Posted inଜାତୀୟ

ଭାସିଗଲା ଗାଁ: ଅନେକ ମୃତ, ଶତାଧିକ ନିଖୋଜ

ଉତ୍ତରକାଶୀ,୬ା୮:ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ମଙ୍ଗଳବାର ବାଦଲଫଟା ବର୍ଷା ଯୋଗୁ ପ୍ରଳୟଙ୍କରୀ ବନ୍ୟା ଆସିଛି। ବନ୍ୟାରେ ବହୁ ଘର, ହୋଟେଲ ସମେତ କ୍ଷୀରଗଙ୍ଗା ଉପତ୍ୟକାର ଧରାଲି ଗ୍ରାମ ସମ୍ପୂର୍ଣ୍ଣ ଭାସିଯାଇଛି। ଉକ୍ତ ଗାଁ ହର୍ସିଲସ୍ଥିତ ସେନା କ୍ୟାମ୍ପ୍‌ଠାରୁ ମାତ୍ର ୪ କି.ମି. ଦୂରରେ ଅବସ୍ଥିତ। ବନ୍ୟାରେ ଅନେକଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଗଙ୍ଗୋତ୍ରୀ ଧାମକୁ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି।
ଲୋକଙ୍କ କହିବା ଅନୁଯାୟୀ, ହଠାତ୍‌ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ ଘର ପାଣିରେ ବୁଡ଼ି ରହିଥିବାବେଳେ ଅନେକ ଭାସିଯାଇଛି। ଭୟରେ ଲୋକେ ଘରଦ୍ୱାର ଛାଡ଼ି ଦୌଡ଼ିଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। କ୍ଷୀରଗଙ୍ଗା ନଦୀ ଅବବାହିକାରେ ଅତି ପ୍ରବଳ ବର୍ଷା ହେବା ଫଳରେ ଗାଁ ଉପରକୁ ପ୍ରବଳ ଉଚ୍ଚରେ ପାଣି ଓ ପଥର ଖଣ୍ଡ ମାଡ଼ିଆସିଥିଲା। ପର୍ବତାଞ୍ଚଳ ଦେଇ ପାଣିର ପ୍ରଖର ସ୍ରୋତ ମାଡ଼ିଆସିବାରୁ ୨୫ ହୋଟେଲ୍‌ ଓ ହୋମ୍‌ଷ୍ଟେ ଧ୍ୱଂସ ହୋଇଥିବାବେଳେ ମାଟି ଓ ପଥର ଖଣ୍ଡ ତଳେ ଅନେକେ ରହିଯାଇଥିବା ଆଶଙ୍କା କରାଯାଉଛି।
ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବାବେଳେ ଏଥିରେ ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌ ଏବଂ ଜିଲା ପ୍ରଶାସନ ସମେତ ଅନ୍ୟାନ୍ୟ ଟିମ୍‌ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ବରିଷ୍ଠ ଅଧିକାରୀମାନଙ୍କ ସହ ଯୋଗାଯୋଗରେ ରହି ସ୍ଥିତି ଉପରେ ଦୃଷ୍ଟି ରଖିଛନ୍ତି। ଭାରତୀୟ ସେନା ଇବେକ୍ସ ବ୍ରିଗେଡ୍‌ ସୈନ୍ୟମାନେ ବିପର୍ଯ୍ୟୟସ୍ଥଳରେ ଉଦ୍ଧାର କାର୍ଯ୍ୟରେ ସହାୟତା କରୁଛନ୍ତି। ଇଣ୍ଡୋ-ତିବେତାନ ବର୍ଡର ପୋଲିସର ଏକ ୧୬ ଜଣିଆ ଟିମ୍‌ ଧରାଲିରେ ପହଞ୍ଚତ୍ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଅନ୍ୟ ୨ଟି ଟିମ୍‌ ଖୁବ୍‌ଶୀଘ୍ର ପହଞ୍ଚତ୍ବେ ବୋଲି ଜଣାପଡ଼ିଛି। ସନ୍ଧ୍ୟା ସୁଦ୍ଧା ଅନୂ୍ୟନ ୧୫ ଜଣଙ୍କୁ ଉଦ୍ଧାର କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ମୁଖ୍ୟମନ୍ତ୍ରୀ ଧାମିକୁ ସମସ୍ତ ସହାୟତା ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦେଇଛନ୍ତି।
ଧରାଲି ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ସ୍ଥିତି ସମ୍ପର୍କରେ ପଚାରି ବୁଝିବା ସହ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ସବୁ ପ୍ରକାର ସହାୟତା କରିବାକୁ କହିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ମୂଲ୍ୟବାନ ଜୀବନ ବଞ୍ଚାଇବା ଦିଗରେ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ନିଆଯାଉଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।
ହର୍ସିଲ ଅଞ୍ଚଳକୁ ବନ୍ୟା ମାଡ଼ିବାରୁ ସେଠାରେ ଥିବା ସେନା ଘାଟି କ୍ଷତିଗ୍ରସ୍ତ ହେବା ସହ ଅନୂ୍ୟନ ୧୦ ଯବାନ ନିଖୋଜ ହୋଇଛନ୍ତି। ସେମାନେ ସେନା କ୍ୟାମ୍ପ୍‌ରେ ଅବସ୍ଥାନ କରୁଥିଲେ। ଅନ୍ୟ ଯବାନମାନେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ନିୟୋଜିତ ଥିବାବେଳେ ବାୟୁସେନା ହେଲିକପ୍ଟରଗୁଡ଼ିକ ଚଣ୍ଡିଗଡ଼ ଏୟାରବେସ୍‌ରେ ଷ୍ଟାଣ୍ଡବାଏ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ…

ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀଙ୍କ ଶିକ୍ଷାଗତ ଯୋଗ୍ୟତା କେତେ? ଭାଙ୍ଗିଲେ ଦଶନ୍ଧିର ଇତିହାସ

ମୁମ୍ବାଇ,୩୧।୧: ମହାରାଷ୍ଟ୍ରର ରାଜନୈତିକ ଦୃଶ୍ୟପଟ ଏକ ପରିବର୍ତ୍ତନ ଆଣିଛି। ପ୍ରଥମ ଥର ପାଇଁ, ରାଜ୍ୟ ଜଣେ ମହିଳା ଉପମୁଖ୍ୟମନ୍ତ୍ରୀଙ୍କୁ ପାଇଛି। ଅଜିତ ପାୱାରଙ୍କ ପଛରେ ଏକ ଦୃଢ଼…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ…

ଇତିହାସ ରଚିଲେ Sunetra Pawar, ମହାରାଷ୍ଟ୍ରର ପ୍ରଥମ ମହିଳା ଉପ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ମୁମ୍ବାଇ,୩୧।୧: ଶନିବାର ରାଜ୍ୟ ସଭା ଏମପି ପଦରୁ ଇସ୍ତଫା ଦେଇ ସ୍ବର୍ଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବରେ ଶପଥ…

T20 World Cup 2026: ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ମିଳିଲା ଗୁଡନ୍ୟୁଜ!

ନୂଆଦିଲ୍ଲୀ,୩୧।୧: ୨୦୨୬ T20 World Cup ପୂର୍ବରୁ ଭାରତୀୟ ଦଳକୁ ଭଲ ଖବର ମିଳିଛି। ଆଘାତରୁ ଫେରି ଆସୁଥିବା ମଧ୍ୟକ୍ରମ ବ୍ୟାଟ୍ସମ୍ୟାନ ତିଲକ ବର୍ମାଙ୍କ ବିଷୟରେ ଏକ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri