ପାଣି ପାଇଁ ନଙ୍ଗଲବେଡ଼ା ରାସ୍ତା ଅବରୋଧ କଲେ ଗ୍ରାମବାସୀ, ପ୍ରତିଶ୍ରୁତି ପରେ…

ଲାଞ୍ଜିଗଡ଼,୨୦ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଛତ୍ରପୁର ପଞ୍ଚାୟତ ଅନ୍ତର୍ଗତ ନଙ୍ଗଲବେଡ଼ା ଗ୍ରାମରେ ପାନୀୟ ଜଳ ସଙ୍କଟ ଦେଖାଦେଇଥିବା ବେଳେ ଶତାଧିକ ମହିଳା ପୁରୁଷ ଏକତ୍ରିତ ହୋଇ ଶନିବାର ସକାଳ ୭ଟାରୁ ବିଶ୍ୱନାଥପୁରଠାରୁ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ଅବରୋଧ କରିବା ସହ ରାସ୍ତା ଉପରେ ହାଣ୍ଡି, ଗରା, ବାଲଟି ରଖି ପ୍ରତିବାଦ କରିଛନ୍ତି। ରାସ୍ତାର ଦୁଇ ପାର୍ଶ୍ୱରେ ଶହଶହ ଗାଡ଼ିମୋଟର ଅଟକି ରହିଥିବା ବେଳେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି।

ସୂଚନାନୁସାରେ, ନଙ୍ଗଲବେଡ଼ା ଗାଁରେ ବସୁଧା ଜଳଯୋଗାଣ ପାଇଁ ଟାଙ୍କି ନିର୍ମାଣ ହୋଇଛି କିନ୍ତୁ ନିମ୍ନମାନର କାର୍ଯ୍ୟ ଯୋଗୁ ବିଭିନ୍ନ ଜାଗାରେ ପାଇପ୍‌ ଲିକେଜ ହେବାର ଦେଖାଦେଇଥିଲା ତେଣୁ ଜଳଯୋଗାଣ ବନ୍ଦ ହୋଇଯାଇଥିଲା କିନ୍ତୁ ବର୍ତ୍ତମାନ ସୁଦ୍ଧା ତାହା କାର୍ଯ୍ୟକ୍ଷମ ହେଉନାହିଁ। ନଙ୍ଗଲବେଡ଼ା ଗ୍ରାମର ୧୪ ପଡ଼ା ରହିଥିବାବେଳେ ପ୍ରାୟ ୩ ଶହ ପରିବାର ପ୍ରାୟ ୧ ହଜାର ଜନସଂଖ୍ୟା ରହିଥିବା ବେଳେ ନିର୍ଦ୍ଦିଷ୍ଟ ଭାବେ ନଳକୂପ ବ୍ୟବସ୍ଥା ଥିଲେ ମଧ୍ୟ ଗ୍ରୀଷ୍ମଋତୁରେ ଜଳ ସଙ୍କଟ ଦେଖା ଦେଇଛି। ଜଳ ହିଁ ଜୀବନ, ସରକାର ଗ୍ରାମାଞ୍ଚଳରୁ ଆରମ୍ଭ କରି ସହରାଞ୍ଚଳରେ ପାନୀୟ ଜଳର ବ୍ୟବସ୍ଥା ପାଇଁ ବିଭିନ୍ନ ଯୋଜନା ମାଧ୍ୟମରେ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ହେଲେ ଏହି ଯୋଜନାଗୁଡ଼ିକର ସଫଳ ରୂପାୟନ ନେଇ କେତେକାଂଶରେ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ଏଥିରେ ନଙ୍ଗଲବେଡ଼ା ଗ୍ରାମବାସୀ ପୂର୍ବରୁ ମଧ୍ୟ ଏହି ପାନୀୟଜଳ ସମସ୍ୟାକୁ ନେଇଁ ପଞ୍ଚାୟତରୁ ଆରମ୍ଭ କରି ବ୍ଲକ ପର୍ଯ୍ୟନ୍ତ ଅନେକ ଥର ଅଭିଯୋଗ କରିବା ପରେ ମଧ୍ୟ କେହି ନ ଶୁଣିବାରୁ ଶେଷରେ ବ୍ଲକ କାର୍ଯ୍ୟାଳୟକୁ ଯାଇ ବିଡିଓଙ୍କୁ ଏକ ଲିଖିତ ଅଭିଯୋଗ ମଧ୍ୟ କରିଥିଲେ ବୋଲି ଗ୍ରାମବାସୀ ଜଣାଇଛନ୍ତି। ଏମିତି ବାରମ୍ବାର ଅଭିଯୋଗ ପରେ ବି କୌଣସି ପ୍ରକାର ସମସ୍ୟାର ସମାଧାନ ନ ହେବାରୁ ବାଧ୍ୟ ହୋଇ ଆଜି ଗ୍ରାମବାସୀ ସମସ୍ତେ ବହୁସଂଖ୍ୟାରେ ଏକତ୍ରିତ ହୋଇ ବିଶ୍ୱନାଥପୁରଠାରୁ ଲାଞ୍ଜିଗଡ଼କୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାରେ ହାଣ୍ଡି, ଗରା,ବାଲଟି ରଖି ରାସ୍ତାରୋକୋ କରିଥିବା ଦେଖିବାକୁ ମିଳିଛି। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ ରଖି ଲାଞ୍ଜିଗଡ଼ ଥାନାଧିକାରୀ ଯଶବନ୍ତ ହିଆଲଙ୍କ ନେତୃତ୍ୱରେ ଏଏସ୍‌ଆଇ ମୋହନ ପରିଜା ପୋଲିସ ବଳ ସହିତ ଘଟଣାସ୍ଥଳରେ ପହଞ୍ଚିଥିଲେ। ଖବର ପାଇ ଜଳଯୋଗାଣ ଯନ୍ତ୍ରୀ ଦଶମନ୍ତ ମାଝୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ନଙ୍ଗଲବେଡ଼ା ଗ୍ରାମବାସୀଙ୍କ ସହିତ କଥାବାର୍ତ୍ତା କରି ପାଣି ମୋଟର ଚଳାଇବା ପାଇଁ ଗ୍ରାମବାସୀ ଜଣକୁ ନିୟୋଜିତ କରିବା ପାଇଁ କହିଥିଲେ। ଏନେଇ ଶିକ୍ଷା ଦିଆଯିବ ଏବଂ ସୋମବାରଠାରୁ ବସୁଧା ପାଇପଗୁଡିକୁ ଯାଞ୍ଚ କରି ମରାମତି କାର୍ଯ୍ୟ ଆରମ୍ଭ କରାଯିବ ବୋଲି ଯନ୍ତ୍ରୀ ପ୍ରତିଶ୍ରୁତି ଦେଲା ପରେ ରାସ୍ତା ଅବରୋଧ ହଟିଲା। ଦୀର୍ଘ ୪ ଘଣ୍ଟା ପରେ ରାସ୍ତା ଅବରୋଧ ହଟିବା ପରେ ରାସ୍ତାରେ ଚଳାଚଳ ସ୍ବାଭାବିକ ହୋଇଥିଲା।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…

ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା…

8th Pay Commission: ନାଇଟ ଡ୍ୟୁଟି ପାଇଁ ମିଳିବ ଅଲଗା ଟଙ୍କା! ୩ ଗୁଣା ଦରମା…

୮ମ ବେତନ ଆୟୋଗ (8th Pay Commission) ଗଠନ ସହିତ ସରକାରୀ କର୍ମଚାରୀଙ୍କ ଆଶା ଆହୁରି ବଢ଼ିବାରେ ଲାଗିଛି। ଏହି କ୍ରମରେ ଦେଶର ବିଭିନ୍ନ କେନ୍ଦ୍ର ସରକାରୀ…

ଜଳବାୟୁ ସମ୍ମିଳନୀରେ ବଡ଼ ବାର୍ତ୍ତା ଦେଲେ ମୋଦି, କହିଲେ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ,୧୯।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ନୂଆଦିଲ୍ଲୀରେ ‘ପରିବେଶ ଏବଂ ଜଳବାୟୁ ଗତିଶୀଳତାର ଭବିଷ୍ୟତ’ (The Future of Environment and Climate Dynamics) ବିଷୟ ଉପରେ…

ବିଶ୍ୱକର୍ମା ପୂଜା ମଣ୍ଡପରେ ଛତ୍ରପୁର ବିଧାୟକ

ଛତ୍ରପୁର, ୧୮।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରସ୍ଥିତ ବିଦ୍ୟୁତ୍‌ ବିଭାଗ କାର୍ଯ୍ୟାଳୟ ପରିସରରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମହାଆଡ଼ମ୍ବରରେ ଦେବଶିଳ୍ପୀ…

AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି

ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି…

୨୪ ଘଣ୍ଟା ନ ପୂରୁଣୁ ମମତାଙ୍କୁ ପୁଣି ବଡ଼ ଝଟକା: ନିର୍ବାଚନରୁ ଓହରିଯିବା ନେଇ ଘୋଷଣା କଲେ…

କୋଲକାତା,୧୯।୯: ପଶ୍ଚିମବଙ୍ଗର ଆଗାମୀ ଉପନିର୍ବାଚନକୁ ନେଇ ରାଜନୈତିକ ଚିତ୍ର ଦ୍ରୁତ ବଦଳୁଛି। ନନ୍ଦୀଗ୍ରାମ ପରେ ଏବେ ରେଜିନଗରରେ ମଧ୍ୟ ମମତା ବାନାର୍ଜୀଙ୍କ ଶିବିରକୁ ଝଟକା ଲାଗିଛି। ରେଜିନଗର…

ହାଇକୋର୍ଟ ବିଚାରପତିଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଅବସର ପରେ PM CARES ପାଣ୍ଠିକୁ ୧ କୋଟି ଟଙ୍କା ଦାନ କରିବେ

ଇନ୍ଦୋର,୧୯।୯: ମଧ୍ୟପ୍ରଦେଶ ହାଇକୋର୍ଟର ବିଚାରପତି ଅବନୀନ୍ଦ୍ର କୁମାର ସିଂହ ତାଙ୍କ ଅବସର ପରେ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଥିଲେ। ସେ କହିଥିଲେ ଯେ ସେ ତାଙ୍କ…

ପାର୍ବଣ ଭେଟି ଦେଲେ ରାଜ୍ୟ ସରକାର, ୮% ବଢିଲା ମହଙ୍ଗା ଭତ୍ତା

ନୂଆଦିଲ୍ଲୀ,୧୯।୯: ରାଜ୍ୟ କର୍ମଚାରୀଙ୍କ ସହ ଦୀର୍ଘ ଦିନରୁ ଲାଗି ରହିଥିବା ଅଚଳାବସ୍ଥାର ଅନ୍ତ ଘଟାଇ ଭଗୱନ୍ତ ମାନ ସରକାର ପ୍ରାୟ ଆଠ ଲକ୍ଷ କର୍ମଚାରୀ ଓ ପେନସନଭୋଗୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?