ପିଉସୀ-ପୁତୁରାଙ୍କ ପ୍ରେମସମ୍ପର୍କକୁ ବିରୋଧ: ଦଣ୍ଡ ପୂର୍ବକ ଚାଷଜମିରେ ବଳଦ ଭାବେ ହଳ କରାଇଲେ ଗ୍ରାମବାସୀ

ରାୟଗଡ଼ା,୧୧ା୭(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା): ସମ୍ପର୍କୀୟ ପିଉସୀ ଓ ପୁତୁରାଙ୍କ ପ୍ରେମସମ୍ପର୍କକୁ ନେଇ ଗାଁ ଲୋକେ ବୈଠକ କରି ପ୍ରେମୀଯୁଗଳଙ୍କୁ ଚାଷଜମିରେ ହଳ କରି ଦଣ୍ଡ ଦେଇଥିବା ଘଟଣା ଏବେ ଜିଲାରେ ଆଲୋଡ଼ନ ସୃଷ୍ଟି କରିଛି।। ଏହିଭଳି ଘଟଣା ଦେଖିବାକୁ ମିଳିଛି ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକର ସିକରପାଇ ପଞ୍ଚାୟତ କଞ୍ଜାମଯୋଡ଼ି ଗ୍ରାମରେ। ତେବେ ଗାଁରେ ଏହି ଦଣ୍ଡ ମିଳିବା ପରେ ପ୍ରେମୀଯୁଗଳଙ୍କ ପତ୍ତା ମିଳୁନି। ସେମାନେ କେଉଁଆଡ଼େ ଚାଲି ଯାଇଛନ୍ତି କି ଏନେଇ କିଛି ଜଘନ୍ୟ କାଣ୍ଡ ଘଟିଛି ତାହାକୁ ନେଇ ଗାଁର କେହି ବି ମୁହଁ ଖୋଲୁନାହାନ୍ତି। ଏହିି ଘଟଣାଟି ଗୁରୁବାର ଘଟିଥିବା ଜଣାପଡ଼ିଛି।

ଘଟଣାରୁ ପ୍ରକାଶ ଯେ, କଞ୍ଜାମଯୋଡ଼ି ଗ୍ରାମର ଯୁବକ କୋଡ଼ିୟା ସାରକା(୨୮) ଓ ତାଙ୍କ ଦୂର ସମ୍ପର୍କୀୟ ପିଉସୀ(୩୨) ଉଭୟ ପରସ୍ପରକୁ ଦୀର୍ଘଦିନରୁ ପ୍ରେମ କରିଆସୁଥିଲେ। ଉଭୟେ ବିବାହ ପାଇଁ ଯୋଜନା କରି ଫେରାର ହୋଇଯାଇଥିଲେ। ହେଲେ ଏ ବିଷୟରେ ଜାଣିବା ପରେ ପରିବାରବର୍ଗ ମନା କରିବା ସହିତ ଗାଁ ଲୋକେ ସେମାନଙ୍କୁ ଗାଁ ଆସିବାକୁ ନିର୍ଦ୍ଦେଶ ଦେଇଥିଲେ। ଗାଁ ଲୋକେ ଉଭୟ ପ୍ରେମୀଯୁଗଳଙ୍କୁ ଚାଷଜମିରେ ବଳଦ ବଦଳରେ ହଳ କରାଇ ଦଣ୍ଡ ଦେଇଥିଲେ। ତେବେ ତାହା ପରଠାରୁ ପ୍ରେମୀଯୁଗଳ ଗାଁରେ ନ ଥିବା ଜଣାପଡ଼ିଛି।

ଏନେଇ କଲ୍ୟାଣସିଂହପୁର ଥାନା ଅଧିକାରୀ ନୀଳକଣ୍ଠ ବେହେରାଙ୍କୁ ଯୋଗାଯୋଗ କରିବାରୁ ଆମ ନିକଟକୁ ସେଭଳି କୌଣସି ଅଭିଯୋଗ ଆସି ନ ଥିବା କହିଛନ୍ତି। ହେଲେ ବର୍ତ୍ତମାନ ଦଣ୍ଡ ବିଧାନ ପରେ ପ୍ରେମୀଯୁଗଳ କେଉଁଆଡ଼େ ଫେରାର ହୋଇଯାଇଛନ୍ତି ଅଥବା ସେମାନଙ୍କ ସହିତ ଅନ୍ୟ କିଛି ଘଟଣା ଘଟିଛି ତାହା ବର୍ତ୍ତମାନ ତଦନ୍ତସାପେକ୍ଷ। ତେବେ ସମାଜରେ ଆଜି ବି ଏହିଭଳି ଘଟଣାର ଶାନ୍ତିପୂର୍ଣ୍ଣ ସମାଧାନ ପରିବର୍ତ୍ତେ ଏଭଳି ଦଣ୍ଡବିଧାନ କେତେ ଦୂର ଗ୍ରହଣୀୟ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଗା ପୂଜା ପୂର୍ବରୁ କେନ୍ଦୁଝର ପୋଲିସର ବ୍ୟାପକ ସୁରକ୍ଷା ଯାଞ୍ଚ: ଆନନ୍ଦପୁର ଉପଖଣ୍ଡରେ…

ହାଟଡିହୀ,୩।୧୦(ଶୁଭକାନ୍ତ ନାୟକ): ଆସନ୍ତା ଦୁର୍ଗା ପୂଜା ପାର୍ବଣ ସମୟରେ ଅପରାଧ ନିୟନ୍ତ୍ରଣ ଓ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ କେନ୍ଦୁଝର ଏସ୍‌ପି ନୀତିନ କୁଶଲକର ଦାଗୁଡୁଙ୍କ ସ୍ୱତନ୍ତ୍ର ନିର୍ଦ୍ଦେଶ…

ଖେଳାଳି ଚୟନରେ ଅନିୟମିତତା ଅଭିଯୋଗ, ସୁବର୍ଣ୍ଣପୁରରେ ଜୋର ଧରିଲା ଚର୍ଚ୍ଚା…

ଅମରପାଲି,୩।୧୦(ପୀତାମ୍ବର ସାହୁ): ଜିଲାସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତାରେ ଭାଗ ନ ନେଇ ଜଣେ ଖେଳାଳି ରାଜ୍ୟସ୍ତରୀୟ ପ୍ରତିଯୋଗିତା ପାଇଁ ମନୋନୀତ ହୋଇଥିବା ଅଭିଯୋଗ । ଏହାକୁ ନେଇ ସୁବର୍ଣ୍ଣପୁର…

ସ୍ୱର୍ଣ୍ଣ ବିଜେତା ଭାରତୀୟ ହକି ଦଳ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପୁରସ୍କାର ଘୋଷଣା: ପ୍ରତି ଖେଳାଳିଙ୍କୁ ୧୧ ଲକ୍ଷ, କୋଚ୍‌ଙ୍କୁ ମିଳିବ…

ଭୁବନେଶ୍ୱର,୩ା୧୦: ଏସୀୟ କ୍ରୀଡ଼ାରେ ସ୍ୱର୍ଣ୍ଣ ପଦକ ଜିତି ଆଗାମୀ ୨୦୨୮ ଅଲିମ୍ପିକ୍ସ ପାଇଁ ସିଧାସଳଖ ଯୋଗ୍ୟତା ଅର୍ଜନ କରିଥିବା ଭାରତୀୟ ପୁରୁଷ ହକି ଦଳ ପାଇଁ ବଡ଼…

ଦୁର୍ଘଟଣାରେ ଆହତଙ୍କୁ ବୋହି ମେଡିକାଲ ନେଲେ ଦୁଇ ହୋମଗାର୍ଡ, ସାହସିକତା ପାଇଁ ଗଜପତି ଏସ୍‌ପିଙ୍କ ପ୍ରଶଂସା

ମୋହନା,୩ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଅନ୍ତରବା ଛକ ନିକଟରେ ଶନିବାର ସନ୍ଧ୍ୟା ପ୍ରାୟ ୫ଟା ସମୟରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ମହିନ୍ଦ୍ରା…

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?