ସଂସ୍କୃତି, ଆଧୁନିକତାରେ ସମୃଦ୍ଧ ହେବ ଗାଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪ା୧୦(ଅନିଲ ଦାସ): ରାଜ୍ୟ ସରକାରଙ୍କ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ଅଭିଯାନ ଆରମ୍ଭ ହୋଇଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଭୁବନେଶ୍ବରରୁ ଆଭାସି ଯୋଗେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଦ୍ବିତୀୟ ଦିବସରେ ପୁରୀ ଓ ନୟାଗଡ଼ ଜିଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି। ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା। ଏଥିପାଇଁ ପୁରୀ ଜିଲାର ୬ଟି ନିର୍ବାଚନମଣ୍ଡଳୀକୁ ୧୩୪ କୋଟି ଟଙ୍କା ମିଳିଛି। ଏଥିରେ ୪୧୩୦ଟି ପ୍ରକଳ୍ପ ହେବ। ସେହିପରି ନୟାଗଡ଼ ଜିଲାର ୪ଟି ନିର୍ବାଚନମଣ୍ଡଳୀ ପାଇଁ ୯୭ କୋଟି ଟଙ୍କା ପ୍ରଦାନ କରାଯାଇଛି। ଏଥିରେ ୨୯୨୪ଟି ପ୍ରକଳ୍ପ କାର୍ଯ୍ୟକାରୀ ହେବ।
ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହି ଯୋଜନାରେ ସଂସ୍କୃତି ସହିତ ଆଧୁନିକତାର ସମନ୍ବୟ ହେବ। ଏହି ସମନ୍ବୟରେ ଗାଁ ଗାଁରେ ଆସିବ ସମୃଦ୍ଧି। ଏହା ହେଉଛି ଏକବିଂଶ ଶତାଦ୍ଦୀର ଓଡ଼ିଶା ପାଇଁ ଆମର ସଂକଳ୍ପ। ଓଡ଼ିଶା ହେଉଛି ଜଗନ୍ନାଥଙ୍କ ଭୂମି। ବିଶ୍ବ ପ୍ରେମ, ଶାନ୍ତି, ସଦଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା। ଜାତି, ଧର୍ମ, ସମ୍ପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧରମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀଗୁଡ଼ିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ। ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ। ବିଜ୍ଞାନ ପାର୍କ ହେବ। ଦକ୍ଷତା ବିକାଶ କେନ୍ଦ୍ର ହେବ। ଓ୍ବାର୍କସ ହବ୍‌ ହେବ। ବ୍ୟାଙ୍କିଙ୍ଗ୍‌ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ସ୍କୁଲଗୁଡ଼ିକ ମଧ୍ୟ ସାମିଲ ହେବ। ଏହା ଆମ ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀଭାଇ ଭଉଣୀମାନଙ୍କ ପାଇଁ ଓ ଛାତ୍ରୀଛାତ୍ରମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ। ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡ଼ିଶାର ପରିଚୟକୁ ଆହୁରି ଉଜ୍ଜ୍ୱଳ କରିବ। ଏହି ନୂଆ ଓଡ଼ିଶାରେ ଆମର ଭିତ୍ତିଭୂମି ସୁଦୃଢ଼ ହେବା ସହ ଆକାଂକ୍ଷୀ ଓଡ଼ିଶା ପରିକଳ୍ପନା ସାକାର ରୂପ ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୁରୀର ୬ଟି ନିର୍ବାଚନମଣ୍ଡଳୀ ଓ ନୟାଗଡ଼ର ୪ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ୫-ଟି ସଚିବ ଭି.କେ. ପାଣ୍ଡିଆନ ଏହି କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ।
ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ଅଶୋକ ଚନ୍ଦ୍ର ପଣ୍ଡା, ତୁଷାରକାନ୍ତି ବେହେରା, ବିଧାୟକ ସମୀର ରଞ୍ଜନ ଦାଶ, ରୁଦ୍ରପ୍ରତାପ ମହାରଥୀ, ଉମାକାନ୍ତ ସାମନ୍ତରାୟ, ଜିଲା ପରିଷଦ ସଭାପତି, ସଦସ୍ୟଗଣ, ସ୍ଥାନୀୟ ସରପଞ୍ଚ ପ୍ରମୁଖ ଆଭାସି ମାଧ୍ୟମରେ ଆଲୋଚନାରେ ଭାଗନେଇ ଗାଁ ଗାଁରେ ବିକାଶର ନୂଆ ଯୁଗ ଆସିଛି ବୋଲି ମତପ୍ରକାଶ କରିଥିଲେ। ନୟାଗଡ଼ ଜିଲା କାର୍ଯ୍ୟକ୍ରମରେ ବିଧାୟକ ସତ୍ୟ ନାରାୟଣ ପ୍ରଧାନ, ରମେଶ ଚନ୍ଦ୍ର ବେହେରା ଏବଂ ଅରୁଣ କୁମାର ସାହୁଙ୍କ ସମେତ ଜିଲା ପରିଷଦ ଅଧ୍ୟକ୍ଷ, ବ୍ଲକ ଅଧ୍ୟକ୍ଷ ଓ ସରପଞ୍ଚମାନେ ଯୋଗଦେଇ ମତାମତ ରଖିଥିଲେ। ୫-ଟି ସଚିବଙ୍କ ଗସ୍ତ ଯୋଗୁ ଜିଲାସ୍ତରରେ ବିକାଶ ତ୍ୱରାନ୍ବିତ ହେବା ସହିତ ଅନେକ ଦିନରୁ ପଡ଼ିରହିଥିବା ସମସ୍ୟାଗୁଡିକ ମଧ୍ୟ ଦୂର ହୋଇଛି ବୋଲି ସେମାନେ କହିଥିଲେ। ତାଙ୍କ ଗସ୍ତ ପରେ ମୁଖ୍ୟମନ୍ତ୍ରୀ ବିଭିନ୍ନ ଅଞ୍ଚଳ ପାଇଁ ଯେଉଁ ପ୍ରକଳ୍ପସବୁ ମଞ୍ଜୁର କରିଛନ୍ତି, ସେ ସମ୍ପର୍କରେ ପାଣ୍ଡିଆନ ସୂଚନା ଦେଇଥିଲେ। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମରେ ଲୋକଙ୍କ ପ୍ରସ୍ତାବିତ ପ୍ରକଳ୍ପ ଓ ଆବଶ୍ୟକତାକୁ ଦେଖି ମୁଖ୍ୟମନ୍ତ୍ରୀ ଅର୍ଥ ମଞ୍ଜୁର କରିଛନ୍ତି। କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପରିକ୍ରମା ପ୍ରକଳ୍ପ, ଲିଙ୍ଗରାଜ ମନ୍ଦିର ଏକାମ୍ର ପ୍ରକଳ୍ପ, ତାଳଦଣ୍ଡା କେନାଲ ଆଦି ପ୍ରମୁଖ ରୂପାନ୍ତର କାର୍ଯ୍ୟକ୍ରମର ଭିଡିଓ ପ୍ରଦର୍ଶିତ ହୋଇଛି। ଏହି ରୂପାନ୍ତର ନବୀନ ଓଡ଼ିଶାର ଗୋଟିଏ ଗୋଟିଏ ନମୁନା ବୋଲି ୫-ଟି ସଚିବ କହିଛନ୍ତି। ଏହାକୁ ସମସ୍ତେ ସ୍ବଚ୍ଛତାର ସହ ଓ ଠିକ୍‌ ସମୟରେ ଶେଷ କରିବାକୁ ସେ ପରାମର୍ଶ ଦେଇଛନ୍ତି। କାର୍ଯ୍ୟକ୍ରମରେ ଉଭୟ ଜିଲାର ଜିଲାପାଳ ଧନ୍ୟବାଦ ଅର୍ପଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?