Posted inଜାତୀୟ

ଭାସିଗଲା ଗାଁ: ଅନେକ ମୃତ, ଶତାଧିକ ନିଖୋଜ

ଉତ୍ତରକାଶୀ,୬ା୮:ଉତ୍ତରାଖଣ୍ଡର ଉତ୍ତରକାଶୀ ଜିଲାରେ ମଙ୍ଗଳବାର ବାଦଲଫଟା ବର୍ଷା ଯୋଗୁ ପ୍ରଳୟଙ୍କରୀ ବନ୍ୟା ଆସିଛି। ବନ୍ୟାରେ ବହୁ ଘର, ହୋଟେଲ ସମେତ କ୍ଷୀରଗଙ୍ଗା ଉପତ୍ୟକାର ଧରାଲି ଗ୍ରାମ ସମ୍ପୂର୍ଣ୍ଣ ଭାସିଯାଇଛି। ଉକ୍ତ ଗାଁ ହର୍ସିଲସ୍ଥିତ ସେନା କ୍ୟାମ୍ପ୍‌ଠାରୁ ମାତ୍ର ୪ କି.ମି. ଦୂରରେ ଅବସ୍ଥିତ। ବନ୍ୟାରେ ଅନେକଙ୍କ ମୃତ୍ୟୁ ଘଟିବା ସହ ଶତାଧିକ ନିଖୋଜ ହୋଇଯାଇଛନ୍ତି। ଗଙ୍ଗୋତ୍ରୀ ଧାମକୁ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି।
ଲୋକଙ୍କ କହିବା ଅନୁଯାୟୀ, ହଠାତ୍‌ ବନ୍ୟାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବହୁ ଘର ପାଣିରେ ବୁଡ଼ି ରହିଥିବାବେଳେ ଅନେକ ଭାସିଯାଇଛି। ଭୟରେ ଲୋକେ ଘରଦ୍ୱାର ଛାଡ଼ି ଦୌଡ଼ିଥିଲେ ବୋଲି ପ୍ରତ୍ୟକ୍ଷଦର୍ଶୀମାନେ କହିଛନ୍ତି। କ୍ଷୀରଗଙ୍ଗା ନଦୀ ଅବବାହିକାରେ ଅତି ପ୍ରବଳ ବର୍ଷା ହେବା ଫଳରେ ଗାଁ ଉପରକୁ ପ୍ରବଳ ଉଚ୍ଚରେ ପାଣି ଓ ପଥର ଖଣ୍ଡ ମାଡ଼ିଆସିଥିଲା। ପର୍ବତାଞ୍ଚଳ ଦେଇ ପାଣିର ପ୍ରଖର ସ୍ରୋତ ମାଡ଼ିଆସିବାରୁ ୨୫ ହୋଟେଲ୍‌ ଓ ହୋମ୍‌ଷ୍ଟେ ଧ୍ୱଂସ ହୋଇଥିବାବେଳେ ମାଟି ଓ ପଥର ଖଣ୍ଡ ତଳେ ଅନେକେ ରହିଯାଇଥିବା ଆଶଙ୍କା କରାଯାଉଛି।
ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବାବେଳେ ଏଥିରେ ଏନ୍‌ଡିଆର୍‌ଏଫ୍‌, ଏସ୍‌ଡିଆର୍‌ଏଫ୍‌ ଏବଂ ଜିଲା ପ୍ରଶାସନ ସମେତ ଅନ୍ୟାନ୍ୟ ଟିମ୍‌ ସାମିଲ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି ବରିଷ୍ଠ ଅଧିକାରୀମାନଙ୍କ ସହ ଯୋଗାଯୋଗରେ ରହି ସ୍ଥିତି ଉପରେ ଦୃଷ୍ଟି ରଖିଛନ୍ତି। ଭାରତୀୟ ସେନା ଇବେକ୍ସ ବ୍ରିଗେଡ୍‌ ସୈନ୍ୟମାନେ ବିପର୍ଯ୍ୟୟସ୍ଥଳରେ ଉଦ୍ଧାର କାର୍ଯ୍ୟରେ ସହାୟତା କରୁଛନ୍ତି। ଇଣ୍ଡୋ-ତିବେତାନ ବର୍ଡର ପୋଲିସର ଏକ ୧୬ ଜଣିଆ ଟିମ୍‌ ଧରାଲିରେ ପହଞ୍ଚତ୍ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଅନ୍ୟ ୨ଟି ଟିମ୍‌ ଖୁବ୍‌ଶୀଘ୍ର ପହଞ୍ଚତ୍ବେ ବୋଲି ଜଣାପଡ଼ିଛି। ସନ୍ଧ୍ୟା ସୁଦ୍ଧା ଅନୂ୍ୟନ ୧୫ ଜଣଙ୍କୁ ଉଦ୍ଧାର କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ମୁଖ୍ୟମନ୍ତ୍ରୀ ଧାମିକୁ ସମସ୍ତ ସହାୟତା ଯୋଗାଇ ଦିଆଯିବାର ପ୍ରତିଶ୍ରୁତି ଦେଇଛନ୍ତି।
ଧରାଲି ବିପର୍ଯ୍ୟୟରେ ପ୍ରଭାବିତ ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକବ୍ୟକ୍ତ କରିଛନ୍ତି। ସେ ମୁଖ୍ୟମନ୍ତ୍ରୀଙ୍କ ସହ କଥା ହୋଇ ସ୍ଥିତି ସମ୍ପର୍କରେ ପଚାରି ବୁଝିବା ସହ ରିଲିଫ୍‌ ଓ ଉଦ୍ଧାର କାର୍ଯ୍ୟରେ ସବୁ ପ୍ରକାର ସହାୟତା କରିବାକୁ କହିଛନ୍ତି। କେନ୍ଦ୍ର ଓ ରାଜ୍ୟ ସରକାର ମିଳିତ ଭାବେ କାର୍ଯ୍ୟ କରୁଛନ୍ତି। ମୂଲ୍ୟବାନ ଜୀବନ ବଞ୍ଚାଇବା ଦିଗରେ ସମସ୍ତ ସମ୍ଭାବ୍ୟ ପଦକ୍ଷେପ ନିଆଯାଉଥିବା ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କହିଛନ୍ତି।
ହର୍ସିଲ ଅଞ୍ଚଳକୁ ବନ୍ୟା ମାଡ଼ିବାରୁ ସେଠାରେ ଥିବା ସେନା ଘାଟି କ୍ଷତିଗ୍ରସ୍ତ ହେବା ସହ ଅନୂ୍ୟନ ୧୦ ଯବାନ ନିଖୋଜ ହୋଇଛନ୍ତି। ସେମାନେ ସେନା କ୍ୟାମ୍ପ୍‌ରେ ଅବସ୍ଥାନ କରୁଥିଲେ। ଅନ୍ୟ ଯବାନମାନେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟରେ ନିୟୋଜିତ ଥିବାବେଳେ ବାୟୁସେନା ହେଲିକପ୍ଟରଗୁଡ଼ିକ ଚଣ୍ଡିଗଡ଼ ଏୟାରବେସ୍‌ରେ ଷ୍ଟାଣ୍ଡବାଏ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି।…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri