ନିମ୍ନମାନର ରାସ୍ତା କାମକୁ ପୁଣି ବିରୋଧକଲେ ଗ୍ରାମବାସୀ

ଦଶମନ୍ତପୁର,୧୦ା୧୨ (ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁରରେ ନିମ୍ନମାନର ରାସ୍ତା ନିର୍ମାଣକୁ ମୁର୍କାର ପଞ୍ଚାୟତ ଗାଦିଖାଲ ଗ୍ରାମବାସୀ ବିରୋଧ କରିଛନ୍ତି। ଦଶମନ୍ତପୁର ପଞ୍ଚାୟତ ବାଣୁଆଗୁଡା ପିଡବ୍ଲ୍ୟୁଡି ରାସ୍ତାରୁ ମୁଣ୍ଡାଝୋଲା ପର୍ଯ୍ୟନ୍ତ ରାସ୍ତା ନିର୍ମାଣରେ ଅନିୟମିତତା ହୋଇଛି। ୭ କି.ମି. ଦୂରତା ବିଶିଷ୍ଟ ଏହି ରାସ୍ତାରେ ବାଣୁଆଗୁଡା, ଗାଦିଖାଲ, ଡୁଡିଝୋଲା, ମୁଣ୍ଡାଝୋଲା, ମୁର୍କାର ପଞ୍ଚାୟତର ଲୋକେ ନିର୍ଭର କରନ୍ତି। ବହୁ ଦାବି ପରେ ସରକାର ଏହି ଗ୍ରାମକୁ ପକ୍କା ରାସ୍ତା ନିର୍ମାଣ ଲାଗି ୫ କୋଟି ୨୮ ଲକ୍ଷ ୨୯ ହଜାର ୫୭୩ ଟଙ୍କା ମଞ୍ଜୁର କରିଥିଲେ। ଏହି କାର୍ଯ୍ୟକୁ ଗୁପ୍ତେଶ୍ୱର କନଷ୍ଟ୍ରକ୍ସନ କରୁଥିବା ବେଳେ ଗ୍ରାମ୍ୟ ଉନ୍ନୟନ ବିଭାଗ ତଦାରଖ ଦାୟିତ୍ୱରେ ଥିଲା। ତେବେ ନିମ୍ନମାନର କାର୍ଯ୍ୟ ଯୋଗୁ ରାସ୍ତାରୁ ପିଚୁ ଉଠିଗଲାଣି। ଶୁଖିଲା ଚିପିସ ଉପରେ ଅଳ୍ପ ପିଚୁ ଦେଇ କାମ ହୋଇଛି। ପ୍ରଥମେ ଭଲ କାର୍ଯ୍ୟ ହେଉଥିବା ବେଳେ ପରବର୍ତ୍ତୀ ସମୟରେ ନିମ୍ନମାନର କାର୍ଯ୍ୟ ହୋଇଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହାର ତଦନ୍ତ ପାଇଁ ଦାୟିତ୍ୱରେ ଥିବା ଅଧିକାରୀ ନ ଆସିବା ଯାଏ ଆମେ କାମ କରାଇ ଦେବୁନାହିଁ ବୋଲି ଏମ୍‌ପି ପ୍ରତିନିଧି ରାଜେନ୍ଦ୍ର ହୁଇକାଙ୍କ ସମେତ ଗ୍ରାମବାସୀ ପ୍ରକାଶ କରିଛନ୍ତି। ଏସମ୍ପର୍କରେ ବିଭାଗୀୟ କନିଷ୍ଠ ଯନ୍ତ୍ରୀ କେଦାର ଦାଶଙ୍କୁ ପଚାରିବାରୁ ସେ କହିଲେ, ବର୍ତ୍ତମାନ ସରକାରଙ୍କ ପକ୍ଷରୁ ରାସ୍ତା ନିର୍ମାଣ ନେଇ କେତୋଟି ନିୟମ ଆସିଛି। ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ନିର୍ମାଣ ହେଉଥିବା ରାସ୍ତାରେ ପ୍ରଥମେ ଫାଇମର ତେଲ ଦେଲା ପରେ ଶୁଖିଲା ଚିପିସ ଉପରେ ପିଚୁ ଢଳାଯିବ। ଭଜା ପିଚୁ ଦେଇ ରୋଲର୍‌ ମଡାଯିବ ବୋଲି ସେ କହିଛନ୍ତି। ତେବେ କିଛି ସମୟ ପରେ ଠିକାଦାର ଗ୍ରାମବାସୀ ସହ ଆଲୋଚନା କରି ପୁଣି କାର୍ଯ୍ୟ ଆରମ୍ଭ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଛୁଳୁଛି ସମୁଦ୍ର, ପୃଥିବୀ ଆଡକୁ ମାଡି ଆସୁଛି ବଡ଼ ‘ବିପର୍ଯ୍ୟୟ’? ବର୍ଷା-ବନ୍ୟା ଦେଉଛି ବିପଦର ବଡ଼ ସଙ୍କେତ

ନୂଆଦିଲ୍ଲୀ,୨୫।୮: ବିଶ୍ୱ ପାଣିପାଗ ଧାରାରେ ଦ୍ରୁତ ପରିବର୍ତ୍ତନ ହେଉଛି। କିଛି ଅଞ୍ଚଳ ପ୍ରବଳ ଗରମ ଅନୁଭବ କରୁଥିବା ବେଳେ, ଅନ୍ୟ ଅଞ୍ଚଳରେ ଅଳ୍ପ ସମୟ ମଧ୍ୟରେ ଏତେ…

୫୦ କିଲୋ ପିଆଜ କିଣିଲେ ଉଠାଇନେବ ପୋଲିସ! ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୨୫।୮: ସାରା ଦେଶରେ ପିଆଜ ଦରରେ ଦ୍ରୁତ ବୃଦ୍ଧି ଦେଖିବାକୁ ମିଳିଛି। ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ପିଆଜ ଦର ପ୍ରାୟ ୧୭ ପ୍ରତିଶତ ବଢ଼ିଛି। ଅନେକ…

ବିଧିର ବିଚିତ୍ର ବିଧାନ: ରାତିରେ ଶୋଇଥିଲେ ଅଜା- ନାତି ସକାଳକୁ ଦେଖିଲାବେଳକୁ ….

ବଣାଇଁ, ୨୫।୮ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ଟିକାୟତପାଲୀ ଥାନା ଅନ୍ତର୍ଗତ ତିଲେଇମାଳ ଗ୍ରାମରେ ବିଷାକ୍ତ ସାପ କାମୁଡ଼ାରେ ଅଜା ଓ ନାତିଙ୍କ ମୃତ୍ୟୁ ଘଟିଛି। ଏହି…

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri