ପାଣି ଘେରରେ ଗାଁ, ଦୁର୍ଦ୍ଦଶା ଭୋଗୁଛନ୍ତି ଅଞ୍ଚଳବାସୀ

ହାଟଡିହୀ/ଛେନାପଦୀ,୯l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଅସରାଏ ବର୍ଷା ହେଲେ ଲୋକଙ୍କ ଦୁଃଖ ବଢିଯାଉଛି l କିନ୍ତୁ ସ୍ଥାନୀୟ ଲୋକ ପ୍ରତିନିଧି କିମ୍ବା ପ୍ରଶାସନ ଏଥିପ୍ରତି ଦୃଷ୍ଟି ନ ଦେବା ପରିତାପର ବିଷୟ ସାଜିଛି । ବର୍ଷା ହେଲେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଞ୍ଚୁଗୋଛିଆ ଗାଁର ଗୋବର ଗାଡ଼ିଆ ସାହି ପାଣି ଘେରରେ ରହୁଛି।

ବର୍ଷାଜଳ ନିଷ୍କାସନ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ ଥିବାରୁ ରାସ୍ତା ଉପରେ ପାଣି ଜମି ରହୁଛି। ବର୍ଷାର ପରିମାଣ ବଢିଲେ ଲୋକଙ୍କ ଘର ଭିତରେ ପାଣି ପଶିଥାଏ । ଫଳରେ ସାହିବାସୀଙ୍କ ଦୈନନ୍ଦିନ ଜୀବନକୁ ଯଥେଷ୍ଟ ପ୍ରଭାବିତ କରିଥାଏ l ଗାଁର ମୁଖ୍ୟ ରାସ୍ତା ଦେଇ ୧୦୦ରୁ ଊର୍ଦ୍ଧ ସ୍ଥାନୀୟ ବାସିନ୍ଦା ନିୟମିତ ଯାତାୟାତ କରନ୍ତି । କିନ୍ତୁ ବର୍ଷା ସମୟରେ ରାସ୍ତାରେ ପାଣି ଜମି ରହିବା ଯୋଗୁ ସାହିବାସୀଙ୍କୁ ନାନା ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ୁଛି।

ବିଶେଷକରି ସ୍କୁଲ ଛାତ୍ରୀଛାତ୍ର ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଯାଉଥିବା ଛୋଟ ପିଲାମାନେ ଏହି ରାସ୍ତାରେ ଯାତାୟାତ କରିବା ବେଳେ ଅସୁବିଧା ଭୋଗୁଛନ୍ତି। ସାହିବାସୀଙ୍କ ଅଭିଯୋଗ ଅନୁଯାୟୀ, ରାସ୍ତାରେ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ସାମାନ୍ୟ ବର୍ଷାରେ ମଧ୍ୟ ପାଣି ଜମୁଛି।

ନୂତନ ରାସ୍ତା ନିର୍ମାଣ ବେଳେ ଜଳ ନିଷ୍କାସନ ପାଇଁ ଉପଯୁକ୍ତ ବ୍ୟବସ୍ଥା ନ କରିବାରୁ ଏପରି ସମସ୍ୟା ସୃଷ୍ଟି ହୋଇଛି। ଦୀର୍ଘ ଦିନ ଧରି ଏହି ସମସ୍ୟା ଲାଗି ରହିଥିଲେ ମଧ୍ୟ ସ୍ଥାୟୀ ସମାଧାନ ହୋଇ ପାରି ନାହିଁ। ଫଳରେ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି।
ବର୍ଷା ପାଣି ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା କରାଗଲେ ସାହିବାସୀଙ୍କ ସମସ୍ୟା ଦୂର ହୋଇପାରିବ ବୋଲି ଗ୍ରାମର ଅନିତା ଜେନା, ଶଶିକାନ୍ତ ଜେନା, ସୁଲୋଚନା ଜେନା, ଜାନକୀ ଜେନା, ରଙ୍ଗବତୀ ଜେନା, ଭାନୁମତୀ ଜେନା, ଆନନ୍ଦ ଜେନା, ସରସତୀ ଜେନା, ବୁଲା ଜେନା, ପ୍ରମିଳା ଜେନା, ଜୟନ୍ତୀ ଜେନା, ଉମାକାନ୍ତ ଜେନା, ତରଣି ଜେନା, ମଦନ ଜେନା, ସୁଦାମ ଜେନା, ବାବୁ ଜେନା, ସୁଶାନ୍ତ ଜେନା ଓ ପ୍ରତୀମା ଜେନା ପ୍ରମୁଖ କହିଛନ୍ତି। ବ୍ଲକ କର୍ତ୍ତୃପକ୍ଷ ତୁରନ୍ତ ଉପଯୁକ୍ତ ବ୍ୟବସ୍ଥା ମାଧ୍ୟମରେ ସମସ୍ୟାର ସ୍ଥାୟୀ ସମାଧାନ ପାଇଁ ସାହିବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖୋଲିଲା ହୀରାକୁଦର ୪ ଗେଟ

ସମ୍ବଲପୁର,୯ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ରବିବାର ପୁଣି ଥରେ ବିପୁଳ ପରିମାଣର ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରିବା ଆରମ୍ଭ କରିଛି।…

ବରଗଡ଼ରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ: କାର୍ଯ୍ୟବନ୍ଦ ଆନ୍ଦୋଳନକୁ ଓହ୍ଲାଇବ ଓକିଲ ସଂଘ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାକୁ ନେଇ ଅସନ୍ତୋଷ ବଢ଼ି ଚାଲିଛି । ଗତ କିଛିଦିନ ତଳେ ବରଗଡ଼ ସହରସ୍ଥିତ କୋର୍ଟ ସମ୍ମୁଖ ରାସ୍ତାରେ…

ଅଧରାତିରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ବାବୁଲାଙ୍କ ଜୀବନ

ବୀରମହାରାଜପୁର,୯।୮ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଅନ୍ତର୍ଗତ କୁମରକେଲି ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ବାଇକ୍ ଦୁର୍ଘଟଣାରେ ଜଣେ ଯୁବକଙ୍କ…

ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳାର ମୁକାବିଲା ପାଇଁ ଆହ୍ବାନ, ଏକାଠି ହେଲେ ବିଭିନ୍ନ ସଂଗଠନ

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ) : ବରଗଡ଼ ସହର ସମେତ ଜିଲାରେ ଆଇନ ଶୃଙ୍ଖଳା ପରିସ୍ଥିତି ହୁଗୁଳା ହୋଇ ପଡିଛି । ଏହାକୁ ନେଇ ସ୍ଥାନୀୟ ନାଗରିକମାନେ ନିଜକୁ ଅସୁରକ୍ଷିତ…

ଗାଡ଼ି ଧକ୍କାରେ ଚାଲିଗଲା ପାର୍ଥଙ୍କ ଜୀବନ, ମୃତଦେହ ଜବତ କରି ପୋଲିସ…

ଦିଗପହଣ୍ଡି,୯ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଡ଼ାମାରି ଫାଣ୍ଡି ପୋଲିସ ରବିବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ପରେ…

ବିଜେଡିରୁ ନିଲମ୍ବିତ ହେଲେ ଶାରଦା ପ୍ରସାଦ ସ୍ୱାଇଁ, ସାଧାରଣ ସମ୍ପାଦକ କହିଲେ….

ଭବାନୀପାଟଣା,୯।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ବିଜେଡିର ସକ୍ରିୟ ସଦସ୍ୟ ଶାରଦା ପ୍ରସାଦ(ବାବୁଲି) ସ୍ୱାଇଁଙ୍କୁ ରବିବାର ବିଜେଡି ନିଲମ୍ବିତ କରିଛି । ଦଳ ବିରୋଧୀ କାର୍ଯ୍ୟ…

ପାଲେଷ୍ଟାଇନ୍ ରାଷ୍ଟ୍ର ହେବାକୁ ଦେବି ନାହିଁ: ନେତାନ୍ୟାହୁ

ଜେରୁଜେଲମ୍‌, ୯ା୮: ଗାଜା ଯୁଦ୍ଧକୁ ନେଇ ଆମେରିକା ରାଷ୍ଟ୍ରପତିଙ୍କ ପ୍ରସ୍ତାବିତ ୧୫-ସୂତ୍ରୀ ‘ବୋର୍ଡ ଅଫ୍ ପିସ୍’ ଯୋଜନାକୁ ନେଇ ଇସ୍ରାଏଲ୍ ପକ୍ଷରୁ ଆପତ୍ତି ସାମ୍ନାକୁ ଆସିଛି। ଇସ୍ରାଏଲ୍…

ଦାଦନ ଖଟିବାକୁ ଯାଇ ହଜି ଯାଇଥିଲେ ଘାସିରାମ, ଉଦ୍ଧାର ପରେ ବଖାଣିଲେ ଲୋମ ଟାଙ୍କୁର ସତ…

ଥୁଆମୂଳ ରାମପୁର,୯।୮(ଦୁର୍ଗା କୀର୍ତ୍ତି): ନିଖୋଜ ଦାଦନ ଶ୍ରମିକ ଘାସିରାମ ମାଝୀଙ୍କୁ ନେଇ ସୃଷ୍ଟି ହୋଇଥିବା ଆଶଙ୍କା ଶେଷ ହୋଇଛି। କେରଳରେ ଭୟ, ଭାଷାଗତ ସମସ୍ୟା ଓ ମାନସିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri