ନଦୀ ପାର୍‌ ପାଇଁ ସାହାରା ପାଲଟିଛି ଦୌଡି: ବିପଦସଙ୍କୁଳ ଅବସ୍ଥାରେ ଯାଉଛନ୍ତି ଗ୍ରାମବାସୀ

ମୋହନା, ୨୮।୮( ମନ୍ମଥ ମିଶ୍ର ): ନଦୀ ପାର ପାଇଁ ଦୌଡି ହିଁ ପାଲଟିଛି ଗ୍ରାମବାସୀଙ୍କ ସାହା ଭରସା । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଚାନ୍ଦିପୁଟ ଗ୍ରାମ ପଞ୍ଚାୟତ ବାଙ୍କୀଝୋଳା ଗାଁରେ। କିଛିଦିନ ହେବ ଲଗାଣ ବର୍ଷା ଯୋଗୁ ଏହି ନଦୀରେ ଜଳ ବୃଦ୍ଧି ପାଇବା ପରେ ବାଙ୍କଝୋଳା, ଚଡିଆପଦା ଓ ଜକରାପଲି ଗ୍ରାମବାସୀ ଏହି ଦୌଡି ସହାୟତାରେ ସ୍କୁଲ କଲେଜ , ପଞ୍ଚାୟତ , ମେଡ଼ିକାଲ ଓ ଦୈନିକ ହାଟ ବଜାର ଏହିଭଳି ବିପଦସଙ୍କୁଳ ଅବସ୍ଥାରେ ପାର୍‌ ହେଉଛନ୍ତି । ବର୍ଷା ଋତୁରେ ଏହି ଦୌଡି ହିଁ ତିନିଖଣ୍ଡ ଗ୍ରାମବାସୀଙ୍କ ପାଇଁ ସାହା ଭାରସା ପଲଟି ଯାଉଛି। ସମସ୍ୟା ନେଇ ନେଇ ବାରମ୍ବାର ଜିଲା ପ୍ରଶାସନ ସହ ବ୍ଲକ ପ୍ରଶାସନକୁ ଅଭିଯୋଗ କରି ଆସୁଥିଲେ ମଧ୍ୟ କୌଣସି ସମାଧାନ ହୋଇ ପାରିନି। ଏ ନେଇ ଜିଲାପାଳ କହିଛନ୍ତି, ଗ୍ରାମ ଉନ୍ନୟନ ବିଭାଗ ଓ ବିଡ଼ିଓଙ୍କୁ ତଦନ୍ତ କରି ରିପୋର୍ଟ ଦେବା ପରେ କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧରେ ପାକିସ୍ତାନର ଏଣ୍ଟ୍ରି? ପାକ୍‌ ସହ ହାତ ମିଳାଇଲା ଭାରତର ବନ୍ଧୁରାଷ୍ଟ୍ର, ବିଶ୍ୱରେ ଚହଳ…

ଇସଲାମବାଦ,୭।୩: ଆଜି ମଧ୍ୟପ୍ରାଚ୍ୟରେ ଯୁଦ୍ଧର ଅଷ୍ଟମ ଦିନ। ଏପର୍ଯ୍ୟନ୍ତ ଆମେରିକା, ଇରାନ ଏବଂ ଇସ୍ରାଏଲ ହଜାର ହଜାର କ୍ଷେପଣାସ୍ତ୍ର ଏବଂ ବୋମା ବ୍ୟବହାର କରିସାରିଛନ୍ତି। ଏହାର ପ୍ରଭାବ…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

୩ୟ ବିଶ୍ୱଯୁଦ୍ଧ ଆରମ୍ଭ, ଯୁଦ୍ଧକୁ ଡେଇଁଲା ରୁଷିଆ!

ମସ୍କୋ,୭।୩: ଆମେରିକା-ଇସ୍ରାଏଲ ଯୁଦ୍ଧରେ ରୁଷିଆ ଇରାନକୁ ସହାୟତା କରୁଛି। ଦି ୱାଶିଂଟନ ପୋଷ୍ଟରେ ଏକ ରିପୋର୍ଟରେ ଦାବି କରାଯାଇଛି ଯେ ରୁଷିଆ ଇରାନକୁ ଆମେରିକୀୟ ସାମରିକ ଘାଟି…

ବିଜୟ ଦେବରକୋଣ୍ଡାଙ୍କ ପ୍ରେମ ଆଗରେ ହାରିଗଲେ ରୋନାଲ୍ଡୋ-ମେସି, ଫୁଟବଲ ଖେଳାଳିଙ୍କ ରେକର୍ଡ ଭାଙ୍ଗିଲେ ‘ବିରୋଶ’

ଚେନ୍ନାଇ,୭।୩: ୨୬ ଫେବୃଆରୀରେ ଉଦୟପୁରରେ ଅନୁଷ୍ଠିତ ରଶ୍ମିକା ମନ୍ଦାନା ଏବଂ ବିଜୟ ଦେବରକୋଣ୍ଡାଙ୍କ ବିବାହ ଏକ ବିରାଟ କାର୍ଯ୍ୟକ୍ରମଠାରୁ କମ ନଥିଲା। ସେମାନଙ୍କ ବିବାହ ପୂର୍ବ କାର୍ଯ୍ୟକ୍ରମଠାରୁ…

ଉପମୁଖ୍ୟମନ୍ତ୍ରୀ ଯାଉଥିବା ହେଲିକପ୍ଟରରୁ ବାହାରିଲା ଧୂଆଁ: ଆଉ ତା’ପରେ…

ଲକ୍ଷ୍ନୌ,୭।୩: ଉତ୍ତର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ହେଲିକପ୍ଟରକୁ ଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କରିବାକୁ ପଡିଛି। କୌଶାମ୍ବୀ ଅଭିମୁଖେ ଯାଉଥିବା ସମୟରେ ହେଲିକପ୍ଟରଟି ହଠାତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri