ଗ୍ରାମ୍ୟ ସଭାପତିଙ୍କୁ ପିଟି ପିଟି ମାରିଦେଲେ

ଗଞ୍ଜାମ,୨୬ା୧୧(ଡି.ଏନ.ଏ.): ପୂର୍ବ ଶତ୍ରୁତାରୁ ଗଞ୍ଜାମ ଜିଲା ରମ୍ଭା ଥାନା ପୋଇରାଶି ପଞ୍ଚାୟତର କଣ୍ଟିଆପଲ୍ଲୀ ଗ୍ରାମ୍ୟ ସଭାପତି କେ.ଗୋବିନ୍ଦ ରେଡ୍ଡୀଙ୍କୁ ଶୁକ୍ରବାର ଠେଙ୍ଗାରେ ପିଟି ହତ୍ୟା କରାଯାଇଛି। ଏ ନେଇ ପୋଲିସ ଏକ ହତ୍ୟା ମାମଲା(ନଂ.୫୪୮/୨୧) ରୁଜୁ କରି ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା ଚଳାଇଛି।

କେ.ଗୋବିନ୍ଦ ପ୍ରତିଦିନ ପରି ଶୁକ୍ରବାର ଭୋରରେ ଗ୍ରାମଠାରୁ ଏକ କିଲୋମିଟର ଦୂର ଛୋଟାବସା ଛକକୁ ଚା’ ପିଇବାକୁ ସାଇକେଲରେ ଯାଉଥିଲେ। ଏହି ସମୟରେ ରାସ୍ତାରେ ଠେଙ୍ଗା ଧରି ଛକି ରହିଥିବା ଗ୍ରାମର କିଛି ସମ୍ପର୍କୀୟ ଭାଇ ତାଙ୍କୁ ପଛପଟୁ ମୁଣ୍ଡକୁ ଆକ୍ରମଣ କରିଥିଲେ। ଫଳରେ ଗୋବିନ୍ଦ ରାସ୍ତା ପାର୍ଶ୍ୱରେ ଟଳି ପଡ଼ିଥିଲେ। ତାଙ୍କୁ ଗୁରୁତର ଅବସ୍ଥାରେ ପୁରୁଷୋତ୍ତମପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ସେଠାରେ ଡାକ୍ତର ଗୋବିନ୍ଦଙ୍କୁ ମୃତ ଘୋଷଣା କରିଥିଲେ। ବ୍ରହ୍ମପୁର ମେଡିକାଲରେ ତାଙ୍କର ମୃତଦେହ ବ୍ୟବଚ୍ଛେଦ ପରେ ଗ୍ରାମରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା। ଖବର ପାଇ ଆଡିଶ୍‌ନାଲ ଏସ୍‌ପି ଠାକୁର ପ୍ରସାଦ ପାତ୍ର, ଏସ୍‌ଡିପିଓ ଗୌତମ କିଷାନ, ରମ୍ଭା ଥାନାଧିକାରୀ ଦୀପ୍ତିରଞ୍ଜନ ବେହେରା ଓ ସାଇଣ୍ଟିଫିକ ଟିମ ଗ୍ରାମରେ ପହଞ୍ଚି ଘଟଣାର ତଦନ୍ତ ଚଳାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri