ଗୌଡ଼ତୁଲା ବାଲି ଘାଟରୁ ବାଲି ଚୋରା ଚାଲାଣ ଘଟଣାକୁ ନେଇ ଗ୍ରାମବାସୀଙ୍କ ରାସ୍ତା ଅବରୋଧ

କେସିଙ୍ଗା,୨୫।୭(ତୁମେଶ୍ୱର ସାହୁ) କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁଣ୍ଡାବାନ୍ଧ ଗ୍ରାମ ପଞ୍ଚାୟତ ଅଧୀନସ୍ଥ ଗୌଡ଼ତୁଲା ଗ୍ରାମର ବାଲି ଘାଟରୁ ବେଆଇନ ଭାବେ ବାଲି ଚାଲାଣକୁ ବିରୋଧ କରି ଗୁର୍ଜିମୁଣ୍ଡା ଗ୍ରାମ ସମେତ ଲିମଗା ଗ୍ରାମର ମହିଳା ଗୋଷ୍ଠୀ ସହ ଲୋକମାନେ ବିରୋଧ କରି ବାଲି ବୋଝେଇ ହାଇବା ଗାଡିକୁ ଅଟକାଇ ମଙ୍ଗଳବାର ରାସ୍ତା ରୋକ କରିଥିଲେ। ଏହି ବାଲି ଚୋର ଚାଲାଣକୁ ବିରୋଧ କରି ଗ୍ରାମବାସୀ ଜିଲାପାଳ ଓ ତହସିଲଦାରଙ୍କ ନିକଟରେ ଅଭିଯୋଗ କରିଛନ୍ତି।

ଠିକା ସଂସ୍ଥା ୧ହଜାର କ୍ୟୁବିକ ମିଟର ବାଲି ଲିଜ ନେଇ ୫ହଜାର କ୍ୟୁବିକ ମିଟର ବାଲି ଉଠେଇବା ଲକ୍ଷରେ ଦିନରାତି ଚୋରା ଚାଲାଣ କରୁଛନ୍ତିି। ଠିକା ସଂସ୍ଥା ରାଜନୈତିକ ବଳ ପ୍ରୟୋଗ କରି ବେଆଇନ ଭାବେ ହଜାର ହଜାର ହାଇବା ଗାଡିରେ ବାଲି ଚୋରା ଚାଲାଣ କରୁଛି। ଉକ୍ତ ଠିକା ସଂସ୍ଥାକୁ ୩୯୮ ଟଙ୍କା କ୍ୟୁବିକ ମିଟର ରେ ୧ ହଜାର କ୍ୟୁବିକ ମିଟର ବାଲି ଉଠାଣ ପାଇଁ ୨ବର୍ଷ ନିମନ୍ତେ ଲିଜ୍‌ରେ ଦିଆଯାଇଛି। ବାଲି ଉଠାଣ ଦିନଠାରୁ ବିଭିନ୍ନ ଜରିଆରେ ଜାଲିଆତି କରି ବର୍ତ୍ତମାନ ପର୍ଯ୍ୟନ୍ତ ପାଖାପାଖି ୧ଲକ୍ଷ କ୍ୟୁବିକ ମିଟର ବାଲି ଉଠାଇନେଇଥିବା ଅଭିଯୋଗ ହେଉଛି। ଏନେଇ ଜିଲାପାଳ, ଭବାନୀପାଟଣା ଉପ ଜିଲ୍ଲାପାଳ ଓ ତହସିଲଦାଙ୍କୁ ଅନେକ ବ୍ୟକ୍ତି ବିଶେଷ ଓ ସଂଗଠନ ଦ୍ୱାରା ବହୁ ଆଗରୁ ବିନା ଟ୍ରାଞ୍ଜିଟ ପାସରେ ଜାଲିଆତି କରି ଦୈନିକ ଶହ ଶହ ହାଇବା ବାଲି ଚୋରା ଚାଲାଣ ହେଉଥିବାକୁ ନେଇ ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବସର ନେବେ ଗଡ଼କରୀ! ଦେଲେ ଏମିତି ବୟାନହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ନାଗପୁର ଜିଲାର କାଟୋଲ ଅଞ୍ଚଳର ପାରାଡସିଙ୍ଗାରେ ଆୟୋଜିତ ଏକଲବ୍ୟ ଏକଲ ବିଦ୍ୟାଳୟର ଶିକ୍ଷକ ଏବଂ ପର୍ଯ୍ୟବେକ୍ଷକଙ୍କ ପାଇଁ ଏକ ତାଲିମ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ ନୀତିନ ଗଡକରୀ…

ଗୁଣିଆଙ୍କ ଔଷଧ ଖାଇ ଚାଲିଗଲା ନିଃସନ୍ତାନ ଦମ୍ପତିଙ୍କ ଜୀବନ

ଫୁଲବାଣୀ,୨୫।୮: କନ୍ଧମାଳ ଜିଲା ଗୋଚ୍ଛାପଡ଼ା ଥାନା ନେଡ଼ିପଙ୍ଗାରେ ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି। ଗୁଣିଆଙ୍କ ନିକଟରୁ ଔଷଧ ଖାଇ ନିଃସନ୍ତାନ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି।…

ବୈଭବ ସୂର୍ଯ୍ୟବଂଶୀ ତାଙ୍କ ଜର୍ସିର ପ୍ରକୃତ ନମ୍ବର କାହିଁକି ଲୁଚାଇ ଦେଇଥିଲେ? ଯାହା ପାଲଟିଲାଣି ଆଲୋଚନାର ବିଷୟ

ନୂଆଦିଲ୍ଲୀ,୨୫।୮: ସମସ୍ତଙ୍କ ନଜର ଏବେ ଭାରତର ଯୁବ ତାରକା, 15 ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଉପରେ। ଏହି ଯୁବ ବ୍ୟାଟସମ୍ୟାନ ତାଙ୍କର ବିସ୍ଫୋରକ ବ୍ୟାଟିଂ ଶୈଳୀ ମାଧ୍ୟମରେ…

ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର: ଛାତ୍ରୀଛାତ୍ରଙ୍କ ମଧ୍ୟରେ ବୃଦ୍ଧି ପାଉଛି ଆଗ୍ରହ

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ଏନସିସି ଆର୍ମି ୱିଙ୍ଗର କ୍ୟାଡେଟ ଚୟନ ଶିବିର ଅନୁଷ୍ଠିତ…

ବ୍ୟବସାୟୀଙ୍କ ଘରୁ ଚୋରି ଘଟଣାରେ ୬ ଗିରଫ: ସୁନା-ରୁପା ଜବତ

କେସିଙ୍ଗା,୨୫।୮(ତୁମେଶ୍ୱର ସାହୁ) : କେସିଙ୍ଗା ସହର ୱାର୍ଡ ନଂ-୩ର ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତ ଜୁଲାଇ ୨୧ ତାରିଖରେ ତାଲା ଭାଙ୍ଗି ସୁନା, ରୁପା ଓ…

ପନିର ଅପମିଶ୍ରଣ ନେଇ କଟକରେ ରେଡ୍‌ ପରେ ଏବେ ପାହାଳ ପାଳି: ମିଠା କିଣୁଥିଲେ ଜାଣି ରଖନ୍ତୁ….

ଭୁବନେଶ୍ୱର,୨୫।୮: ପାର୍ବଣ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ଛେନା ଓ ପନିରର ଗୁଣବତ୍ତାକୁ ନେଇ ଚିନ୍ତା ବଢ଼ିଛି। ନକଲି ଓ ଅପମିଶ୍ରିତ ଛେନା-ପନିର ବିକ୍ରି ଅଭିଯୋଗକୁ ନେଇ BMC…

ସ୍ବାମୀଙ୍କ ଆଗରେ ଚାଲିଗଲା ସାବିତ୍ରୀଙ୍କ ଜୀବନ: ନାତୁଣୀ ଜନ୍ମଦିନ ସାରି ଫେରୁଥିବାବେଳେ ଘଟିଲା…

ତାଳଚେର,୨୫।୮(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଚାଇଁପାଳ ଓଭର ବ୍ରିଜ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ସ୍କୁଟିକୁ ଧକ୍କା ଦେଇଛି ଟ୍ରକ।…

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri