ନକ୍ସଲବାଦ ଶେଷ କରିବ ‘ଗ୍ରାମୋଦୟ’: ଏହି ୧୦ ଜିଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା

ଭୁବନେଶ୍ୱର,୯ା୧୦(ଅନିଲ ଦାସ):ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସରକାର ସମସ୍ତ ବିଭାଗର ମିଳିତ ସହଯୋଗରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’କୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ, ଜିଲା ଓ ବ୍ଲକ ସ୍ତରରେ ତଦାରଖ କମିଟି କାର୍ଯ୍ୟ କରିବ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ତଦାରଖ କମିଟି କାର୍ଯ୍ୟ କରିବ। ଏହି କମିଟିରେ ସମସ୍ତ ବିଭାଗର ଶାସନ ସଚିବ ସଦସ୍ୟ ରହିବେ। ଜିଲା ସ୍ତରୀୟ କମିଟିରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ କମିଟିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀଙ୍କ କମିଟି ଦ୍ୱାରା ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ର ପର୍ଯ୍ୟବେକ୍ଷଣ କରାଯିବ। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’କୁ କାର୍ଯ୍ୟକାରୀ କରିବା ପାଇଁ ତୃଣମୂଳ ସ୍ତରରେ ଜନସମ୍ପର୍କ ଶିବିର, ସଚେତନତା ଅଭିଯାନ, ଗ୍ରାମସଭା, ଅଭିଯୋଗ ଶୁଣାଣି ବ୍ୟବସ୍ଥା ରହିଛି। ରାଜ୍ୟର ମାଓବାଦୀ ପ୍ରଭାବିତ ଅଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ ତଥା ସମସ୍ତ ଗ୍ରାମ ଓ ହିତାଧିକାରୀଙ୍କୁ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ କାର୍ଯ୍ୟ କରିବ।

ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ା ଆଦି ୧୦ଟି ଜିଲାର ୫୮୩ ଗ୍ରାମରେ ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏହି କାର୍ଯ୍ୟକ୍ରମର ନୋଡାଲ୍‌ ବିଭାଗ ଭାବେ କାର୍ଯ୍ୟ କରିବ। ଏହା ଅଧୀନରେ ଗ୍ରାମ କିମ୍ବା ଗୋଷ୍ଠୀକୁ ୩୧ଟି ସରକାରୀ ଯୋଜନା ଏବଂ ହିତାଧିକାରୀ କିମ୍ବା ପରିବାରକୁ ୪୪ଟି ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା ଗୋଟିଏ ରାତିରେ ଇରାନ୍‌କୁ କରିଦେବ ଧ୍ୱଂସ: ଚେତାବନୀ ଦେଲେ ଟ୍ରମ୍ପ, ଖୁବଶୀଘ୍ର…

ୱାଶିଂଟନ,୬/୪:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ୍ ଯୁଦ୍ଧକୁ ନେଇ ସୋମବାର ପୁଣି କଡ଼ା ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି,ଆମେରିକା ମାତ୍ର ଗୋଟିଏ ରାତିରେ ସମ୍ପୂର୍ଣ୍ଣ ଇରାନ୍‌କୁ ଧ୍ୱଂସ…

ବିରୋଧୀଙ୍କୁ ଝଟ୍‌କା: CEC ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ ଖାରଜ

ନୂଆଦିଲ୍ଲୀ,୬।୪: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ପ୍ରସ୍ତାବକୁ ଖାରଜ କରାଯାଇଛି। ରାଜ୍ୟ ସଭା ଅଧ୍ୟକ୍ଷ ଏହି ପ୍ରସ୍ତାବକୁ ଖାରଜ କରିଛନ୍ତି। ବିରୋଧୀ ଦଳ…

ଥୁଆମୂଳ ରାମପୁରରେ ସଡ଼କ ଦୁର୍ଘଟଣା: ଗଲା ୩ ଜୀବନ, କ୍ଷତିପୂରଣ ପାଇଁ ରାସ୍ତାରୋକୋ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅଞ୍ଚଳରେ ସୋମବାର ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ୩ ଜଣଙ୍କ…

ସୁନା ଭର୍ତ୍ତି ବ୍ୟାଗ୍‌ ନେଇ ଯାଉଥିଲେ ପବିତ୍ର: ବାଟରେ ଛକିଥିଲେ ୪ ଦୁର୍ବୃତ୍ତ: ଆଉ ତା’ପରେ ଘଟିଲା..

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଗ୍ରାମର ଖଜୁରୀପଦା ସାହି ନିକଟରେ ସୋମବାର ରାତି ପ୍ରାୟ ୮ଟାରେ ଗୁଳି ଫୁଟିଛି। ଡେଙ୍ଗାଓସ୍ତା-ଭୀଷ୍ମଗିରି ଗ୍ରାମ…

କାମଦେବଙ୍କୁ ମିଳିଲା ବଡ଼ ଦାୟିତ୍ୱ: ଆଦିବାସୀଙ୍କ ବିକାଶ ପାଇଁ ଦେଲେ ପ୍ରତିଶ୍ରୁତି

ମୋହନା,୬।୪(ମନ୍ମଥ ମିଶ୍ର): ଗଜପତି ଜିଲାର ସର୍ବାଙ୍ଗୀନ ଉନ୍ନତି ପାଇଁ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଭାବେ କାମଦେବ ବଡ଼ନାୟକଙ୍କୁ ରାଜ୍ୟ ସରକାର ମନୋନୀତ କରିଛନ୍ତି। ସେ ମୋହନା…

ସଲମାନଙ୍କ ଫଟା ଜୋତାର ଦାମ୍‌ ଜାଣିଲେ ଉଡିଯିବ ହୋଶ୍‌

ସଲମାନ ଖାନ ବଲିଉଡ ସୁପରଷ୍ଟାର ଭାବରେ ଜଣାଶୁଣା। ସେ ଯାହା କରନ୍ତି, ସମସ୍ତଙ୍କ ନଜର ତାଙ୍କ ଉପରେ ଥାଏ। ସେ ଫ୍ୟାଶନ ହେଉଛି କି ଫିଲ୍ମ ସବୁଠି…

ହାର୍‌ ମାନିଗଲେ ଟ୍ରମ୍ପ! ଶେଷରେ ଇରାନକୁ କହିଲେ ଶକ୍ତିଶାଳୀ, ଯୁଦ୍ଧ ଶେଷ କରିବା ଉପରେ ଦେଲେ ବଡ଼ ଅପଡେଟ୍‌

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନର ଶକ୍ତିକୁ ସ୍ବୀକାର କରିଛନ୍ତି। ଚାଲିଥିବା ଶାନ୍ତି ଆଲୋଚନା ଏବଂ ୪୮ ଘଣ୍ଟାର ଅଲ୍ଟିମେଟମ୍‌…

ବରଗଡ଼ରେ କରାମାଡ଼,ଫସଲ ଧୂଳିସାତ୍‌: ଉଜୁଡିଲା ଚାଷୀଙ୍କ ଅମଳ ଆଶା

ବରଗଡ଼,୬।୪(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ରାଜ୍ୟର ଭାତହାଣ୍ଡି କୁହାଯାଉଥିବା ବରଗଡ଼ ଜିଲାର ଚାଷୀଙ୍କ ଦୁଃଖ ସରୁନାହିଁ। ଧାନବିକ୍ରି ଅବ୍ୟବସ୍ଥା ସାଧାରଣରେ ପରିଣତ ହୋଇଥିବାବେଳେ ପ୍ରକୃତିର ତାଣ୍ଡବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri