ନଦୀପାଣିକୁ ରୋଷେଇ, ପିଇବାକୁ ନେଉଛନ୍ତି ଗ୍ରାମବାସୀ

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ): ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଭଞ୍ଜନଗର ବ୍ଲକ ଗୋହିରିବା ଗ୍ରାମବାସୀ ଦୈନନ୍ଦିନ ଲୋହରାଖଣ୍ଡି ନଦୀରୁ ପାଣି ଆଣି ରୋଷେଇ ଏବଂ ପାନୀୟଜଳ ରୂପେ ବ୍ୟବହାର କରୁଛନ୍ତି। ନଦୀ ତଟବର୍ତ୍ତୀ ଅନେକ ଗ୍ରାମରେ ଏହିଭଳି ସମସ୍ୟା ଦେଖିବାକୁ ମିଳିଛି। ଗୋହିରିବା ଗ୍ରାମରେ ଏକାଧିକ ଷ୍ଟାଣ୍ଡ ପୋଷ୍ଟ ସହ ହ୍ୟାଣ୍ଡ ଟ୍ୟୁବଲ ଅଛି। କିନ୍ତୁ ଗ୍ରାମବାସୀ ଉକ୍ତ ପାଣି କ୍ଷାରି ଲାଗୁଛି କହି ବ୍ୟବହାର କରୁନାହାନ୍ତି। ଗ୍ରାମବାସୀଙ୍କୁ ନଦୀପାଣି ବଦଳରେ ପାଇପ ପାଣି ବ୍ୟବହାର କରିବା ପାଇଁ ବିଭିନ୍ନ ସମୟରେ ଗ୍ରାମ୍ୟ ପାଇପ ଜଳଯୋଗାଣ ବିଭାଗ ପକ୍ଷରୁ ସଚେତନ କରାଯାଉଛି। କିନ୍ତୁ ଗ୍ରାମବାସୀ ନଦୀରୁ ହିଁ ପାଣି ଉଠାଇ ପାଇପ ମାଧ୍ୟମରେ ଦେବା ପାଇଁ କହୁଛନ୍ତି। ଏଥିସହ ଘରକୁ ଘର ପାଇପ ଯୋଗେ ପାଣି ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି। ଗ୍ରାମବାସୀ ଦୈନନ୍ଦିନ ନଦୀକୁ ସ୍ନାନ କରିବାକୁ ଯାଉଛନ୍ତି। ଫେରିବା ସମୟରେ ନଦୀରେ ଚୁଆ ଖୋଳି ପାଣି ଆଣୁଛନ୍ତି। ଏ ନେଇ ଗ୍ରାମ୍ୟ ପାଇପ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ନୀହାର ରଞ୍ଜନ ସ୍ବାଇଁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ ନଦୀପାଣି ବଦଳରେ ପାଇପ ପାଣି ବ୍ୟବହାର କରିବା ପାଇଁ ଗ୍ରାମବାସୀଙ୍କୁ ବାରମ୍ବାର ପରାମର୍ଶ ଦିଆଯାଇଛି। କିନ୍ତୁ ଗ୍ରାମବାସୀ ନଦୀରୁ ହିଁ ପାଣି ନେଇ ବ୍ୟବହାର କରୁଛନ୍ତି। ମେଗା ପାନୀୟଜଳ ପ୍ରକଳ୍ପ ମାଧ୍ୟମରେ ଉକ୍ତ ଗ୍ରାମର ସମସ୍ତ ଘରକୁ ଆଗାମୀ ଦିନରେ ପାଇପ ଯୋଗେ ପାଣି ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri