ନଦୀପାଣିକୁ ରୋଷେଇ, ପିଇବାକୁ ନେଉଛନ୍ତି ଗ୍ରାମବାସୀ

ଭଞ୍ଜନଗର,୯।୧୦(ବାବୁଲା ପ୍ରଧାନ): ଲୋକଙ୍କ ମଧ୍ୟରେ ସଚେତନତା ଅଭାବ ଯୋଗୁ ଭଞ୍ଜନଗର ବ୍ଲକ ଗୋହିରିବା ଗ୍ରାମବାସୀ ଦୈନନ୍ଦିନ ଲୋହରାଖଣ୍ଡି ନଦୀରୁ ପାଣି ଆଣି ରୋଷେଇ ଏବଂ ପାନୀୟଜଳ ରୂପେ ବ୍ୟବହାର କରୁଛନ୍ତି। ନଦୀ ତଟବର୍ତ୍ତୀ ଅନେକ ଗ୍ରାମରେ ଏହିଭଳି ସମସ୍ୟା ଦେଖିବାକୁ ମିଳିଛି। ଗୋହିରିବା ଗ୍ରାମରେ ଏକାଧିକ ଷ୍ଟାଣ୍ଡ ପୋଷ୍ଟ ସହ ହ୍ୟାଣ୍ଡ ଟ୍ୟୁବଲ ଅଛି। କିନ୍ତୁ ଗ୍ରାମବାସୀ ଉକ୍ତ ପାଣି କ୍ଷାରି ଲାଗୁଛି କହି ବ୍ୟବହାର କରୁନାହାନ୍ତି। ଗ୍ରାମବାସୀଙ୍କୁ ନଦୀପାଣି ବଦଳରେ ପାଇପ ପାଣି ବ୍ୟବହାର କରିବା ପାଇଁ ବିଭିନ୍ନ ସମୟରେ ଗ୍ରାମ୍ୟ ପାଇପ ଜଳଯୋଗାଣ ବିଭାଗ ପକ୍ଷରୁ ସଚେତନ କରାଯାଉଛି। କିନ୍ତୁ ଗ୍ରାମବାସୀ ନଦୀରୁ ହିଁ ପାଣି ଉଠାଇ ପାଇପ ମାଧ୍ୟମରେ ଦେବା ପାଇଁ କହୁଛନ୍ତି। ଏଥିସହ ଘରକୁ ଘର ପାଇପ ଯୋଗେ ପାଣି ଦେବାକୁ ଗ୍ରାମବାସୀ ନିବେଦନ କରିଛନ୍ତି। ଗ୍ରାମବାସୀ ଦୈନନ୍ଦିନ ନଦୀକୁ ସ୍ନାନ କରିବାକୁ ଯାଉଛନ୍ତି। ଫେରିବା ସମୟରେ ନଦୀରେ ଚୁଆ ଖୋଳି ପାଣି ଆଣୁଛନ୍ତି। ଏ ନେଇ ଗ୍ରାମ୍ୟ ପାଇପ ଜଳଯୋଗାଣ ବିଭାଗ ସହକାରୀ ଯନ୍ତ୍ରୀ ନୀହାର ରଞ୍ଜନ ସ୍ବାଇଁଙ୍କୁ ପଚାରିବାରୁ ସେ କହିଛନ୍ତି ଯେ ନଦୀପାଣି ବଦଳରେ ପାଇପ ପାଣି ବ୍ୟବହାର କରିବା ପାଇଁ ଗ୍ରାମବାସୀଙ୍କୁ ବାରମ୍ବାର ପରାମର୍ଶ ଦିଆଯାଇଛି। କିନ୍ତୁ ଗ୍ରାମବାସୀ ନଦୀରୁ ହିଁ ପାଣି ନେଇ ବ୍ୟବହାର କରୁଛନ୍ତି। ମେଗା ପାନୀୟଜଳ ପ୍ରକଳ୍ପ ମାଧ୍ୟମରେ ଉକ୍ତ ଗ୍ରାମର ସମସ୍ତ ଘରକୁ ଆଗାମୀ ଦିନରେ ପାଇପ ଯୋଗେ ପାଣି ଯୋଗାଇ ଦିଆଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri