ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୧।୧୦ (ଅନିଲ ଦାସ): ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ ଓ ଗାଁ। ଭୁବନେଶ୍ବରରୁ ଭିଡିଓ କନ୍‌ଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦୁଝର ଓ ଭଦ୍ରକ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ୬୭୯୪ ପଞ୍ଚାୟତ ସାମିଲ ହେବ ଏବଂ ୯୦,୭୨୩ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ। ଏଥିପାଇଁ ୩୩୯୭ କୋଟି ଟଙ୍କା ଖର୍ଚ୍ଚ ହେବ। ପ୍ରତି ପଞ୍ଚାୟତକୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟସ୍ଥଳୀଗୁଡ଼ିକର ସଂରକ୍ଷଣ କରାଯିବ। ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟସ୍ଥଳୀଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ରାଜ୍ୟର ସମସ୍ତ ଗାଁ ହେବ ସଶକ୍ତ ଓଡ଼ିଶାର ପ୍ରତିଛବି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। ଓ୍ବାର୍କସ ହବ୍‌ ସହ ବ୍ୟାଙ୍କିଙ୍ଗ୍‌ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ସାମିଲ ହେବ। ଏହା ଯୁବଗୋଷ୍ଠୀ, ମହିଳା, ଚାଷୀ ଓ ଛାତ୍ରୀଛାତ୍ରଙ୍କ ପାଇଁ ଅମାପ ସୁଯୋଗ ଆଣିବ। ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିବ। ଏହି ନୂଆ ଓଡ଼ିଶାରେ ଭିତ୍ତିଭୂମି ସୁଦୃଢ଼ ସହ ଆକାଂକ୍ଷୀ ଓଡ଼ିଶା ପରିକଳ୍ପନା ସାକାର ରୂପ ପାଇବ। ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ।
ଏହି କାର୍ଯ୍ୟକ୍ରମରେ କେନ୍ଦୁଝର ଜିଲାର ୬ଟି ନିର୍ବାଚନମଣ୍ଡଳୀର ୨୯୭ଟି ଗ୍ରାମ ପଞ୍ଚାୟତର ୩୫୬୮ ପ୍ରକଳ୍ପ ପାଇଁ ୧୪୮ କୋଟି ୫୦ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିବାବେଳେ, ଭଦ୍ରକ ଜିଲାର ୫ଟି ନିର୍ବାଚନମଣ୍ଡଳୀର ୨୧୮ଟି ଗ୍ରାମ ପଞ୍ଚାୟତର ୩୩୩୭ ପ୍ରକଳ୍ପ ପାଇଁ ୧୦୯ କୋଟି ଟଙ୍କା ମଞ୍ଜୁର କରାଯାଇଛି ।
୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ପ୍ରତ୍ୟେକ ଜିଲାର ନିର୍ବାଚନମଣ୍ଡଳୀର ବିଧାୟକ, ଜିଲା ପରିଷଦ ସଭାପତି, ଜିଲା ପରିଷଦ ସଦସ୍ୟ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଭର୍ଚୁଆଲ ମାଧ୍ୟମରେ ଆଲୋଚନାରେ ଭାଗନେଇ ଗାଁ ଗାଁରେ ବିକାଶର ନୂଆ ପର୍ବର ଶୁଭାରମ୍ଭ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଉଚ୍ଚପ୍ରଶଂସା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ କଲ୍ୟାଣମୂଳକ କାର୍ଯ୍ୟକ୍ରମ ଯୋଗୁ ଗରିବ ଓ ଅବହେଳିତ ଲୋକମାନଙ୍କ ମୁହଁରେ ହସ ଫୁଟିଛି ବୋଲି ସେମାନେ କହିଛନ୍ତି। ଏଥିସହିତ ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲାସ୍ତରରେ ବିକାଶ ତ୍ୱରାନ୍ବିତ ହେବା ସହିତ ଅନେକ ଦିନରୁ ପଡ଼ିରହିଥିବା ସମସ୍ୟାଗୁଡ଼ିକ ମଧ୍ୟ ଦୂର ହୋଇଛି ବୋଲି କହିଛନ୍ତି। ଆଲୋଚନାରେ ଭାଗନେଇ ୫-ଟି ସଚିବ ପାଣ୍ଡିଆନ କହିଛନ୍ତି, ସ୍ଥାନୀୟ ଅଞ୍ଚଳର ସମସ୍ୟା ଦୂର କରିବା ପାଇଁ ମୁଖ୍ୟମନ୍ତ୍ରୀ ସବୁବେଳେ ତତ୍ପର। ଓଡ଼ିଶାର ପ୍ରତି ଗାଁର ବିକାଶ ପାଇଁ କାମ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ଯେଉଁ ପ୍ରକଳ୍ପ ସବୁ ମଞ୍ଜୁର କରିଛନ୍ତି, ସେ ସମ୍ପର୍କରେ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡ଼ିଶା, ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମ ଶେଷରେ ଉଭୟ ଜିଲାର ଜିଲାପାଳ ଧନ୍ୟବାଦ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

୩ୟ ବିଶ୍ୱଯୁଦ୍ଧର ଭୟଙ୍କର ରୂପ! ଆମେରିକା ସହ ଯୁଦ୍ଧ କରିବେ ୧୨ବର୍ଷର ପିଲା

ତେହରାନ,୨୭।୩: ଇରାନ-ଇସ୍ରାଏଲ ବିବାଦ ମଧ୍ୟରେ, ଯେତେବେଳେ ଆମେରିକା ଗୋଟିଏ ମୋର୍ଚ୍ଚାରେ ଇରାନରେ ତାର ସୈନ୍ୟ ମୁତୟନ କରିବାକୁ ପ୍ରସ୍ତୁତ ହେଉଛି, ଅନ୍ୟପଟେ ଇରାନ ଏବେ ତାର ସୈନ୍ୟବାହିନୀକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଖେଳାଳିଙ୍କ ଗସ୍ତ ଉପରେ କଟକଣା ଲଗାଇଲା ଇରାନ

ତେହେରାନ,୨୭ା୩: ଇରାନ ଶତ୍ରୁରାଷ୍ଟ୍ର ଭାବେ ବିବେଚନା ଦେଶଗୁଡ଼ିକୁ ଖେଳାଳିଙ୍କ ଗସ୍ତ ଉପରେ କଟକଣା ଜାରି କରିଛି। ସାଉଦି ଆରବରେ ଟ୍ରାକ୍ଟର ଏଫ୍‌ସି ବିପକ୍ଷ ଗେମ୍‌ ପୂର୍ବରୁ ଇରାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri