କେସିଙ୍ଗା ବ୍ଲକର ୨୬ଟି ପଞ୍ଚାୟତରେ ଗ୍ରାମ ସଭା ଅନୁଷ୍ଠିତ

କେସିଙ୍ଗା,୨୪।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ସମସ୍ତ ୨୬ଟି ଗ୍ରାମ ପଞ୍ଚାୟତରେ ଆସନ୍ତା ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ସୋମବାର ଦିନ ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି।

ଏହି ଗ୍ରାମ ସଭାଗୁଡ଼ିକରେ ୨୦୨୬-୨୭ ଆର୍ଥିକ ବର୍ଷରେ କାର୍ଯ୍ୟକାରୀ ହେବାକୁ ଥିବା ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଉପରେ ଆଲୋଚନା କରାଯାଇ ପ୍ରସ୍ତାବ ଗ୍ରହଣ କରାଯାଇଛି। ଏଥିରେ ମୁଖ୍ୟତଃ ରାସ୍ତା ନିର୍ମାଣ, ନାଳ, ପାନୀୟ ଜଳ ଯୋଗାଣ, ବିଦ୍ୟୁତକରଣ ଏବଂ ଗ୍ରାମ ପଞ୍ଚାୟତ ଉନ୍ନୟନ ଯୋଜନା (GPDP) ଆଦି ବିଷୟରେ ଆଲୋଚନା କରାଯାଇଥିଲା।

ବାଲସି ଗ୍ରାମ ପଞ୍ଚାୟତରେ ସରପଞ୍ଚ ନବ କିଶୋର ସାହୁଙ୍କ ସଭାପତିତ୍ୱରେ ଗ୍ରାମ ସଭା ଅନୁଷ୍ଠିତ ହୋଇଥିବା ବେଳେ, କସୃପଡା ଗ୍ରାମ ପଞ୍ଚାୟତରେ ସରପଞ୍ଚ ଅରୁଣା ନାଏକଙ୍କ ସଭାପତିତ୍ୱ ଏବଂ ପିଇଓ ପ୍ରେମଚନ୍ଦ ରଣାଙ୍କ ନେତୃତ୍ୱରେ ସଭା ଅନୁଷ୍ଠିତ ହୋଇଥିଲା। ଏହିପରି ପରଲସିଙ୍ଗା, କାଣ୍ଡେଲ, ଶିରୋଲ, ନୂନମାଠ, ତୁର୍ଳାଖମନ, ତୁଣ୍ଡଳା, ହାତୀ ଖୋଜ, ବେଳଖଣ୍ଡି, ସିର୍ଜା ପାଲି, ବୋରିଆ, ଉତକେଲା, ଅଧମୁଣ୍ଡା ସମେତ ସମସ୍ତ ୨୬ଟି ପଞ୍ଚାୟତରେ ସଭା ସମ୍ପନ୍ନ ହୋଇଛି।

ସମସ୍ତ ଗ୍ରାମ ସଭାରେ ନାଏବ ସରପଞ୍ଚ, ସମସ୍ତ ୱାର୍ଡ ସଭ୍ୟ/ସଭ୍ୟା, ସମିତି ସଭ୍ୟ, ସାଧାରଣ ଜନତା, MBK, CRP, ପ୍ରଧାନ ଶିକ୍ଷକ, ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ସଦସ୍ୟା, ସ୍ୱାସ୍ଥ୍ୟ କର୍ମୀ ଏବଂ ସମସ୍ତ ଲାଇନ ବିଭାଗ କର୍ମଚାରୀମାନେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧାନ ଫସଲରେ ବ୍ୟାପୁଛି ନଳିପୋକ, ଚକଡ଼ା ରୋଗ, ଚିନ୍ତାରେ ଚାଷୀ

ବରଗଡ଼,୨୧।୯(ପ୍ରେମାନନ୍ଦ ଖମାରୀ): ବର୍ଷା କମିଛି। ଗୁଳୁଗୁଳି ଆରମ୍ଭ ହୋଇଛି। ଏଭଳି ସ୍ଥିତିରେ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଧାନ ଫସଲରେ ନଲିପୋକ (ପତ୍ରପୋଡ଼ା), ଚକଡ଼ା…

ସକାଳୁ ସକାଳୁ ଦୁର୍ଘଟଣା: ରାସ୍ତାରେ ଚାଲିଚାଲି ଯାଉଥିବାବେଳେ ଧକ୍କାଦେଲା ଅଜଣା ଗାଡ଼ି, ଚାଲିଗଲା ଅକ୍ଷୟଙ୍କ ଜୀବନ

ପରଜଙ୍ଗ,୨୧ା୯(ନିଗମାନନ୍ଦ ଦଳବେହେରା): ସକାଳୁ ସକାଳୁ ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନ୍ତର୍ଗତ ୫୩ ନଂ ଜାତୀୟ ରାଜପଥରେ ଘଟିଛି ଦୁର୍ଘଟଣା। ଆଦର୍ଶ ବିଦ୍ୟାଳୟଠାରୁ ଅଳ୍ପ ଦୂରରେ ସୋମବାର…

ଖଣ୍ଡୁଆଳମାଳି ବକ୍ସାଇଟ୍ ଖଣି ଖନନକୁ ବିରୋଧ, ଅମଠାଗୁଡ଼ାରେ ୨୦ ଗାଁର ଶତାଧିକ ଆନ୍ଦୋଳନକାରୀ….

ଥୁଆମୂଳ ରାମପୁର,୨୦।୯(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ କର୍ଲାପାଟ୍ ଅଞ୍ଚଳର ଖଣ୍ଡୁଆଳମାଳିରୁ ବକ୍ସାଇଟ୍ ଖନନକୁ ନେଇ ସ୍ଥାନୀୟ ଅଞ୍ଚଳବାସୀଙ୍କ ବିରୋଧ ତୀବ୍ର ହେବାରେ ଲାଗିଛି…

ବିଦ୍ୟାଳୟରୁ ଚାଉଳ-ଖେଳଣା ଚୋରି, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ଦିଗପହଣ୍ଡି ପୋଲିସ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ପଞ୍ଚାୟତ ବୀରପଦ୍ମନାଭପୁର ଗ୍ରାମ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଷ୍ଟୋର ରୁମରୁ ୩୦ ପ୍ୟାକେଟ ଚାଉଳ ଏବଂ…

ବରିଷ୍ଠ କିରାଣି ଜୟନ୍ତ ପ୍ରଧାନଙ୍କୁ ନିଲମ୍ବନ କଲେ କେନ୍ଦ୍ରାପଡ଼ା DEO

ଡେରାବିଶ, ୨୦।୯(ବେବର୍ତା ଅଜୟ ଦାସ): ଡେରାବିଶ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ଥିବା ବରିଷ୍ଠ କିରାଣୀ ଜୟନ୍ତ କୁମାର ପ୍ରଧାନଙ୍କୁ ନିଲମ୍ବିତ କରାଯାଇଛି । ନିଜ କାର୍ଯ୍ୟରେ…

ମଦ ଦୋକାନରେ ଗଣ୍ଡଗୋଳ, ଯୁବକଙ୍କ ତଣ୍ଟି କାଟି ହତ୍ୟା ଉଦ୍ୟମ; ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମର ଯୁବକ ଏସ. ରାଜୀବ ରେଡ୍ଡୀ ଚୈତନ୍ୟପୁର ଗ୍ରାମର ଦେବ ରେଡ୍ଡୀଙ୍କୁ ମରଣାନ୍ତକ ଆକ୍ରମଣ କରି…

ଜିଲାସ୍ତରରେ ଶିକ୍ଷକ ସମ୍ବର୍ଦ୍ଧନା ଉତ୍ସବ, ପ୍ରଧାନ ଶିକ୍ଷକଙ୍କୁ ସମ୍ବର୍ଦ୍ଧନା କଲେ ଜିଲାପାଳ

ଦାରିଙ୍ଗବାଡି, ୨୦।୯(ଅରୁଣ ସାହୁ ): କନ୍ଧମାଳ ଜିଲା ବନଜ୍ୟୋସ୍ନା ସାହିତ୍ୟ ସଂସଦ ପକ୍ଷରୁ ରବିବାର ଜିଲା ସୂଚନା ଓ ଲୋକ ସମ୍ପର୍କ ଭବନ, ଫୁଲବାଣୀ ଠାରେ ଜିଲାସ୍ତରୀୟ…

ଏନ୍‌ଏସି ନିର୍ବାଚନ ପାଇଁ କଂଗ୍ରେସର ବଡ଼ ପ୍ରସ୍ତୁତି

ଦିଗପହଣ୍ଡି,୨୦।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ସାଙ୍ଗଠନିକ ସଭା ଏବଂ ବନ୍ଧୁମିଳନ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ କଲ୍ୟାଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?