ନାଳ ପାଇଁ ସମସ୍ୟା ଭୋଗୁଛନ୍ତି ପଡ଼ାବାସୀ

ନୂଆପଡ଼ା ଅଫିସ,୭।୧୧:କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଏହିସବୁ ଯୋଜନା ଲୋକଙ୍କ ପାଖରେ ପହଞ୍ଚଇବା ପାଇଁ ପଞ୍ଚାୟତରୁ ଜିଲାସ୍ତର ପର୍ଯ୍ୟନ୍ତ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ଅବହେଳା ଯୋଗୁ ସବୁ ଯୋଜନା ଫେଲ ହୋଇଯାଉଛି। ଶିକ୍ଷା, ସ୍ବାସ୍ଥ୍ୟ, ଗମନା ଗମନା ଉପରେ ସରାକାର ଅଧିକ ଗୁରୁତ୍ୱ ଦେଇ ଯୋଜନା ପ୍ରଣୟନ କରୁଥିବା ବେଳେ ତାହା ଉପାନ୍ତ ଆଦିବାସୀ ଅଞ୍ଚଳଗୁଡିକୁ ପହଞ୍ଚତ୍ ପାରୁନାହିଁ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ନୂଆପଡା ସଦର ବ୍ଲକ ଭାନପୁର ପଞ୍ଚାୟତ ଟିକରପଡାବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ୩୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟ ବିଶିଷ୍ଟ ଗାଁରେ ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବାସ କରନ୍ତି। ଗାଁରେ ଅଙ୍ଗନୱାଡି କେନ୍ଦ୍ର ନ ଥିବାରୁ କୁନିକୁନି ପିଲାମାନେ ପ୍ରାକ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ଯେଉଁଠାରୁ ପିଲାଙ୍କ ପ୍ରାକ୍‌ ଶିକ୍ଷା ଆରମ୍ଭ ହୋଇଥାଏ। ତାହା ହେଉ ନାହିଁ କିମ୍ବା ପୁଷ୍ଟିକର ଖାଦ୍ୟ ପାଉନାହାନ୍ତି। ଅପୁଷ୍ଟିକର ରୋଗର ଶିକାର ହେବାର ଆଶଙ୍କା ରହିଛି। ଗାଁକୁ ଯିବା ପାଇଁ ଭଲ ରାସ୍ତା ନାହିଁ। ଯିବା ବାଟରେ ଏକ ନାଳା ପଡେ। ଖରାଦିନେ ଚଳିଯାଏ। ହେଲେ ବର୍ଷାଦିନରେ ନାଳରେ ବହୁତ ପାଣି ବୋହୁଥିବାରୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି ପଡ଼ାବାସୀ। ଏହି ରାସ୍ତା ଦେଇ କୌଣସି ଯାନବାହନ ଯିବା କଷ୍ଟକର। କୌଣସି ଲୋକ ରୋଗରେ ପଡିଲେ, ଖଟିଆରେ କିମ୍ବା ଭାରରେ ବୋହି ନାଳ ପାର କରିବାକୁ ପଡିଥାଏ। ନାଳା ପାର ହେବା ପରେ ଗାଡିରେ ଚିକିତ୍ସାଳୟକୁ ନେଇଥାନ୍ତି। ଏହି ଅସୁବିଧା ଯୋଗୁ ଅନେକ ଜୀବନ ଚାଲି ଗଲାଣି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗାଁରେ ଅନେକ ବୃଦ୍ଧା, ବୃଦ୍ଧ, ଦିବ୍ୟାଙ୍ଗ, ବିଧବା ଥାଇ ମଧ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇରହିଛନ୍ତି। ଗାଁରେ ଅଙ୍ଗନୱାଡି କେନ୍ଦ୍ର, ସବୁ ଦିନିକିଆ ପକ୍କା ରାସ୍ତା, ନାଳ ଉପରେ ପୋଲ ପାଇଁ ବାରମ୍ବାର ଦାବି କରିବା ପରେ ମଧ୍ୟ କୌଣସି ପଦାଧିକାରୀ ଗୁରୁତ୍ୱ ଦେଉନାହାନ୍ତି। ଏଥିପାଇଁ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ହେମାକାନ୍ତ ସାଏଙ୍କୁ ପଚାରିବାରୁ ଆମେ ସରକାରଙ୍କ ସମସ୍ତ ଯୋଜନା ଲୋକ ପାଖକୁ ପହଞ୍ଚାଇବା ପାଇଁ ଚେଷ୍ଟା କରୁଛୁ। ଆଗାମୀ ଦିନରେ ସମସ୍ତ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାନମଣ୍ଡିରେ ବ୍ୟାପକ ଅନିୟମିତତା: ରାସ୍ତାରେ ଧାନ ରଖି ପ୍ରତିବାଦ କଲେ ଚାଷୀ

ପରଜଙ୍ଗ,୩୦ା୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକସ୍ଥିତ ସାଆନ୍ଦା କୃଷି ସମବାୟ ସମିତି କାର୍ଯ୍ୟାଳୟ ଅଧିନରେ ହେଉଥିବା ଧାନମଣ୍ଡିରେ ବ୍ୟାପକ ଅନିୟମିତତା ଅଭିଯୋଗ ହୋଇଛି। ଯେଉଁ ଚାଷୀମାନେ…

‘ଧରିତ୍ରୀ’ ବିରୋଧରେ ଅଭିଯୋଗ ଭିତ୍ତିହୀନ, ମାମଲା ଖାରଜ କଲେ କୋର୍ଟ

ପୁରୀ/ଗୋପ,୩୦ା୩( ଅଜିତ ମହାନ୍ତି/ ଭାରତୀ ଭୂଷଣ ଉପାଧ୍ୟାୟ): ଜାଲ ସାର୍ଟିଫିକେଟ ରାକେଟ ସମ୍ପର୍କିତ ଖବର ପ୍ରକାଶନ ବିରୋଧରେ ଧରିତ୍ରୀ ଏବଂ ଏହାର ଖବରଦାତାଙ୍କ ବିରୋଧରେ ହୋଇଥିବା ଏକ…

ଫୁଲ ତୋଳିବା ହେଲା କାଳ, କୂଅରେ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ନନ୍ଦପୁର,୩୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ବାହିରିପଡ଼ା ଜମି ଭିତରେ ଥିବା ଏକ ପରିତ୍ୟକ୍ତ କୂଅରେ ପଡ଼ି ଜଣେ ବୃଦ୍ଧା ମହିଳାଙ୍କ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଗ୍ୟାସ୍‌ ପାଇଁ ପୁଣି ରାସ୍ତାକୁ ଓହ୍ଲାଇଲେ ଉପଭୋକ୍ତା, କଳାବଜାର ଆଶଙ୍କା କରି…

କେନ୍ଦୁଝର,୩୦ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ରୋଷେଇ ଗ୍ୟାସ ବିତରଣ ସମସ୍ୟା ପ୍ରତିବାଦରେ ସୋମବାର ଗ୍ୟାସ୍‌ ଆଣିବାକୁ ଯାଇଥିବା ଉପଭାକ୍ତା ସିଲିଣ୍ଡର ଧରି ପ୍ରତିବାଦ କରିବା ସହ କେନ୍ଦୁଝର-ଶଙ୍କରପୁର-ବେଲଦା ରାସ୍ତା…

ଉପଜିଲାପାଳଙ୍କ ଅଫିସ ନିକଟରେ ଅଗ୍ନିକାଣ୍ଡ, ୩ ଦୋକାନ ଛାରଖାର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସାଗରପଡ଼ା ଉପଜିଲାପାଳଙ୍କ ଅଫିସ ନିକଟ ଛକରେ ସୋମବାର ଅଗ୍ନିକାଣ୍ଡ ଘଟି ତିନି ଦୋକାନ ଛାରଖାର ହୋଇଯାଇଛି। ଗୋଟିଏ ଟାୟାର ଦୋକାନ ଓ…

ଭଞ୍ଜନଗର କେଭି ପାଇଁ ୭ ପିଜିଟି ଶିକ୍ଷକ ଅନୁମୋଦନ, + ୨ ଖୋଲିବା ନେଇ ଅଧ୍ୟକ୍ଷ…

ଭଞ୍ଜନଗର,୩୦ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ଆଜକୁ ୧୬ ବର୍ଷ ହେବ ସ୍ଥାନୀୟ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅବ୍ୟବହୃତ ହଷ୍ଟେଲ କୋଠାରେ…

ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ

ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍‌ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri