ଗ୍ରାମବାସୀ, ସରପଞ୍ଚ କଲେ ରାଜ୍ୟ ରାଜପଥ ମରାମତି

ସଜନାଗଡ଼, ୨୭ା୪(ଡି.ଏନ.ଏ.) – ବାଲେଶ୍ୱର ଜିଲାରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ନୀଳଗିରିରୁ ଝରଣଘାଟି ପର୍ଯ୍ୟନ୍ତ ରାସ୍ତାର କିଛି କିଛି ସ୍ଥାନରେ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଫେଲ୍‌ ମାରିଲା ପୂର୍ତ୍ତବିଭାଗ। ଶେଷରେ ରାଜ୍ୟ ରାଜପଥକୁ ପ୍ରାଖ ଗ୍ରାମବାସୀ ଓ ସରପଞ୍ଚ ମିଶି ମରାମତି କରିଛନ୍ତି। ପ୍ରତିଦିନ ଉକ୍ତ ରାସ୍ତାରେ ଶହ ଶହ ଭାରିଯାନ, ଯାତ୍ରୀବାହୀ ଯାନ, ଆମ୍ବୁଲାନ୍ସ, ସ୍କୁଲଗାଡ଼ି ଯାତାୟାତ କରିଥାନ୍ତି। ରାସ୍ତାର ବିଭିନ୍ନ ସ୍ଥାନରେ ପିଚୁ ଉଠିଯାଇ ଗାତ ହୋଇଯାଇଥିବା ବେଳେ ଏଥିରେ ପିଟି ହୋଇ ବାଇକ୍‌ ଓ ସାଇକେଲ ଆରୋହୀ ବାରମ୍ବାର ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ନୀଳଗିରି ପୂର୍ତ୍ତ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଶେଷରେ ସଜନାଗଡ଼ ପଞ୍ଚାୟତ ଭାଲୁକାଶୁଣୀ ଗ୍ରାମର କେତେଜଣ ବାସିନ୍ଦା ଓ ନବନିର୍ବାଚିତ ସରପଞ୍ଚ ପ୍ରଦୀପ କୁମାର ଖାଲପାଳିଆ ରାଜ୍ୟ ରାଜପଥର ଭାଲୁକାଶୁଣି ଛକଠାରେ ବିଭିନ୍ନ ସ୍ଥାନରେ ମାଟି ଗୋଡ଼ି ପକାଇ ମରାମତି କରିଛନ୍ତି। ଯୁବ ସରପଞ୍ଚଙ୍କ ଏଭଳି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri