ୍ଟି ହୋଇଛି ତାହା…

ଜୈନଧର୍ମରେ ମହିଳା

ଜୈନଧର୍ମରେ ୨୪ ସନ୍ନ୍ୟାସୀ (ତୀର୍ଥଙ୍କର)ଙ୍କ ପ୍ରଦର୍ଶିତ ପଥ ଜୈନଧର୍ମ ଅନୁସରଣ କରେ। ଜୈନଧର୍ମର ଶ୍ୱେତାମ୍ବର ବିଚାରରେ ପଶ୍ଚିମ ଭାରତରେ ପାର୍ଶ୍ୱନାଥ ଏବଂ ମହାବୀର ଯଥାକ୍ରମେ ୨୩ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri