ନାଳ ପାଇଁ ସମସ୍ୟା ଭୋଗୁଛନ୍ତି ପଡ଼ାବାସୀ

ନୂଆପଡ଼ା ଅଫିସ,୭।୧୧:କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରିଛନ୍ତି। ଏହିସବୁ ଯୋଜନା ଲୋକଙ୍କ ପାଖରେ ପହଞ୍ଚଇବା ପାଇଁ ପଞ୍ଚାୟତରୁ ଜିଲାସ୍ତର ପର୍ଯ୍ୟନ୍ତ ଅଧିକାରୀ ଓ କର୍ମଚାରୀ ନିଯୁକ୍ତ ହୋଇଛନ୍ତି। ସେମାନଙ୍କ ଅବହେଳା ଯୋଗୁ ସବୁ ଯୋଜନା ଫେଲ ହୋଇଯାଉଛି। ଶିକ୍ଷା, ସ୍ବାସ୍ଥ୍ୟ, ଗମନା ଗମନା ଉପରେ ସରାକାର ଅଧିକ ଗୁରୁତ୍ୱ ଦେଇ ଯୋଜନା ପ୍ରଣୟନ କରୁଥିବା ବେଳେ ତାହା ଉପାନ୍ତ ଆଦିବାସୀ ଅଞ୍ଚଳଗୁଡିକୁ ପହଞ୍ଚତ୍ ପାରୁନାହିଁ। ସ୍ବାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ନୂଆପଡା ସଦର ବ୍ଲକ ଭାନପୁର ପଞ୍ଚାୟତ ଟିକରପଡାବାସୀ ମୌଳିକ ସୁବିଧାରୁ ବଞ୍ଚତ୍ତ ହେଉଛନ୍ତି। ୩୦୦ରୁ ଊର୍ଦ୍ଧ୍ୱ ଜନସଂଖ୍ୟ ବିଶିଷ୍ଟ ଗାଁରେ ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବାସ କରନ୍ତି। ଗାଁରେ ଅଙ୍ଗନୱାଡି କେନ୍ଦ୍ର ନ ଥିବାରୁ କୁନିକୁନି ପିଲାମାନେ ପ୍ରାକ ଶିକ୍ଷାରୁ ବଞ୍ଚତ୍ତ ହେଉଛନ୍ତି। ଯେଉଁଠାରୁ ପିଲାଙ୍କ ପ୍ରାକ୍‌ ଶିକ୍ଷା ଆରମ୍ଭ ହୋଇଥାଏ। ତାହା ହେଉ ନାହିଁ କିମ୍ବା ପୁଷ୍ଟିକର ଖାଦ୍ୟ ପାଉନାହାନ୍ତି। ଅପୁଷ୍ଟିକର ରୋଗର ଶିକାର ହେବାର ଆଶଙ୍କା ରହିଛି। ଗାଁକୁ ଯିବା ପାଇଁ ଭଲ ରାସ୍ତା ନାହିଁ। ଯିବା ବାଟରେ ଏକ ନାଳା ପଡେ। ଖରାଦିନେ ଚଳିଯାଏ। ହେଲେ ବର୍ଷାଦିନରେ ନାଳରେ ବହୁତ ପାଣି ବୋହୁଥିବାରୁ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି ପଡ଼ାବାସୀ। ଏହି ରାସ୍ତା ଦେଇ କୌଣସି ଯାନବାହନ ଯିବା କଷ୍ଟକର। କୌଣସି ଲୋକ ରୋଗରେ ପଡିଲେ, ଖଟିଆରେ କିମ୍ବା ଭାରରେ ବୋହି ନାଳ ପାର କରିବାକୁ ପଡିଥାଏ। ନାଳା ପାର ହେବା ପରେ ଗାଡିରେ ଚିକିତ୍ସାଳୟକୁ ନେଇଥାନ୍ତି। ଏହି ଅସୁବିଧା ଯୋଗୁ ଅନେକ ଜୀବନ ଚାଲି ଗଲାଣି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଗାଁରେ ଅନେକ ବୃଦ୍ଧା, ବୃଦ୍ଧ, ଦିବ୍ୟାଙ୍ଗ, ବିଧବା ଥାଇ ମଧ୍ୟ ଭତ୍ତା ପାଇବାରୁ ବଞ୍ଚତ୍ତ ହୋଇରହିଛନ୍ତି। ଗାଁରେ ଅଙ୍ଗନୱାଡି କେନ୍ଦ୍ର, ସବୁ ଦିନିକିଆ ପକ୍କା ରାସ୍ତା, ନାଳ ଉପରେ ପୋଲ ପାଇଁ ବାରମ୍ବାର ଦାବି କରିବା ପରେ ମଧ୍ୟ କୌଣସି ପଦାଧିକାରୀ ଗୁରୁତ୍ୱ ଦେଉନାହାନ୍ତି। ଏଥିପାଇଁ ଅସୁବିଧାର ସମ୍ମୁଖିନ ହେବାକୁ ପଡୁଛି ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଜିଲାପାଳ ହେମାକାନ୍ତ ସାଏଙ୍କୁ ପଚାରିବାରୁ ଆମେ ସରକାରଙ୍କ ସମସ୍ତ ଯୋଜନା ଲୋକ ପାଖକୁ ପହଞ୍ଚାଇବା ପାଇଁ ଚେଷ୍ଟା କରୁଛୁ। ଆଗାମୀ ଦିନରେ ସମସ୍ତ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୀମାରେ ଯାଞ୍ଚ: ପିକ୍‌ଅପ୍‌ ଭ୍ୟାନରୁ ୩.୬୯ଲକ୍ଷ ଜବତ

ନୂଆପଡ଼ା,୨୭ା୪ (ମକାରୁ ବେମାଲ): ସାଧାରଣ ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବା ଲକ୍ଷ୍ୟ ନେଇ ପୋଲିସ ପ୍ରଶାସନ, ଅବକାରୀ ଓ ବନ ବିଭାଗ ପକ୍ଷରୁ ଆନ୍ତଃ...

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri