ସଂସ୍କୃତି, ଆଧୁନିକତାରେ ସମୃଦ୍ଧ ହେବ ଗାଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଭୁବନେଶ୍ବରରୁ ଆଭାସି ଯୋଗେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିବସରେ ପୁରୀ ଓ ନୟାଗଡ଼ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀକୁ ୧୩୪ କୋଟି ଟଙ୍କା ମିଳିଛି। ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ସମନ୍ବୟ ହେବ। ଏହି ସମନ୍ବୟରେ ଗାଁ ଗାଁରେ ଆସିବ ସମୃଦ୍ଧି। ଏହା ହେଉଛି ଏକବିଂଶ ଶତାଦ୍ଦୀର ଓଡ଼ିଶା ପାଇଁ ଆମର ସଂକଳ୍ପ। ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। ଓ୍ବାର୍କସ ହବ୍‌ ହେବ। ବ୍ୟାଙ୍କିଙ୍ଗ୍‌ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ସାମିଲ ହେବ। ଏହା ଆମ ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀଭାଇ ଭଉଣୀମାନଙ୍କ ପାଇଁ ଓ ଛାତ୍ରୀଛାତ୍ରମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ। ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିବ। ଏହି ନୂଆ ଓଡ଼ିଶାରେ ଆମର ଭିତ୍ତିଭୂମି ସୁଦୃଢ଼ ହେବା ସହ ଆକାଂକ୍ଷୀ ଓଡ଼ିଶା ପରିକଳ୍ପନା ସାକାର ରୂପ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡ଼ର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।
ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ତୁଷାରକାନ୍ତି ବେହେରା, ବିଧାୟକ ସମୀର ରଞ୍ଜନ ଦାଶ, ରୁଦ୍ରପ୍ରତାପ ମହାରଥୀ, ଉମାକାନ୍ତ ସାମନ୍ତରାୟ, ଜିଲା ପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସି ମାଧ୍ୟମରେ ଆଲୋଚନାରେ ଭାଗନେଇ ଗାଁ ଗାଁରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ। ନୟାଗଡ଼ ଜିଲା କାର୍ଯ୍ୟକ୍ରମରେ ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ରମେଶ ଚନ୍ଦ୍ର ବେହେରା ଏବଂ ଅରୁଣ କୁମାର ସାହୁଙ୍କ ସମେତ ଜିଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ ଓ ସରପଞ୍ଚମାନେ ଯୋଗଦେଇ ମତାମତ ରଖିଥିଲେ। ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲାସ୍ତରରେ ବିକାଶ ତ୍ୱରାନ୍ବିତ ହେବା ସହିତ ଅନେକ ଦିନରୁ ପଡ଼ିରହିଥିବା ସମସ୍ୟାଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ପ୍ରକଳ୍ପସବୁ ମଞ୍ଜୁର କରିଛନ୍ତି, ସେ ସମ୍ପର୍କରେ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ, ଲିଙ୍ଗରାଜ ମନ୍ଦିର ଏକାମ୍ର ପ୍ରକଳ୍ପ, ତାଳଦଣ୍ଡା କେନାଲ ଆଦି ପ୍ରମୁଖ ରୂପାନ୍ତର କାର୍ଯ୍ୟକ୍ରମର ଭିଡିଓ ପ୍ରଦର୍ଶିତ ହୋଇଛି। ଏହି ରୂପାନ୍ତର ନବୀନ ଓଡ଼ିଶାର ଗୋଟିଏ ଗୋଟିଏ ନମୁନା ବୋଲି ୫-ଟି ସଚିବ କହିଛନ୍ତି। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉଭୟ ଜିଲାର ଜିଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରାର୍ଥିପତ୍ର ଦାଖଲ କଲେ ଅଭିଷେକ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅତାବିରା ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା କଂଗ୍ରେସ ପ୍ରାର୍ଥୀ ଅଭିଷେକ ସେଠ୍‌ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି।...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନାମାଙ୍କନପତ୍ର ଦାଖଲ କଲେ ରୀତା ସାହୁ

ବରଗଡ଼,୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବିଧାନସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ବିଜେଡି ପ୍ରାର୍ଥିନୀ ରୀତା ସାହୁ ବୁଧବାର ତାଙ୍କର ନାମାଙ୍କନପତ୍ର ଦାଖଲ...

ପ୍ରାର୍ଥୀପତ୍ର ଦାଖଲ କଲେ ପ୍ରଦୀପ ପୁରୋହିତ

ବରଗଡ଼,୧।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଲୋକ ସଭା ଆସନ ପାଇଁ ନିର୍ବାଚନ ମଇଦାନକୁ ଓହ୍ଲାଇଥିବା ଭାଜପା ପ୍ରାର୍ଥୀ ପ୍ରଦୀପ ପୁରୋହିତ ବୁଧବାର ନାମାଙ୍କନ ଦାଖଲ କରିଛନ୍ତି ।...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ସାଲୁଗା ପ୍ରଧାନ

ଜି.ଉଦୟଗିରି,୧।୫(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି. ଉଦୟଗିରି ବିଧାନସଭା ନିର୍ବାଚନମଣ୍ଡଳୀର ବିଜୁ ଜନତା ଦଳର ପ୍ରାର୍ଥୀ ଭାବେ ବର୍ତ୍ତମାନର ବିଧାୟକ ସାଲୁଗା ପ୍ରଧାନ ନାମାଙ୍କନପତ୍ର ଦାଖଲ...

ଭୁବନେଶ୍ୱର ବିମାନବନ୍ଦରରେ ଭିସ୍ତାରା ବିମାନର ଜରୁରୀ ଅବତରଣ, ନୂଆଦିଲ୍ଲୀ ଅଭିମୁଖେ ଯାଉଥିବା ବେଳେ…

ଭୁବନେଶ୍ୱର,୧।୫: ଭୁବନେଶ୍ୱର ବିମାନବନ୍ଦରରେ ଜରୁରୀ ଅବତରଣ କରିଛି ଭିସ୍ତାରାର ଏକ ବିମାନ। କୁଆପଥର ମାଡ଼ ଯୋଗୁ ବିମାନର ଓ୍ବିଣ୍ଡ ସିଲ୍‌ ଭାଙ୍ଗିଯାଇଥିଲା। ଏଣୁ ଟେକ୍‌ଅପ୍‌ କରିବାର...

ଖଲ୍ଲିକୋଟ ଆସନ ଲାଗି ବିଜେଡିରୁ ହଟିଲା ସସ୍‌ପେନ୍ସ: ସୂର୍ଯ୍ୟମଣିଙ୍କୁ ମିଳିଲା ଟିକେଟ

ପୁରୁଷୋତ୍ତମପୁର,୧।୫(ସୀମାଞ୍ଚଳ ମିଶ୍ର): ମେ’ ୨୦ରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବ। ଏହି ପରିପ୍ରେକ୍ଷୀରେ ନିର୍ବାଚନ ଲାଗି ନାମାଙ୍କନ ପ୍ରକ୍ରିୟା ଶେଷ ହେବାକୁ ଆଉ ମାତ୍ର ୨ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri