ଗ୍ରାମବାସୀ, ସରପଞ୍ଚ କଲେ ରାଜ୍ୟ ରାଜପଥ ମରାମତି

ସଜନାଗଡ଼, ୨୭ା୪(ଡି.ଏନ.ଏ.) – ବାଲେଶ୍ୱର ଜିଲାରୁ ମୟୂରଭଞ୍ଜ ଜିଲାକୁ ସଂଯୋଗ କରୁଥିବା ୧୯ନଂ. ରାଜ୍ୟ ରାଜପଥ ନୀଳଗିରିରୁ ଝରଣଘାଟି ପର୍ଯ୍ୟନ୍ତ ରାସ୍ତାର କିଛି କିଛି ସ୍ଥାନରେ ଅବସ୍ଥା ଶୋଚନୀୟ ହୋଇପଡ଼ିଛି। ବାରମ୍ବାର ବିଭାଗୀୟ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ମିଳିଲାନି। ଫେଲ୍‌ ମାରିଲା ପୂର୍ତ୍ତବିଭାଗ। ଶେଷରେ ରାଜ୍ୟ ରାଜପଥକୁ ପ୍ରାଖ ଗ୍ରାମବାସୀ ଓ ସରପଞ୍ଚ ମିଶି ମରାମତି କରିଛନ୍ତି। ପ୍ରତିଦିନ ଉକ୍ତ ରାସ୍ତାରେ ଶହ ଶହ ଭାରିଯାନ, ଯାତ୍ରୀବାହୀ ଯାନ, ଆମ୍ବୁଲାନ୍ସ, ସ୍କୁଲଗାଡ଼ି ଯାତାୟାତ କରିଥାନ୍ତି। ରାସ୍ତାର ବିଭିନ୍ନ ସ୍ଥାନରେ ପିଚୁ ଉଠିଯାଇ ଗାତ ହୋଇଯାଇଥିବା ବେଳେ ଏଥିରେ ପିଟି ହୋଇ ବାଇକ୍‌ ଓ ସାଇକେଲ ଆରୋହୀ ବାରମ୍ବାର ଦୁର୍ଘଟଣାର ସମ୍ମୁଖୀନ ହେଉଛନ୍ତି। ନୀଳଗିରି ପୂର୍ତ୍ତ ବିଭାଗ ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନ ଥିବା ବାରମ୍ବାର ଅଭିଯୋଗ ସତ୍ତ୍ୱେ କୌଣସି ପଦକ୍ଷେପ ଗ୍ରହଣ କରାଯାଇ ନ ଥିଲା। ଶେଷରେ ସଜନାଗଡ଼ ପଞ୍ଚାୟତ ଭାଲୁକାଶୁଣୀ ଗ୍ରାମର କେତେଜଣ ବାସିନ୍ଦା ଓ ନବନିର୍ବାଚିତ ସରପଞ୍ଚ ପ୍ରଦୀପ କୁମାର ଖାଲପାଳିଆ ରାଜ୍ୟ ରାଜପଥର ଭାଲୁକାଶୁଣି ଛକଠାରେ ବିଭିନ୍ନ ସ୍ଥାନରେ ମାଟି ଗୋଡ଼ି ପକାଇ ମରାମତି କରିଛନ୍ତି। ଯୁବ ସରପଞ୍ଚଙ୍କ ଏଭଳି ପଦକ୍ଷେପକୁ ସାଧାରଣରେ ପ୍ରଶଂସା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

ନିଜ ଦେହରେ କିରୋସିନ ନିଆଁ ଲଗାଇ ଦେଲେ ମହିଳା, ରକ୍ଷା କରିବାକୁ ଯାଇ ସ୍ବାମୀ ଗୁରୁତର

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା କାଠକଟା ଗାଁରେ ବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପରିବାରିକ କଳହରୁ ଜଣେ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

ଭାଜପାରୁ ପ୍ରାର୍ଥୀ ହେବେ ସୌମ୍ୟରଞ୍ଜନ!

ଘସିପୁରା(ନିରଞ୍ଜନ ସାହୁ)/ରାମଚନ୍ଦ୍ରପୁର (ଗଣେଶ୍ୱର ସା),୨୫।୪: କେନ୍ଦୁଝର ଜିଲା ଘଷିପୁରା ବିଧାନସଭା ନିର୍ବାଚନମଣ୍ଡଳୀରେ ବିଜେଡି ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ବଦ୍ରି ନାରାୟଣ ପାତ୍ରଙ୍କୁ ପ୍ରାର୍ଥୀ କରିଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri