ନକ୍ସଲବାଦ ଶେଷ କରିବ ‘ଗ୍ରାମୋଦୟ’: ଏହି ୧୦ ଜିଲାରେ ମିଳିବ ଶତ ପ୍ରତିଶତ ସରକାରୀ ସୁବିଧା

ଭୁବନେଶ୍ୱର,୯ା୧୦(ଅନିଲ ଦାସ):ମାଓବାଦୀ ପ୍ରଭାବିତ ୧୦ ଜିଲାର ୫୮୩ ଗ୍ରାମର ସାମଗ୍ରିକ ବିକାଶ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ ଆରମ୍ଭ କରାଯାଇଛି। ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଏଥିରେ ଲକ୍ଷ୍ୟ ରଖାଯାଇଛି। ରାଜ୍ୟ ସରକାର ସମସ୍ତ ବିଭାଗର ମିଳିତ ସହଯୋଗରେ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’କୁ ଅନୁଧ୍ୟାନ କରିବା ପାଇଁ ରାଜ୍ୟ, ଜିଲା ଓ ବ୍ଲକ ସ୍ତରରେ ତଦାରଖ କମିଟି କାର୍ଯ୍ୟ କରିବ। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ରାଜ୍ୟସ୍ତରୀୟ ତଦାରଖ କମିଟି କାର୍ଯ୍ୟ କରିବ। ଏହି କମିଟିରେ ସମସ୍ତ ବିଭାଗର ଶାସନ ସଚିବ ସଦସ୍ୟ ରହିବେ। ଜିଲା ସ୍ତରୀୟ କମିଟିରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ସମସ୍ତ ଜିଲାସ୍ତରୀୟ ଅଧିକାରୀ ଓ ବ୍ଲକସ୍ତରୀୟ କମିଟିରେ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସମସ୍ତ ବ୍ଲକ ସ୍ତରୀୟ ଅଧିକାରୀଙ୍କ କମିଟି ଦ୍ୱାରା ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ର ପର୍ଯ୍ୟବେକ୍ଷଣ କରାଯିବ। ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’କୁ କାର୍ଯ୍ୟକାରୀ କରିବା ପାଇଁ ତୃଣମୂଳ ସ୍ତରରେ ଜନସମ୍ପର୍କ ଶିବିର, ସଚେତନତା ଅଭିଯାନ, ଗ୍ରାମସଭା, ଅଭିଯୋଗ ଶୁଣାଣି ବ୍ୟବସ୍ଥା ରହିଛି। ରାଜ୍ୟର ମାଓବାଦୀ ପ୍ରଭାବିତ ଅଞ୍ଚଳଗୁଡ଼ିକର ସାମଗ୍ରିକ ବିକାଶ ତଥା ସମସ୍ତ ଗ୍ରାମ ଓ ହିତାଧିକାରୀଙ୍କୁ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବା ଲକ୍ଷ୍ୟ ନେଇ ଏହି ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଗ୍ରାମୋଦୟ’ କାର୍ଯ୍ୟ କରିବ।

ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ବୌଦ୍ଧ, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା ଓ ରାୟଗଡ଼ା ଆଦି ୧୦ଟି ଜିଲାର ୫୮୩ ଗ୍ରାମରେ ସମସ୍ତ ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ଏହି କାର୍ଯ୍ୟକ୍ରମର ନୋଡାଲ୍‌ ବିଭାଗ ଭାବେ କାର୍ଯ୍ୟ କରିବ। ଏହା ଅଧୀନରେ ଗ୍ରାମ କିମ୍ବା ଗୋଷ୍ଠୀକୁ ୩୧ଟି ସରକାରୀ ଯୋଜନା ଏବଂ ହିତାଧିକାରୀ କିମ୍ବା ପରିବାରକୁ ୪୪ଟି ସରକାରୀ ଯୋଜନାର ଶତପ୍ରତିଶତ ସୁବିଧା ପହଞ୍ଚାଇବା ପାଇଁ ଲକ୍ଷ୍ୟ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri