Odisha Elections 2024

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ ହେବ ଜଳ ଯୋଗାଣରେ ସମସ୍ୟାର ସମାଧାନ ନ ହେବାରୁ ସାହିବାସିନ୍ଦା ରବିବାର ସକାଳ ୬ଟା ରୁ ଛେଳିଗଡରୁ ବ୍ରହ୍ମପୁର ଓ ପାରଳାଖେମଣ୍ଡି ମୁଖ୍ୟ ରାସ୍ତା ରାଜପଥ ୩୨୬ ନମ୍ବର ରାସ୍ତା ଉପରେ ସାହିର ମହିଳାମାନେ ହାଣ୍ଡି, ଗୋରା, ମାଠିଆ ଓ ବାଲଟି ରଖି ରାସ୍ତା ଅବରୋଧ କରିଥିଲେ।

ଯାହାଫଳରେ ଅଞ୍ଚଳର ଯାତ୍ରୀବାହୀ ,ବସ୍ ଗୁଡିକ ଯାତାୟତ ଠପ୍ ହୋଇଯାଇଛି। ସାହିର ମହିଳା ପୁରୁଷ ଏକ ସ୍ବରରେ ପାଣି ନ ମିଳିବା ପର୍ଯ୍ୟନ୍ତ ରାସ୍ତା ଅବରୋଧ ହଟିବ ନାହିଁ ବୋଲି ଅଡିବସିଥିଲେ। ଖବର ପାଇ ଆର,ଉଦୟଗିରି ଥାନା ଅଧିକାରୀ ତାଙ୍କ ଷ୍ଟାପ ଧରି ପହିଞ୍ଚିଥିଲେ ତାହାସହ ସ୍ଥାନୀୟ ପଞ୍ଚାୟତ ସରପଞ୍ଚ ଓ ବ୍ଳକ ଉପାଧ୍ୟକ୍ଷ ବିଜୟଲକ୍ଷୀ ପଟନାୟକ ଅବରୋଧ ସ୍ଥାନରେ ପହଞ୍ଚି ସାହିର ମହିଳା ପୁରୁଷ ବହୁବୁଝା କରି ସହ ୪ଦିନ ମଧ୍ୟ ସାହିର ଯେଉଁ ପାଣି ଯୋଗାଣ ସମସ୍ୟା ଅଛି ସମାଧାନ କରାଯିବ ବୋଲି ପ୍ରତିଶୃତି ପରେ ପୂର୍ବାହ୍ନ ୧୧ ଟା ସମୟରେ ରାସ୍ତାରୋକ ଅଟିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଗଠନ ହେଲା ଏସ୍‌ଆଇଟି ଟିମ୍‌: ସୂଚନା ଦେଲେ ଆରକ୍ଷୀ ମହାନିର୍ଦ୍ଦେଶକ

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଖଲ୍ଲିକୋଟ ହିଂସାର ତଦନ୍ତ ପାଇଁ ଏସ୍‌ଆଇଟି ଟିମ୍‌ ଗଠନ କରାଯାଇଛି। ଦକ୍ଷିଣାଞ୍ଚଳ ମହାନିର୍ଦ୍ଦେଶକ ଜୟନାରାୟଣ ପଙ୍କଜ ଏହି ଟିମ୍‌କୁ ତଦାରଖ...

ଜବାଗଡ଼ ନଦୀଘାଟରେ ଡଙ୍ଗାବୁଡ଼ି ଘଟଣା: ଆଜି ଉଦ୍ଧାର ହେଲା ନିଖୋଜ ଯୁବକଙ୍କ ମୃତଦେହ

କୋରାପୁଟ,୧୮ା୫(ଅମିତାଭ ବେହେରା): କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଲାପୁଟ ପଞ୍ଚାୟତ ଜବାଗଡ଼ ନଦୀଘାଟରେ ଗତ ଗୁରବାର ଡଙ୍ଗାବୁଡି ଘଟଣାରେ ନିଖୋଜ ଥିବା ସୁକୁ ପ୍ରଧାନୀ (୩୫)ଙ୍କ...

ଭାଜପା ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ନବୀନ, ଭିଡିଓ ଜାରି କରି ବର୍ଷିଲେ

ଭୁବନେଶ୍ୱର,୧୮।୫: ପୁଣି ଏକ ଭିଡିଓ ଜାରି କରି ବର୍ଷିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଓଡ଼ିଶା ପ୍ରସଙ୍ଗରେ କହିବା ଆଗରୁ ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ...

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ପୋଲିଂ କର୍ମଚାରୀ ପ୍ରସ୍ତୁତ, ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା

ଛତ୍ରପୁର,୧୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାର ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆସନ୍ତା ୨୦ ତାରିଖରେ ମତଦାନ ଅନୁଷ୍ଠିତ ହେବ। ଏହିଦିନ ଗଞ୍ଜାମ ଜିଲାରେ ଆସିକା ଲୋକ...

୩୪ ନଂ ଜୋନ୍‌ରେ କେନ୍ଦ୍ର ସରକାରଙ୍କ ଗ୍ୟାରେଣ୍ଟିକୁ ନେଇ ପ୍ରାର୍ଥୀଙ୍କ ଭୋଟ୍‌ ଭିକ୍ଷା

ହାଟଡିହୀ,୧୮।୫(ଶୁଭକାନ୍ତ ନାୟକ)କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ର ଅଧୀନ ହାଟଡିହୀ ବ୍ଲକର ୩୪ନଂ ଜୋନ୍‌ ଅଧୀନ ୭ଟି ପଞ୍ଚାୟତରେ ଭାଜପା ପକ୍ଷରୁ ନିର୍ବାଚନୀ ପ୍ରଚାର କରାଯାଇଛି।...

ଡଙ୍ଗା ତିଆରି କରୁଥିବା ସମୟରେ ଲାଗିଲା କରେଣ୍ଟ, ମତ୍ସ୍ୟଜୀବୀଙ୍କ ଜୀବନ ଗଲା

ଖଲ୍ଲିକୋଟ,୧୮ା୫(ପ୍ରଶାନ୍ତ କୁମାର ମିଶ୍ର): ଚିଲିକା କୂଳରେ ଡଙ୍ଗା ତିଆରି କରୁଥିବା ସମୟରେ ବିଦ୍ୟୁତ୍‌ ଆଘାତ ଲାଗି ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁଯାୟୀ,...

‘ଭଡ଼ାଟିଆକୁ ଆଣି ଓଡ଼ିଶାରେ ନେତା କରିଛନ୍ତି ନବୀନ ବାବୁ’: ଧର୍ମେନ୍ଦ୍ର

ବାଲେଶ୍ୱର,୧୮।୫: ଶନିବାର ବାଲେଶ୍ବରରେ ବିଶାଳ ସମାବେଶ କରିଛନ୍ତି ଭାଜପାର ବରିଷ୍ଠ ନେତା। ଏହି ସମାବେଶରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତଥା ଭାଜପାର ସମ୍ବଲପୁର ଲୋକ ସଭା...

ଗଞ୍ଜାମରେ ବଢୁଛି ନିର୍ବାଚନୀ ହିଂସା, ଅଧିକ ପୋଲିସ ଫୋର୍ସ ମୁତୟନ

ଛତ୍ରପୁର,୧୮ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲାରେ ବଢୁଛି ନିର୍ବାଚନୀ ହିଂସା। ଏହି ପରିପ୍ରେକ୍ଷୀରେ ଗଞ୍ଜାମ ପୋଲିସ ଜିଲା ପକ୍ଷରୁ ଆସିକା ଲୋକ ସଭା ଅଧୀନ ୭ ବିଧାନସଭା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri