ପଥୁରିଆ ଗ୍ରାମବାସୀ ପାଣି ପାଇଁ ହନ୍ତସନ୍ତ

ଜେନାପୁର,୧୪ା୪(ଡି.ଏନ.ଏ.): ବିଶୁଦ୍ଧ ପାନୀୟ ଜଳ ପ୍ରତି ଗ୍ରାମକୁ ପହଞ୍ଚାଇବା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାର ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି। ଏଥିରେ ପାନୀୟ ଜଳ ପ୍ରକଳ୍ପ ଓ ସୋଲାର ପାଣି ଟାଙ୍କି ନିର୍ମାଣ କରାଯାଉଛି। ହେଲେ ଏସବୁ ପ୍ରକଳ୍ପ ଥାଇ ମଧ୍ୟ ଲୋକଙ୍କୁ ଠିକ୍‌ରେ ପିଇବା ପାଣି ମିଳି ପାରୁନାହିଁ। ଏପରି ଦୃଶ୍ୟ ଦେଖିବାକୁ ମିଳିଛି ଧର୍ମଶାଳା ବ୍ଲକ ତାଳଜଙ୍ଗ ପଞ୍ଚାୟତ ଅଧୀନ ବଳରାମପୁର ୯ ନମ୍ବର ୱାର୍ଡର ପଥୁରିଆ ସାହି ଗ୍ରାମରେ। ଏଠାରେ ୪-୫ ବର୍ଷ ହେଲା ସୌରଚାଳିତ ପାଣି ପମ୍ପ ଅଚଳ ହୋଇ ପଡ଼ିରହିଛି। ପାହାଡ଼ ପାଦଦେଶରେ ଗାଁ ରହିଥିବାରୁ ଗ୍ରୀଷ୍ମଦିନରେ ନଳକୂପରୁ ପାଣି ବାହାରୁ ନାହିଁ। ଯେତିକି ବାହାରୁଛି ତାହା ସମୁଦ୍ରକୁ ଶଙ୍ଖେ ସଦୃଶ୍ୟ ହୋଇଛି। ଅନ୍ୟ ଏକ ନଳକୂପ ଖୋଳା ଯାଇଥିଲେ ମଧ୍ୟ ତାହା ଅଧାପନ୍ତରିଆ ହୋଇ ରହିଛି। ଏପଟେ ଲକ୍ଷଲକ୍ଷ ଟଙ୍କାର ପ୍ରକଳ୍ପ ଖତ ଖାଇବାକୁ ବସିଲାଣି। ଏହି ଗ୍ରାମରେ ଦୁଇ ଶହରୁ ଅଧିକ ଲୋକ ବସବାସ କରନ୍ତି। ଗ୍ରୀଷ୍ମଦିନରେ ଜଳ ସଙ୍କଟ ଦେଖା ଦେବାରୁ ଗ୍ରାମବାସୀ ଏକ ପୋଖରୀ ଉପରେ ନିର୍ଭର କରୁଛନ୍ତି। ହେଲେ ଉକ୍ତ ଜଳ ବ୍ୟବହାର କରିବା ଦ୍ୱାରା ଲୋକେ ବିଭିନ୍ନ ରୋଗରେ ପୀଡ଼ିତ ହେଉଥିବା ଦେଖିବାକୁ ମିଳୁଛି। ଗ୍ରାମବାସୀ ପାନୀୟ ଜଳ ପ୍ରକଳ୍ପ ମରାମତି ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ତେଣୁ ଉଚ୍ଚ କର୍ତ୍ତୃପକ୍ଷ ତୁରନ୍ତ ଏହା ଉପରେ ପଦକ୍ଷେପ ନେବାକୁ ଦାବି ହୋଇଛି। ଏ ସଂକ୍ରାନ୍ତରେ ବିଭାଗୀୟ ଯନ୍ତ୍ରୀ ରୁଦ୍ରନାରାୟଣ ସେଠୀଙ୍କୁ ପଚାରିବାରୁ ସେ କହିଛନ୍ତି, ସୌରଚାଳିତ ପ୍ରକଳ୍ପ ମରାମତି ପାଇଁ କାରିଗରଙ୍କୁ ଡକାଯାଇଛି। ଖୁବ୍‌ଶୀଘ୍ର ଏହାର ମରାମତି କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ନିଆଁରେ ପୋଡ଼ିଯାଇଥିବା ମହିଳାଙ୍କ ଚାଳିଗଲା ଜୀବନ

ଚିକିଟ,୨୮ା୪(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କ.ନୂଆଗାଁ ଥାନା ଚିକିଟିପେଣ୍ଠସ୍ଥିତ ପଣ୍ଡିତରା ସାହିରେ ଗତ ୧୬ ତାରିଖ ଚୈତ୍ର ମଙ୍ଗଳବାର ମନ୍ଦିର ଦୀପରେ ପୋଡ଼ିଯାଇଥିବା ଜଣେ...

ଆମ୍ବ ଗୋଟାଇବା ପାଇଁ ଯାଇଥିଲେ: ହେଲା ବଜ୍ରପାତ

ଧରାକୋଟ,୨୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ବାହାରପୁର ପଞ୍ଚାୟତ କାଠଗଡା ଗ୍ରାମର ଜଣେ ବୃଦ୍ଧା ବଜ୍ରପାତରେ ଆହତ ହୋଇଛନ୍ତି। ସେ ହେଲେ ଘନ...

ମୋଦି ପ୍ରଧାନମନ୍ତ୍ରୀ ହେବାପରେ ଭାରତ ବଦଳି ଯାଇଛି : ନଡ୍ଡା

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରରେ ରବିବାର ଭାଜପାର ବିଶାଳ ଜନ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଆମ୍ବପୁଆ ବିଜୟ ସଂକଳ୍ପ ସମାବେଶରେ ଭାଜପାରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଉପସ୍ଥିତ ରହି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଓଡ଼ିଶାବାସୀଙ୍କୁ ସତର୍କ କରାଇଲେ ଜେପି ନଡ୍ଡା: କହିଲେ, ହୋଇଯାନ୍ତୁ ସଚେତନ ନଚେତ୍‌…

ବ୍ରହ୍ମପୁର,୨୮।୪: ବ୍ରହ୍ମପୁରର ଆମ୍ବପୁଆଠାରେ ସାଧାରଣ ସଭାରେ ଯୋଗଦେଇ ବିଜେଡି ସରକାର ଉପରେ ବର୍ଷିଛନ୍ତି। ସେ ଓଡ଼ିଶାବାସୀଙ୍କୁ ସତର୍କ କରାଇ କହିଛନ୍ତି, ଏଠାରେ ବାହାର ଲୋକଙ୍କୁ ପ୍ରଶ୍ରୟ...

ବିଜେଡି ସରକାର ବଦଳିବା ଦରକାର: ଆମ୍ବପୁଆରେ ଗର୍ଜିଲେ ନଡ୍ଡା

ବ୍ରହ୍ମପୁର,୨୮।୪: ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ସରଗରମ ହୋଇଛି। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, କଂଗ୍ରେସ, ଭାଜପାର ଷ୍ଟାର ପ୍ରଚାରକ ନିର୍ବାଚନ ମଇଦାନକୁ...

ଜନତାଙ୍କ ପ୍ରଶ୍ନବାଣକୁ ଭୟ କରୁଛନ୍ତି ପ୍ରାର୍ଥୀ

ମୋରଡ଼ା,୨୮।୪(ସ୍ମାରକ ମାଜୀ): ୨୦୦୯ରୁ ମୟୂରଭଞ୍ଜ ଜିଲା ମୋରଡ଼ା ବିଧାନସଭା ଆସନରୁ ବିଜୁ ଜନତା ଦଳ ଜିତି ଆସୁଥିବା ବେଳେ ବର୍ତ୍ତମାନ ରାଜ କିଶୋର ଦାସ ବିଧାୟକ...

ମଧୁବାବୁଙ୍କ ଜୟନ୍ତୀରେ ସ୍ମୃତିଚାରଣ କଲେ ଆଇନଜୀବୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା ଓକିଲ ସଂଘ କେନ୍ଦୁଝରର ସଭାଗୃହରେ ସଂଘର ସଭାପତି ଆଲୋକ ମହାନ୍ତଙ୍କ ଅଧ୍ୟକ୍ଷତାରେ ଉତ୍କଳ ଗୌରବ ମଧୁସୁଦନ ଦାସଙ୍କ ଜୟନ୍ତୀ ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri