କାମ ନ ପାଇ ଭିଟାମାଟି ଛାଡୁଛନ୍ତି ଗ୍ରାମବାସୀ

ଦଶମନ୍ତପୁର, ୨୭ା୨ ( ଡି.ଏନ.ଏ.):କୋରାପୁଟ ଜିଲ୍ଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଡୁମ୍ବାଗୁଡ଼ା ପଞ୍ଚାୟତ ଭିତରବାଗ୍ରି ଗ୍ରାମରେ ଗ୍ରାମବାସୀ ନିଜ ଅଞ୍ଚଳରେ କୌଣସି କାମ ନ ପାଇ ଶେଷରେ ଭିଟାମାଟି ଛାଡ଼ି ବାହାର ରାଜ୍ୟକୁ ଦାଦନ ଖଟିବାକୁ ଯାଉଥିବା ଦେଖିବାକୁ ମିଳୁଛି। ଏହି ଗ୍ରାମରେ ୩୦ରୁ ଊର୍ଦ୍ଧ୍ୱ ଆଦିବାସୀ ପରିବାର ବସବାସ କରନ୍ତି। ସେମାନଙ୍କ ମୁଖ୍ୟ ଜୀବିକା ପଡୁ ଚାଷ କରି ଚଳିଥାନ୍ତି। ଦୀର୍ଘ ବର୍ଷ ଧରି ଗ୍ରାମରେ ସେମାନଙ୍କୁ କିଛି କାମ ନମିଳିବାରୁ କ୍ରମେ ପରିବାର ଚଳାଇବା ସେମାନଙ୍କ ପକ୍ଷରେ କଷ୍ଟକର ହୋଇପଡିଲା। କେତେକ ଗ୍ରାମବାସୀ ଜଣେ ଠିକାଦାରଙ୍କ ଅଧୀନରେ କିଛି କାର୍ଯ୍ୟ କରି ପାରିଶ୍ରମିକ ପାଇଲେ ନାହିଁ। ଶେଷରେ ସେମାନେ ଭିଟାମାଟି ଛାଡ଼ି ଦାଦନ ଖଟିବାକୁ ଆନ୍ଧ୍ର ପ୍ରଦେଶର ବିଶାଖାପାଟଣାକୁ ଦାଦନ ଖଟିବାକୁ ଯାଇଛନ୍ତି। ଆମକୁ କାମ କରି ପାରିଶ୍ରମିକ ନ ମିଳିବାରୁ ବାଧ୍ୟ ହୋଇ ଗ୍ରାମ ଛାଡିଲୁ ବୋଲି ଗ୍ରାମର ସାଦୁ ସାଉଁନ୍ତା, ଈଶ୍ୱର ମୁଦୁଲି, ଉପେନ୍ଦ୍ର ସାଉଁନ୍ତା, ଲୁକିଆ ଜାନି, ପୂର୍ଣ୍ଣ ସାଉଁନ୍ତା, କାଳିଆ ପରଜା, ଲବି ହିକକା ପ୍ରମୁଖ କହିଛନ୍ତି। ଏଥିପ୍ରତି ଜିଲା ପ୍ରଶାସନ ଦୃଷ୍ଟି ଦେଇ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଧୋଇଗଲା ୨୦ ଫୁଟର ରାସ୍ତା, ଝରିଗାଁ-ଡାବୁଗାଁ ମୁଖ୍ୟ ରାସ୍ତାରେ ଯାତାୟାତ ବନ୍ଦ

ଝରିଗାଁ,୨୩ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁ ଝରିଗାଁ ବ୍ଲକ କୁଟ୍ରିଛାପର ପଞ୍ଚାୟତ ଅନ୍ତର୍ଗତ ଚିକିଲି ନଦୀର ସୁରକ୍ଷା ପାଚେରୀ ସହ…

ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗ: ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ବଞ୍ଚୋ,୨୩ା୮(ପ୍ରଦୋଷ ବିଶ୍ୱାଳ): ଜଣେ ନାବାଳିକାଙ୍କୁ ବଳାତ୍କାର କରି ଗର୍ଭବତୀ କରିଥିବା ଅଭିଯୋଗରେ ରାମଚନ୍ଦ୍ରପୁର ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି ପୋକ୍ସୋ କୋର୍ଟକୁ ପଠାଇଛି। ଏନେଇ ରାମଚନ୍ଦ୍ରପୁର…

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri