ଡିବିରି ଆଲୁଅରେ ଦିନକାଟୁଛନ୍ତି ଗ୍ରାମବାସୀ

ଭବାନୀପାଟଣା,୧ା୫(ସ୍ବ.ପ୍ର): ଦେଶ ସ୍ବାଧୀନ ହେବାର ୭୫ ବର୍ଷ ବିତିଲାଣି। ଏହା ଭିତରେ ସରକାରଙ୍କ ମାଳ ମାଳ ଯୋଜନା ହୋଇଛି। ହେଲେ ଏବେ ବି ବିଜୁଳି ଭଳି ମୌଳିକ ସୁବିଧାରୁ ବଞ୍ଚିତ ରହିଛି ଓଡ଼ିଶାର ଅନେକ ଗାଁ। ଡିବିରି ଆଲୁଅରେ ଦିନ କାଟୁଛନ୍ତି ଶତାଧିକ ଲୋକେ। ଗାଁକୁ ଚାଲ ଗାଁକୁ ଗଢ଼ ସ୍ଲୋଗାନ ନେଇ ଗ୍ରାମାଞ୍ଚଳରେ ଗଡ଼ୁଥିବା ସରକାରଙ୍କ ବିକାଶ ରଥ ସତେ ଯେପରି ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଅଞ୍ଚଳକୁ ପହଞ୍ଚି ପାରୁନି। ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକର ବଣ ପାହାଡ଼ ଘେରା ଯୁଗସାଇପାଟଣା ପଞ୍ଚାୟତରେ। ଏହି ପଞ୍ଚାୟତରେ ୩୫ ଗାଁ ରହିଛି। ଜିଲାର ଅତି ଉପାନ୍ତ ଓ ମାଓ ଇଲାକା ଭାବରେ ପରିଚିତ ଏହି ଅଞ୍ଚଳରେ ଅନେକ ସମସ୍ୟା ରହିଥିବା ବେଳେ ଅନେକ ଗାଁକୁ ପାଦ ଚଲା ପକ୍କା ରାସ୍ତା ଖଣ୍ଡିଏ ମଧ୍ୟ ନାହିଁ । ହେଲେ କିଛି ଏମିତି ଯୋଜନା ମଧ୍ୟ ରହିଛି, ଯାହା ସେମାନଙ୍କ ପାଖରେ ପହଞ୍ଚି ମଧ୍ୟ ଅପହଞ୍ଚ ହୋଇ ରହିଛି। ଏହି ୩୫ ଗାଁରେ ଆଜି ପର୍ଯ୍ୟନ୍ତ ବିଜୁଳି ସଂଯୋଗ ହୋଇ ପାରିନାହିଁ। ଗତ ୧୦ ବର୍ଷ ତଳେ ଅଞ୍ଚଳବାସୀଙ୍କ ଅନେକ ଆନ୍ଦୋଳନ ପରେ ସମସ୍ତ ଗାଁରେ ଟ୍ରାନ୍ସଫର୍ମର ବସିଲା। କେବୁଲ ଟଣା ହେବା ସହ ଘରେ ଘରେ ମିଟର ମଧ୍ୟ ଲାଗିଲା। ଏନେଇ ଲୋକେ ଖୁସି ହୋଇ ଟିଭି ସାଙ୍ଗକୁ ନାନାଦି ବିଦ୍ୟୁତ୍‌ ଉପକରଣ କିଣିଥିଲେ। ପ୍ରାୟ ୮ ଦିନ ବିଦ୍ୟୁତ୍‌ ସଂଯୋଗ ଦିଆଯାଇଥିଲା। ପରେ ଜଙ୍ଗଲୀ ଜନ୍ତୁଙ୍କ ଉପରେ ବିପଦ ଦର୍ଶାଇ ସଂଯୋଗକୁ ବନ୍ଦ କରିଦେଲା ବିଦ୍ୟୁତ୍‌ ବିଭାଗ। ସେହିଦିନଠାରୁ ପୂର୍ବଭଳି କିଟିମିଟି ଅନ୍ଧାର ଭିତରେ ଦିନ କାଟୁଛନ୍ତି ଲୋକେ। ଏହି ଅନ୍ଧାରି ମୂଲକରେ ଶିକ୍ଷାର ଚିତ୍ର ନ କହିବା ଭଲ। ରାତିରେ ପିଲାମାନେ ଡିବିରି ଆଲୁଅରେ ପାଠ ପଢୁଥିବାର ଦୃଶ୍ୟ ଦେଖିବାକୁ ମିଳିଛି। ସେପଟେ ବିଜୁଳି ପାଇଁ ସ୍ଥାନୀୟ ଲୋକେ ସରକାରୀ ଅଧିକାରୀଙ୍କଠାରୁ ଆରମ୍ଭ କରି ନିର୍ବାଚିତ ପ୍ରତିନିଧିଙ୍କ ନିକଟରେ ବାରମ୍ବାର ଗୁହାରୀ କରିବା ପରେ ମଧ୍ୟ କୌଣସି ସୁଫଳ ମିଳୁନଥିବା ଅଭିଯୋଗ କରିଛନ୍ତି। ବନ୍ୟଜନ୍ତୁଙ୍କ ସୁରକ୍ଷା ଦୃଷ୍ଟିରୁ ସୋଲାର ମାଧ୍ୟମରେ ବିଦ୍ୟୁତ୍‌ ସେବା ଯୋଗାଇବା ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି। ଏନେଇ ବିଭାଗୀୟ ଏସ୍‌ଡିଓ ବିଜୟ କୁମାର ମହାପାତ୍ରଙ୍କୁ ପଚାରିବାରୁ ମୁଁ ନୂଆ କରି ଆସିଛି। ଯନ୍ତ୍ରୀଙ୍କ ସହ ଏ ବିଷୟରେ ଆଲୋଚନା କରି ତଦନ୍ତ ପାଇଁ ପଠାଇବି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିର ଗର୍ବ ଓ ଗୌରବ, ଓପିଏସ୍‌ସି ପରୀକ୍ଷାରେ ୧୬ତମ ସ୍ଥାନରେ ମାନସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ): ଓପିଏସସିର ଫଳାଫଳ ବାହାରି ସାରିଥିବା ବେଲେ ଏଥିରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ମେରାମାହା ଗ୍ରାମର ମାନସ...

ପୃଥକ ଦୁର୍ଘଟଣା: ଅଟୋ-ବାଇକ୍‌ ଧକ୍କାରେ ଚାଲିଗଲା ଯୁବକଙ୍କ ଜୀବନ, ଜଳିଗଲା କାର୍‌

ବ୍ରହ୍ମଗିରି,୨୮।୧୨: ଜାତୀୟ ରାଜପଥ ବ୍ରହ୍ମଗିରି ପଣଷପଦା ନିକଟରେ ରବିବାର ଏକ ଅଘଟଣ ଘଟିଛି। ଚିଲିକାରୁ ଫେରୁଥିବା ଏକ କାର୍‌ ରାଜପଥରେ ଜଳି ଯାଇଛି। CNG ଗ୍ୟାସ...

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri