Posted inଭଦ୍ରକ

ଘୋଡ଼ାନାଚରେ ଦୁଲୁକୁଛି ଗାଁ ଦାଣ୍ଡ

ଆରଡ଼ି, ୧୮।୪ (ଡି.ଏନ.ଏ.):  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ଓଳଗ ପଞ୍ଚାୟତ ବୋଡ଼କ ଗଁା ଚଇତି ପୁନେଇ ପର୍ବ ଲାଗି ଉତ୍ସବମୁଖର ହୋଇଛି। କରୋନା ଯୋଗୁ ଦୁଇବର୍ଷ ହେଲା ଏହି ପର୍ବ ଫିକା ପଡ଼ିଥିଲା। ଚଳିତବର୍ଷ କଟକଣା କୋହଳ ହେବାରୁ ପୁଣି ଏଠାରେ ଏହି ପର୍ବ ପାଳନ କରାଯାଉଛି। ଶନିବାରଠାରୁ ଆରମ୍ଭ ହୋଇଥିବା ଏହି ପର୍ବ ଆସନ୍ତା ବୁଧବାର ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ପାରମ୍ପରିକ କାର୍ଯ୍ୟକ୍ରମ ରହିଛି। ଏହି ପର୍ବରେ କେବଳ କୈବର୍ତ୍ତ ଓ ନିଆରୀ ସମ୍ପ୍ରଦାୟ ନୁହେଁ ଏଠାରେ ବସବାସ କରୁଥିବା ଅନ୍ୟ ସମ୍ପ୍ରଦାୟ ବି ନିଜକୁ ସାମିଲ କରି ଭାଇଚାରାର ସମ୍ପର୍କ ବଜାୟ ରଖିଛନ୍ତି।
ଉତ୍ସବର ପ୍ରଥମ ଦିନରେ ନିଜ ବ୍ୟବହୃତ ଡଙ୍ଗା, ଜାଲ, ଢିଙ୍କି ଆଦି ମଣ୍ଡପରେ ପୂଜା ଉଦ୍ଦେଶ୍ୟରେ ରଖାଯାଇଥିଲା। ବିଶେଷ ଆକର୍ଷଣ ହେଲା ଘୋଡ଼ାନାଚ। ପରବ ସମୟରେ ଏକ କାଠଘୋଡ଼ାକୁ ସୁସଜ୍ଜିତ କରାଯାଇ ପୂଜା ମଣ୍ଡପରେ ରଖାଯାଇଛି। ସକାଳେ ଓ ସନ୍ଧ୍ୟାରେ ଏହାକୁ ନଚାଯାଉଥିବା ଦେଖିବାକୁ ମିଳିଛି। ଘୋଡ଼ାନାଚରେ ଗଁା ଦାଣ୍ଡ ଦୁଲୁକୁଛି। ପୁରୁଷ ପରୁୁଷ ଧରି ଏହି ପରମ୍ପରା ଗଁା ଐତିହ୍ୟ ଓ ପ୍ରଥାର ପ୍ରଚାର କରୁଛି। ଘୋଡ଼ାନାଚ ଦେଖିବା ପାଇଁ ସ୍ଥାନୀୟ ଗଁାରୁ ଶତାଧିକ ଦର୍ଶକଙ୍କ ଭିଡ଼ ଜମୁଛି। ଏହି ପର୍ବର ଅନ୍ୟ ଆକର୍ଷଣ ହେଲା ରାତିରେ ପାଲା ଆୟୋଜନ। ବିଭିନ୍ନ ସୁନାମଧନ୍ୟ ଗାୟକଙ୍କ କଣ୍ଠ ନିସୃତ ପାଲାଗୀତ ଶୁଣିବା ପାଇଁ ବୋଡ଼କ ଗଁାକୁ ଦର୍ଶକମାନଙ୍କ ସୁଅ ଛୁଟୁଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?