କାଦୁଅ ପଚପଚରେ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ, ବିନା ସୂଚନାଫଳକକୁ ନେଇ ତାତିଲେ ଗ୍ରାମବାସୀ

କେସିଙ୍ଗା,୩୦ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ତୁର୍ଳାଖମାନ ଗ୍ରାମରେ ଲୋକଙ୍କ ସ୍ବାସ୍ଥ୍ୟ ସୁଦୃଢ଼ କରିବା ପାଇଁ ଲୋକ ସଭା ଏମ୍‌ପି ସୁଜିତ କୁମାର ଏକ ଖୋଲା ଜିମ୍‌ କେନ୍ଦ୍ର ନିର୍ମାଣ ପାଇଁ ଆଇଟିଡିଏ ଭବାନୀପାଟଣାକୁ ଦାୟିତ୍ୱ ଦେଇଛନ୍ତି। କିନ୍ତୁ ଏହି ଜିମ୍‌ କେନ୍ଦ୍ର ନିର୍ମାଣ ପାଇଁ ଗତ ବୁଧବାର ଗାଡ଼ିରେ ଜିମ୍‌ କେନ୍ଦ୍ର ଆବଶ୍ୟକ ସାମଗ୍ରୀ ଆଣି ବର୍ଷା ହେବା ସତ୍ତ୍ୱେ ତରବରିଆ ଭାବେ କାଦୁଅରେ ସରଞ୍ଜାମ ସ୍ଥାପନ କରି ଶ୍ରମିକମାନେ ଚାଲିଗଲେ। ଗାଁ ଲୋକଙ୍କ ଅଭିଯୋଗ ପାଇ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁ ଜିମ୍‌ କେନ୍ଦ୍ରକୁ ଗୁରୁବାର ପରିଦର୍ଶନ କରି ନିର୍ମାଣ କରୁଥିବା ଶ୍ରମିକଙ୍କୁ ଠିକ୍‌ ଭାବେ କାମ କରିବାକୁ ଦାଗିଦ୍‌ କରିଥିଲେ। କିନ୍ତୁ ପରିତାପର ବିଷୟ ଲୋକଙ୍କ ସୁବିଧା ଦୃଷ୍ଟିରୁ ଜିମ୍‌ କେନ୍ଦ୍ର ନିର୍ମାଣ ପାଇଁ ଲକ୍ଷଲକ୍ଷ ଟଙ୍କା ମଞ୍ଜୁର ହେଉଥିଲେ ସୁଦ୍ଧା ଅତି ନିମ୍ନମାନର ମିଥ୍ୟା ବିଲ୍‌ ଭାଉଚର କରି ଆଇଟିଡିଏର ଯନ୍ତ୍ରୀ ଓ ଠିକାଦାରଙ୍କ ମଧୁଚନ୍ଦ୍ରିକାରେ ହରିଲୁଟ୍‌ କରିବାର ଏଥିରୁ ସ୍ପଷ୍ଟ ଦେଖା ଯାଉଛି। ବିନାସୂଚନା ଫଳକରେ ଲକ୍ଷଲକ୍ଷ ଟଙ୍କାର କାମ କେମିତି କରାଯାଉଛି ବୋଲି ଗ୍ରାମବାସୀ ପ୍ରଶ୍ନ କରିଛନ୍ତି। ଜିମ୍‌ ପରିସରରେ କଂକ୍ରିଟ କରି ଜିମ୍‌ରେ ବ୍ୟବହୃତ ସାମଗ୍ରୀ ବ୍ୟବହାର କରିବା କଥା। କିନ୍ତୁ କାଦୁଅ ଏବଂ ବର୍ଷା ଜଳ ଯେଉଁଥି ଭର୍ତ୍ତି ହୋଇଛି, ସେଠାରେ ଜିମ କେନ୍ଦ୍ର ନିର୍ମାଣକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି।

ଏ ସଂକ୍ରାନ୍ତରେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ ଆମ ଡିପାର୍ଟମେଣ୍ଟର କାମ ନୁହେଁ, କାମ କରୁଥିବା ଶ୍ରମିକଙ୍କୁ ଠିକ୍‌ ଭାବେ କାମ କରିବାକୁ ନିର୍ଦ୍ଦେଶ ଦେଇଛି ବୋଲି ପ୍ରକାଶ କରିଥିଲେ। ଏ ନେଇ ଆଇଟିଡିଏର ଯନ୍ତ୍ରୀଙ୍କୁ ପଚାରିବାରୁ ମୁଁ ତଦନ୍ତ କରିବି ବୋଲି ପ୍ରକାଶ କରିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟୁତ୍‌ ଖୁଣ୍ଟ ଉପରେ ୫ ଦିନ ହେଲା ପଡ଼ିଛି ଗଛ, ହଟାଇବାର ନାଁ ଧରୁନି ବିଭାଗ, ଆନ୍ଦୋଳନ ପାଇଁ…

ଦାରିଙ୍ଗବାଡ଼ି,୩୦ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ତିଲୋରୀ ପଞ୍ଚାୟତର ଦୁର୍ଗମ ଗ୍ରାମ ପାଙ୍ଗାଲିଠାରୁ ଗଣ୍ଡିଗୁଡ଼ାକୁ ସଂଯୋଗ କରୁଥିବା ୧୧ କେଭି ବିଦ୍ୟୁତ ଖୁଣ୍ଟ ପାଙ୍ଗାଲି ନିକଟ…

ହେଲିକପ୍ଟର ଯୋଗେ ବନ୍ୟା ସ୍ଥିତିର ସମୀକ୍ଷା କଲେ ମନ୍ତ୍ରୀ

ଭୁବନେଶ୍ୱର,୩୦।୭: ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଯାଜପୁର, ଭଦ୍ରକ, ବାଲେଶ୍ୱର ଏବଂ କେନ୍ଦୁଝର ଜିଲାର ବନ୍ୟାଞ୍ଚଳ ଓ ଜଳବନ୍ଦୀ ଅଞ୍ଚଳ ଆକାଶମାର୍ଗରୁ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ AAPର ବିକ୍ଷୋଭ ପ୍ରଦର୍ଶନ, ଜିଲାପାଳଙ୍କୁ ଦେଲେ ଏହି ଦାବିପତ୍ର

ଛତ୍ରପୁର,୩୦।୭(ଦିଲ୍ଲୀପ ସାମଲ/ ଦ୍ଵାରିକା ପଟନାୟକ): ଗଞ୍ଜାମ ଜିଲାପାଳଙ୍କ ଅଫିସ ଆଗରେ ଆମ ଆଦମୀ ପାର୍ଟୀର ନେତାମାନେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି । ସାନଖେମୁଣ୍ଡି ପଞ୍ଚାୟତ ସମିତି ଅନ୍ତର୍ଗତ…

୬ ମାସ ହେଲା ହୋଇନି ଛତ୍ରପୁର ପଞ୍ଚାୟତ ସମିତି ବୈଠକ, ବ୍ଲକ ଅଧ୍ୟକ୍ଷା ଜିଲାପାଳଙ୍କୁ ଭେଟି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପଞ୍ଚାୟତ ସମିତିର ବୈଠକ ତୁରନ୍ତ କରିବାକୁ ଗୁରୁବାର ବ୍ଲକ ଅଧ୍ୟକ୍ଷା କିରନ କୁମାରୀ ଦାସ ଗଞ୍ଜାମ ଜିଲାପାଳଙ୍କୁ ଭେଟି…

ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡଲ; ଗ୍ରୀନ କରିଡ଼ରରେ ୮୦ କିମି ଗଲେ, ଓଡ଼ିଶାରେ ପ୍ରଥମ

କୃଷ୍ଣପ୍ରସାଦ,୩୦।୭(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ପଥରକଟା ଗାଁରୁ ଏକ ଛାତିଥରା ଦୃଶ୍ୟ ସାମ୍ନାକୁ ଆସିଛି । ପ୍ରଭୁଦତ୍ତ ଜେନାଙ୍କ ପାଇଁ ସାଇକେଲ ସାଜିଲା…

ଫସଲ ବୀମା ଅଗଷ୍ଟ ୩୧ ପର୍ଯ୍ୟନ୍ତ ବୃଦ୍ଧି ଦାବି, ଜିଲାପାଳଙ୍କୁ ଦାବିପତ୍ର ପ୍ରଦାନ କରି…

ଛତ୍ରପୁର,୩୦ା୭(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଓଡ଼ିଶା କୃଷକ ସଭା ଗଞ୍ଜାମ ଜିଲା କମିଟି ପକ୍ଷରୁ ଚାଷୀଙ୍କ ହିତ ପାଇଁ ୮ ଦଫା ଦାବି ନେଇ ଗଞ୍ଜାମ ଜିଲାପାଳଙ୍କ ଉଦ୍ଦେଶ୍ୟରେ…

ଭାରତୀୟ ଏମପିଙ୍କ ଠୁ ଏତେ ଅଧିକ ଦରମା ପାଆନ୍ତି ପାକିସ୍ତାନୀ ଏମପି? ଜାଣନ୍ତୁ ସାଲାରୀ-ଭତ୍ତା ସବୁକିଛି…

ନୂଆଦିଲ୍ଲୀ,୩୦।୭: ଆଇନପ୍ରଣେତା ବା ସାଂସଦମାନଙ୍କ ସୁବିଧା ସୁଯୋଗକୁ ତୁଳନା କଲେ ଜଣାପଡ଼େ ଯେ, ପାକିସ୍ତାନୀ ଏବଂ ଭାରତୀୟ ସାଂସଦମାନେ ପ୍ରାୟ ସମାନ ମୂଳ ଦରମା ପାଇଥାନ୍ତି, କିନ୍ତୁ…

‘ଆପଣଙ୍କ ମୁହଁ ଖୋଲୁନାହିଁ, କିଏ ସିଲ୍ କରିଦେଇଛି…’, ଶାହାଙ୍କୁ ଖାର୍ଗେଙ୍କ କଡ଼ା ଟାର୍ଗେଟ

ନୂଆଦିଲ୍ଲୀ,୩୦।୭: ରାଜ୍ୟ ସଭାରେ ପେପର ଲିକ୍ ପ୍ରସଙ୍ଗକୁ ନେଇ ଆଲୋଚନା ସମୟରେ ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri